• About Us
  • Contact Us
Friday, June 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ମୁଖ୍ୟମନ୍ତ୍ରୀଙ୍କ ବଡ ଆକ୍ସନ ; ସ୍କୁଲ୍ ବହି ତ୍ରୁଟି ; ୪ ନିଲମ୍ବିତ

by Voice of Victims
June 26, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ମୁଖ୍ୟମନ୍ତ୍ରୀଙ୍କ ବଡ ଆକ୍ସନ ; ସ୍କୁଲ୍ ବହି ତ୍ରୁଟି ; ୪ ନିଲମ୍ବିତ

ଭୁବନେଶ୍ୱର : ସ୍କୁଲ୍ ବହି ତ୍ରୁଟିକୁ ନେଇ ଶୁକ୍ରବାର ବଡ ଆକ୍ସନ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କମିଟି ସୁପାରିସ୍ ଅନୁଯାୟୀ ୪ ଅଧିକାରୀ ନିଲମ୍ବିତ ହୋଇଛନ୍ତି। ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟର ତତ୍କାଳୀନ ନିର୍ଦ୍ଦେଶକ ମନୋଜ ପାଢୀ ନିଲମ୍ବିତ ହୋଇଥିବା ବେଳେ ଆଉ ୩ ସହକାରୀ ନିର୍ଦ୍ଦେଶକ ପ୍ରଲିପ୍ତା ମିଶ୍ର, ଦିଲୀପ ସାହୁ ଓ ଭାରତୀ ଟୁଡୁ ନିଲମ୍ବିତ ହୋଇଛନ୍ତି। ୬ ଜଣ ସହକାରୀ ନିର୍ଦ୍ଦେଶକଙ୍କ ଉପରେ ମଧ୍ୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ସୂଚନାନୁଯାୟୀ, ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ। ଆଭାସୀ ମାଧ୍ୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଏବଂ ବିଭିନ୍ନ ବିଭାଗୀୟ ବରିଷ୍ଠ ଅଧିକାରୀଙ୍କୁ ନେଇ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଏହି ତ୍ରୁଟି ସୁଧାରିବା ପାଇଁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ନିଷ୍ପତ୍ତି ନେଇଥିଲେ। ଏହି ପରିପ୍ରେକ୍ଷୀରେ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ତିନି ଜଣିଆ କମିଟି ଗଠନ କରାଯାଇ ଏହି ତ୍ରୁଟି ପାଇଁ କେଉଁ ଅଧିକାରୀ/ସଂସ୍ଥା ଦାୟୀ ତାହା ନିର୍ଣ୍ଣୟ କରିବା ପାଇଁ ବୈଠକରେ ମୁଖମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ୭ ଦିନ ମଧ୍ୟରେ ଏହି କମିଟି ରିପୋର୍ଟ ଦାଖଲ କରିବେ ଏବଂ କମିଟିର ରିପୋର୍ଟ ଆଧାରରେ ଦାୟୀ ଅଧିକାରୀ/ସଂସ୍ଥା ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ।

Post Views: 13
Share198Tweet124Send
Voice of Victims

Voice of Victims

Recent Posts

  • ଅଯୋଧ୍ୟା ରାମ ମନ୍ଦିର ଦାନରାଶି ଚୋରି ମାମଲା, ୮ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • କେତନ ଅଗ୍ରୱାଲ ହତ୍ୟାକାଣ୍ଡ, ଫାଷ୍ଟ ଟ୍ରାକ କୋର୍ଟରେ ହେବ ଶୁଣାଣି, ମୁଖ୍ୟମନ୍ତ୍ରୀ ଫଡନାଭିସଙ୍କୁ ସାକ୍ଷାତ କଲେ କେତନଙ୍କ ବାପା
  • ୧ ରୁ ମହଙ୍ଗା ହେବ ପାସପୋର୍ଟ ଦେୟ
  • ମୁଖ୍ୟମନ୍ତ୍ରୀଙ୍କ ବଡ ଆକ୍ସନ ; ସ୍କୁଲ୍ ବହି ତ୍ରୁଟି ; ୪ ନିଲମ୍ବିତ
  • ପୁରୀରେ ନିର୍ମାଣ ହେବ ୧୦୦୦ ଆସନ ବିଶିଷ୍ଟ ବହୁମୁଖୀ ସମ୍ମିଳନୀ କେନ୍ଦ୍ର

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In