• About Us
  • Contact Us
Tuesday, July 21, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଜି ପବିତ୍ର ହେରାପଞ୍ଚମୀ, ଅଭିମାନିନୀ ମହାଲକ୍ଷ୍ମୀ ଭାଙ୍ଗିବେ ନନ୍ଦିଘୋଷ ରଥର ଚକ

by Voice of Victims
July 20, 2026
in ଆଞ୍ଚଳିକ ଖବର, ଆଧ୍ୟାତ୍ମିକ, ମୁଖ୍ୟ ଖବର, ରାଜ୍ୟ
ଆଜି ପବିତ୍ର ହେରାପଞ୍ଚମୀ, ଅଭିମାନିନୀ ମହାଲକ୍ଷ୍ମୀ ଭାଙ୍ଗିବେ ନନ୍ଦିଘୋଷ ରଥର ଚକ

ପୁରୀ: ଆଜି ଶ୍ରୀଜିଉଙ୍କ ନବଦିନାତ୍ମକ ଯାତ୍ରାର ପଞ୍ଚମ ଦିନ । ତିଥି ଅନୁଯାୟୀ ଅନୁଷ୍ଠିତ ହେବ ପବିତ୍ର ହେରାପଞ୍ଚମୀ ନୀତି । ଲକ୍ଷ୍ମୀ ଠାକୁରାଣୀଙ୍କୁ ଛାଡ଼ିଦେଇ, ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀ ଭାଇଙ୍କୁ ସାଥୀରେ ଧରି ନବଦିନାତ୍ମକ ଯାତ୍ରା କରିଛନ୍ତି । ତାଙ୍କୁ ସାଙ୍ଗରେ ଆଣି ନ ଥିବାରୁ ଅଭିମାନରେ ରହିଛନ୍ତି ଶ୍ରୀଦେବୀ । ଏଥିରେ ରାଗିଯାଇ ମହାପ୍ରଭୁଙ୍କ ରଥ ଭାଙ୍ଗି ଦେଇଯାନ୍ତି ଅଭିମାନିନୀ ଲକ୍ଷ୍ମୀ ଠାକୁରାଣୀ । ଏହି ପରମ୍ପରାକୁ ହେରାପଞ୍ଚମୀ କୁହାଯାଏ । ଆଜି ସଂଧ୍ୟା ଆଳତୀ ପରେ ବିମାନରେ ପଟୁଆରରେ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ବାହାରି ଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିବେ । ନନ୍ଦିଘୋଷ ରଥ ନିକଟରେ ମହାଲକ୍ଷ୍ମୀ ପହଞ୍ଚିବା ପରେ ପତ୍ତିମହାପାତ୍ର ସେବାୟତ କର୍ପୂର ବନ୍ଦାପନା,ବଳିତା ବନ୍ଦାପନା,ଚାଉଳ ବନ୍ଦାପନା ଇତ୍ୟାଦି କରିବେ ।

ସେପଟେ ଗୁଣ୍ଡିଚା ମନ୍ଦିରକୁ ମହାଲକ୍ଷ୍ମୀ ଯିବାବେଳେ ମହାପ୍ରଭୁଙ୍କ ଠାରୁ ମୁଖଚୁମ୍ବିତ ଅଧରମାଳା ମହାଲକ୍ଷ୍ମୀଙ୍କୁ ପ୍ରଦାନ କରାଯିବ । ସେହି ସମୟରେ ସଂଧ୍ୟାଧୂପ ଚାଲିଥିବା ବେଳେ ଟେରା ପଡିଥିବ । ମହାପ୍ରଭୁଙ୍କ ଭେଟ ନପାଇ ରାଗରେ ଅଭିମାନ କରିବେ ମା ମହାଲକ୍ଷ୍ମୀ । ସେପଟେ ରାଗ ଜର୍ଜରିତ ଅଭିମାନୀନି ମହାଲକ୍ଷ୍ମୀ ନାକଚଣା ଦ୍ୱାର ଦେଇ ପ୍ରସ୍ଥାନ କରିବା ସମୟରେ ଭିତରଚ୍ଛ ମହାପାତ୍ର ଦହିପଟି ମଣୋହି ନୀତି କରିବେ । ଏହାପରେ ଅଭିମାନୀନି ମହାଲକ୍ଷ୍ମୀ ନନ୍ଦିଘୋଷ ରଥର ଚକ ଭାଙ୍ଗି।ବଡଦାଣ୍ଡ ଦେଇ ହେରାଗୋହିରୀ ସାହି ଦେଇ ଶ୍ରୀମନ୍ଦିର ଭିତରକୁ ପ୍ରସ୍ଥାନ କରିବେ । ଏହାପରେ ତିନିରଥକୁ ଦକ୍ଷିଣମୋଡ କରି ମହାପ୍ରଭୁ ବାହୁଡାଯାତ୍ରା ପାଇଁ ନିର୍ଦ୍ଦେଶ ଦେବେ ।

Post Views: 60
Share202Tweet126Send
Voice of Victims

Voice of Victims

Recent Posts

  • ୟୁକ୍ରେନ୍‌ରେ ଭୟଙ୍କର ମିସାଇଲ୍ ମାଡ଼, ୪ ଭାରତୀୟ ନାବିକ ମୃତ
  • ବାହୁଡ଼ା ଯାତ୍ରା ନେଇ ଶ୍ରୀକ୍ଷେତ୍ରରେ ଚଳଚଞ୍ଚଳ, ଆଜି ଦକ୍ଷିଣମୋଡ଼ କରିବେ ତିନି ରଥ
  • ପୁରୀରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ୧୦ ଲକ୍ଷ ସହାୟତା ଘୋଷଣା
  • ଆଜି ଲିଙ୍ଗରାଜ ମହାପ୍ରଭୁଙ୍କ ପର୍ଶୁରାମାଷ୍ଟମୀ ବିଜେ ଯାତ୍ରା
  • ଶାରଙ୍ଗଧରପୁର ନୋଡାଲ ଉଚ୍ଚ ବିଦ୍ୟାଳୟରେ ବିଦାୟକାଳୀନ ଓ ସ୍ୱାଗତସଭା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In