• About Us
  • Contact Us
Friday, August 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫୋନରେ କଥା ହେଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତନ୍ୟାହୁ

by Voice of Victims
August 7, 2026
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫୋନରେ କଥା ହେଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତନ୍ୟାହୁ

ନୂଆଦିଲ୍ଲୀ : ମୋଦିଙ୍କ ସହ ଫୋନରେ କଥା ହେଲେ ନେତାନ୍ୟାହୁ ।  ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତନ୍ୟାହୁ ପଶ୍ଚିମ ଏସିଆ ସ୍ଥିତି ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନ ମାଧ୍ୟମରେ ଆଲୋଚନା କରିଛନ୍ତି ।  ଦୁଇ ନେତା ଭାରତ- ଇସ୍ରାଏଲ ସ୍ୱତନ୍ତ୍ର ରଣନୈତିକ ଭାଗିଦାରୀ ସମୀକ୍ଷା କରିବା ସହ ଦ୍ୱିପାକ୍ଷିକ ସହଯୋଗ ବୃଦ୍ଧି ନେଇ ଆଲୋଚନା କରିଛନ୍ତି ।

ବିଶ୍ୱ ରାଜନୈତିକ ପରିସ୍ଥିତି ଉପରେ ନଜର ରଖିବା ସହ ପରସ୍ପର ସହ ଯୋଗାଯୋଗରେ ରହିବାକୁ ଦୁଇ ପ୍ରଧାନମନ୍ତ୍ରୀ ସହମତ ହୋଇଛନ୍ତି । ଚଳିତ ବର୍ଷ ଫେବୃଆରୀ ମାସରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଇସ୍ରାଏଲ ଗସ୍ତ ବେଳେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ, ସାଇବର ସୁରକ୍ଷା ଏବଂ ପ୍ରତିରକ୍ଷା କ୍ଷେତ୍ରରେ ୧୭ଟି ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ୱାକ୍ଷରିତ ହୋଇଥିଲା ।

ସେଠାରେ ପ୍ରଧାନମନ୍ତ୍ରୀ ମୋଦି ଇସ୍ରାଏଲ ସଂସଦକୁ ଉଦବୋଧନ ଦେଇଥିଲେ ।  ଭାରତ ସହ ମୁକ୍ତ ବାଣିଜ୍ୟ ଚୁକ୍ତି ପାଇଁ ମଧ୍ୟ ଇସ୍ରାଏଲ ଆଲୋଚନା ଜାରି ରଖିଛି ।  ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗଗୁଡିକରେ ଇସ୍ରାଏଲ, ଭାରତକୁ ସମର୍ଥନ ଦେଉଥିବାରୁ ଏହି ସମ୍ପର୍କକୁ ଆହୁରି ମଜବୁତ କରିବା ପାଇଁ ଉଦ୍ୟମ ଜାରି ରହିଛି ।

Post Views: 2
Share196Tweet123Send
Voice of Victims

Voice of Victims

Recent Posts

  • ଘୂର୍ଣ୍ଣିବଳୟ ପ୍ରଭାବ, ଆଜିଠୁ ଦୁଇଦିନ ପ୍ରବଳରୁ ଅତିପ୍ରବଳ ବର୍ଷା
  • ହସ୍ତତନ୍ତ ଦିବସରେ ପିଏମ୍ ମୋଦିଙ୍କ ଆହ୍ୱାନ, ହସ୍ତଶିଳ୍ପକୁ ପ୍ରୋତ୍ସାହିତ କରିବାକୁ କଲେ ନିବେଦନ
  • ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫୋନରେ କଥା ହେଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତନ୍ୟାହୁ
  • ସ୍ମୃତି, ସମ୍ମାନ ଓ ସ୍ୱାଗତର ମିଳନ: ରାଜସୁନାଖଳା ଡାଏଟରେ ଆୟୋଜିତ ସମ୍ବର୍ଦ୍ଧନା ସଭା
  • ରଣପୁରରେ ୮୦ତମ ସ୍ୱାଧୀନତା ଦିବସ ପାଇଁ ବ୍ଲକ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In