• About Us
  • Contact Us
Tuesday, August 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ସ୍ୱତନ୍ତ୍ର ଟ୍ରେନରେ ବ୍ରହ୍ମପୁର ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

by Voice of Victims
August 4, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ସ୍ୱତନ୍ତ୍ର ଟ୍ରେନରେ ବ୍ରହ୍ମପୁର ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର: ଟ୍ରେନରେ ବ୍ରହ୍ମପୁର ଅଭିମୁଖେ ରାଷ୍ଟ୍ରପତି । ସ୍ୱତନ୍ତ୍ର ଟ୍ରେନ୍ ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଯାତ୍ରା । ଭୁବନେଶ୍ୱରରୁ ଟ୍ରେନ୍ ଯାତ୍ରା ଆରମ୍ଭ କଲେ ରାଷ୍ଟ୍ରପତି । ସ୍ୱତନ୍ତ୍ର ଟ୍ରେନରେ ଭୁବନେଶ୍ୱରରୁ ବ୍ରହ୍ମପୁର ଗସ୍ତ ଆରମ୍ଭ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ତିନି ଦିନିଆ ଓଡ଼ିଶା ଗସ୍ତର ଦ୍ୱିତୀୟ ପର୍ଯ୍ୟାୟରେ ସେ ଗଞ୍ଜାମ ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ରାଷ୍ଟ୍ରପତିଙ୍କ ଟ୍ରେନ୍ ଯାତ୍ରାକୁ ନେଇ ପୂର୍ବତଟ ରେଳବାଇ, ରେଳ ସୁରକ୍ଷା ବଳ, GRP, ରାଜ୍ୟ ପୁଲିସ ଏବଂ SPG ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

ଟ୍ରେନ୍ ଚଳାଚଳ ପୂର୍ବରୁ ସମ୍ପୂର୍ଣ୍ଣ ରେଳପଥ, ପୋଲ ଓ ସେନ୍ସିଟିଭ୍ ସ୍ଥାନଗୁଡ଼ିକର ଯାଞ୍ଚ କରାଯାଇଛି । ରୁଟ୍ ରେ ଥିବା ସମସ୍ତ ଷ୍ଟେସନରେ ସୁରକ୍ଷା କଡ଼ାକଡ଼ି କରାଯିବା ସହ ସନ୍ଦିଗ୍ଧ ବ୍ୟକ୍ତି ଓ ସାମଗ୍ରୀ ଉପରେ ତୀକ୍ଷ୍ଣ ନଜର ରଖାଯାଇଛି । ରେଳ ଲାଇନ୍ କଡ଼ରେ ପୁଲିସ ଓ ରେଳ ସୁରକ୍ଷା କର୍ମୀଙ୍କୁ ମୁତୟନ କରାଯାଇଥିବା ବେଳେ ଡ୍ରୋନ୍ ଓ ସିସିଟିଭି ମାଧ୍ୟମରେ ମଧ୍ୟ ନଜରଦାରି ବଢ଼ାଯାଇଛି। ଯାତ୍ରା ସମୟରେ ଅନ୍ୟ ଟ୍ରେନ୍ ଚଳାଚଳକୁ ଆବଶ୍ୟକତା ଅନୁଯାୟୀ ନିୟନ୍ତ୍ରଣ କରାଯାଉଛି ।

ଜରୁରୀ ପରିସ୍ଥିତି ପାଇଁ ବିକଳ୍ପ ଇଞ୍ଜିନ୍ , ପ୍ରାଯୁକ୍ତିକ ଟିମ୍ , ଚିକିତ୍ସା ଦଳ ଓ ଉଦ୍ଧାରକାରୀ ଟିମ୍ କୁ ମଧ୍ୟ ପ୍ରସ୍ତୁତ ରଖାଯାଇଛି । ବ୍ରହ୍ମପୁରରେ ପହଞ୍ଚିବା ପରେ ରାଷ୍ଟ୍ରପତି ସଡ଼କ ପଥରେ ତପ୍ତପାଣି ଯାଇ ମା’ କନ୍ଧୁଣୀ ଦେବୀଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରିବେ । ଏହାସହ ବୃକ୍ଷରୋପଣ କାର୍ଯ୍ୟକ୍ରମ ଓ ଅନ୍ୟାନ୍ୟ ସରକାରୀ କାର୍ଯ୍ୟସୂଚୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ସମଗ୍ର ଗସ୍ତକୁ ନେଇ ଗଞ୍ଜାମ ଜିଲ୍ଲା ପ୍ରଶାସନ ଓ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

Post Views: 26
Share198Tweet124Send
Voice of Victims

Voice of Victims

Recent Posts

  • ଆଇଟିଇଆରରେ ୧୦ ଦିନିଆ ଏନ୍‌‌ସିସି ସମ୍ମିଳିତ ବାର୍ଷିକ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ
  • ସୋଆ ପକ୍ଷରୁ ଚେନ୍ନାଇରେ ‘ଆଲିସିପ୍‌++ ୨.୦’ ଆୟୋଜିତ
  • ସୋଆ ବିଶ୍ୱବିଦ୍ୟାଳୟରେ “ବିକଶିତ ଭାରତ ପାଇଁ ନିଶାମୁକ୍ତ ଭାରତ ଅଭିଯାନ” ଆୟୋଜିତ
  • ବିଭିନ୍ନ ବିଦ୍ୟାଳୟରେ ଅଭିଭାବକ–ଶିକ୍ଷକ ବୈଠକ ଅନୁଷ୍ଠିତ
  • ପତଞ୍ଜଳି ପକ୍ଷରୁ ଜଡ଼ିବୁଟି ଦିବସ ପାଳିତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In