• About Us
  • Contact Us
Thursday, July 30, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରାଜ୍ୟସ୍ତରୀୟ କବିତା ଆବୃତ୍ତି ପ୍ରତିଯୋଗିତାରେ ରଣପୁରର ସମୀକ୍ଷାଙ୍କ ସଫଳତା, ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ମାନପତ୍ର, ଟ୍ରଫି ଓ ୫ ହଜାର ଟଙ୍କାର ପୁରସ୍କାର ପ୍ରଦାନ

by Voice of Victims
July 30, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ରାଜ୍ୟସ୍ତରୀୟ କବିତା ଆବୃତ୍ତି ପ୍ରତିଯୋଗିତାରେ ରଣପୁରର ସମୀକ୍ଷାଙ୍କ ସଫଳତା, ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ମାନପତ୍ର, ଟ୍ରଫି ଓ ୫ ହଜାର ଟଙ୍କାର ପୁରସ୍କାର ପ୍ରଦାନ

ରଣପୁର, ୩୦/୦୭ : ରଣପୁରସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଷଷ୍ଠ ଶ୍ରେଣୀର ଛାତ୍ରୀ ସମୀକ୍ଷା ଦ୍ୱିବେଦୀ ଓଡ଼ିଶା ସାହିତ୍ୟ ଏକାଡେମୀ ଆନୁକୂଲ୍ୟରେ ଆୟୋଜିତ ରାଜ୍ୟସ୍ତରୀୟ କବିତା ଆବୃତ୍ତି ପ୍ରତିଯୋଗିତାରେ ସାରା ଓଡ଼ିଶାରେ ତୃତୀୟ ସ୍ଥାନ ଅଧିକାର କରି ରଣପୁର ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ସମୀକ୍ଷା, ପିତା ସତ୍ୟପ୍ରକାଶ ଦ୍ୱିବେଦୀ ଓ ମାତା ଶିକ୍ଷୟିତ୍ରୀ ଅମୃତା ଦାଶଙ୍କ ଏକମାତ୍ର କନ୍ୟା। ସେ ପ୍ରଥମେ ବିଦ୍ୟାଳୟ, କ୍ଲଷ୍ଟର, ବ୍ଲକ ଏବଂ ଜିଲ୍ଲାସ୍ତରରେ ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟସ୍ତରକୁ ଉନ୍ନୀତ ହୋଇଥିଲେ।

ଗତ ୧୨ ଜୁଲାଇରେ ଭୁବନେଶ୍ୱରସ୍ଥିତ ରାଜ୍ୟ ସଙ୍ଗୀତ ମହାବିଦ୍ୟାଳୟ ପ୍ରାଙ୍ଗଣରେ ଆୟୋଜିତ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ସେ ଦେଶଭକ୍ତ ଉଧମ ସିଂହଙ୍କ ଉପରେ ଆଧାରିତ କବିତା ଆବୃତ୍ତି କରି ବିଚାରକମାନଙ୍କ ପ୍ରଶଂସା ସାଉଁଟିବା ସହ ତୃତୀୟ ସ୍ଥାନ ଅଧିକାର କରିଥିଲେ।

ପରବର୍ତ୍ତୀ ସମୟରେ ୨୫ ଜୁଲାଇରେ ଭୁବନେଶ୍ୱରର ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ଓଡ଼ିଶା ସାହିତ୍ୟ ଏକାଡେମୀର ୬୯ତମ ସ୍ୱନକ୍ଷତ୍ର ଉତ୍ସବରେ ତାଙ୍କୁ ମାନପତ୍ର, ଟ୍ରଫି ଓ ନଗଦ ୫,୦୦୦ ଟଙ୍କାର ଆର୍ଥିକ ପୁରସ୍କାର ପ୍ରଦାନ କରାଯାଇଥିଲା। ସମୀକ୍ଷାଙ୍କ ଏହି ଉଲ୍ଲେଖନୀୟ ସଫଳତା ପାଇଁ ବିଦ୍ୟାଳୟର ଶିକ୍ଷକ-ଶିକ୍ଷୟିତ୍ରୀ, ଅଭିଭାବକ ଓ ରଣପୁର ଅଞ୍ଚଳର ବୁଦ୍ଧିଜୀବୀମାନେ ତାଙ୍କୁ ଅଭିନନ୍ଦନ ଜଣାଇବା ସହ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି |

Post Views: 29
Share200Tweet125Send
Voice of Victims

Voice of Victims

Recent Posts

  • ଆଇପିଏସ୍ ଅଧିକାରୀ ଡ଼ି.ଏସ୍‌.କୁଟ୍ଟେ ଓ ଆଶିଷ କୁମାର ସିଂହଙ୍କ ବିରୋଧରେ ତୁରନ୍ତ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଏବଂ ବବି ଦାସଙ୍କ ସରକାରୀ କ୍ୱାର୍ଟରରେ ବେଆଇନ ବଙ୍ଗଳା ନିର୍ମାଣ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବି କଲା ଓସା
  • ରାଜ୍ୟସ୍ତରୀୟ କବିତା ଆବୃତ୍ତି ପ୍ରତିଯୋଗିତାରେ ରଣପୁରର ସମୀକ୍ଷାଙ୍କ ସଫଳତା, ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ମାନପତ୍ର, ଟ୍ରଫି ଓ ୫ ହଜାର ଟଙ୍କାର ପୁରସ୍କାର ପ୍ରଦାନ
  • ବନ୍ୟା ବିତ୍ପାତ: ଏବେ ସୁଦ୍ଧା ଗଲାଣି ୭୫ ଜଣଙ୍କ ଜୀବନ, ୩ ଲକ୍ଷ ଲୋକ ପ୍ରଭାବିତ
  • କୋଇଲା ବ୍ଲକ ଆବଣ୍ଟନ, ଦିବଂଗତ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ କ୍ଲିନ୍ ଚିଟ୍ ଦେଲେ ସୁପ୍ରିମକୋର୍ଟ
  • ୪ ଜିଲ୍ଲାରେ ସ୍କୁଲ ଛୁଟି, ଘୋଷଣା କଲେ ଜିଲ୍ଲା ପ୍ରଶାସନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In