• About Us
  • Contact Us
Sunday, August 9, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଯୁବକଙ୍କୁ ଧକ୍କା ଦେଲା କଶ୍ମୀର ଉପମୁଖ୍ୟମନ୍ତ୍ରୀଙ୍କ କାରକେଡ୍, ଯୁବକଙ୍କ ମୃତ୍ୟୁ

by Voice of Victims
August 9, 2026
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
ଯୁବକଙ୍କୁ ଧକ୍କା ଦେଲା କଶ୍ମୀର ଉପମୁଖ୍ୟମନ୍ତ୍ରୀଙ୍କ କାରକେଡ୍, ଯୁବକଙ୍କ ମୃତ୍ୟୁ

ଜମ୍ମୁ କଶ୍ମୀର : ଜମ୍ମୁ-କଶ୍ମୀରର ଉପ ମୁଖ୍ୟମନ୍ତ୍ରୀ ସୁରିନ୍ଦର ଚୌଧୁରୀଙ୍କ କାରକେଡ଼ରେ ସାମିଲ ଥିବା ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଜମ୍ମୁ କଶ୍ମୀରର ଗାଙ୍ଗ୍ୟାଲରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣା ସମୟରେ କାରକେଡ଼ରେ ଉପମୁଖ୍ୟମନ୍ତ୍ରୀ ନଥିଲ । କାରକେଡ୍ ତାଙ୍କୁ ଛାଡ଼ି ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିଲା । ଶନିବାର ରାତି ପ୍ରାୟ ୮ଟା ୫୫ ମିନିଟ୍ ସମୟରେ ଏହି ଘଟଣା ଘଟିଥିବା ଅଧିକାରୀମାନେ କହିଛନ୍ତି।

ମୃତ ଯୁବକଙ୍କ ପରିଚୟ ବିହାରର ସମସ୍ତିପୁର ଅଞ୍ଚଳର ଭରତ କାପର ବୋଲି ଜଣାପଡ଼ିଛି । ସେ ଗାଙ୍ଗ୍ୟାଲ ଅଞ୍ଚଳର ଏକ ଦୋକାନରେ କାମ କରୁଥିଲେ । ରାସ୍ତା ପାର ହେଉଥିବା ସମୟରେ କାରକେଡରେ ସାମିଲ ଥିବା ଏକ ଦ୍ରୁତଗାମୀ ସ୍କର୍ପିଓ ତାଙ୍କୁ ଧକ୍କା ଦେଇଥିଲା । ଦୁର୍ଘଟଣା ପରେ ଗାଡ଼ିର ଡ୍ରାଇଭର ତୁରନ୍ତ ଆହତ ଯୁବକଙ୍କୁ ସରକାରୀ ମେଡିକାଲ କଲେଜ ହସ୍ପିଟାଲକୁ ନେଇଥିଲେ । ତେବେ ଡାକ୍ତରମାନେ ଭରତଙ୍କୁ ମୃତ ଘୋଷଣା କରିଥିଲେ ।

ଘଟଣା ବିଷୟରେ ସୂଚନା ପାଇଁ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମାମଲାର ଯାଞ୍ଚ କରିଥିଲା । ଦୁର୍ଘଟଣା ସମୟରେ ଡେପୁଟି ସିଏମ୍ ସୁରିନ୍ଦର ଚୌଧୁରୀ କାରକେଡ୍ରେ ଉପସ୍ଥିତ ନଥିଲେ । ତାଙ୍କୁ ଘରେ ଛାଡ଼ି କାରକେଡ୍ଟି ଫେରୁଥିବା ସମୟରେ ଏହି ଘଟଣା ଘଟିଥିବା ଅଧିକାରୀମାନେ କହିଛନ୍ତି । ପୋଲିସ ଏନେଇ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ଦୁର୍ଘଟଣାର ପ୍ରକୃତ କାରଣ ଜାଣିବା ପାଇଁ ଘଟଣାସ୍ଥଳର ଆଖପାଖରେ ଲାଗିଥିବା ସିସିଟିଭି ଫୁଟେଜ୍ ମଧ୍ୟ ଯାଞ୍ଚ କରାଯାଉଛି ।

Post Views: 11
Share197Tweet123Send
Voice of Victims

Voice of Victims

Recent Posts

  • ଭୁବନେଶ୍ବରରେ ତ୍ରିରଙ୍ଗା ପଦଯାତ୍ରା, ସାମିଲ ହେଲେ ମୁଖ୍ୟମନ୍ତ୍ରୀ
  • ଖୋଲିଲା ହୀରାକୁଦର ଆଉ ୪ ଗେଟ୍, ୧୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ
  • ଯୁବକଙ୍କୁ ଧକ୍କା ଦେଲା କଶ୍ମୀର ଉପମୁଖ୍ୟମନ୍ତ୍ରୀଙ୍କ କାରକେଡ୍, ଯୁବକଙ୍କ ମୃତ୍ୟୁ
  • ଫୁକେଟ୍-ଦିଲ୍ଲୀ ବିମାନରେ ଭୟଙ୍କର ଟର୍ବୁଲାନ୍ସ ଘଟଣା, ପାଇଲଟଙ୍କ ଡୋପ୍ ଟେଷ୍ଟ ପଜେଟିଭ୍
  • ମୋଦିଙ୍କୁ ଫୋନ୍ କଲେ ଜେଡି ଭାନ୍ସ, ଆହୁରି ମଜଭୁତ ହେବ ଭାରତ-ଆମେରିକା ସମ୍ପର୍କ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In