• About Us
  • Contact Us
Tuesday, August 11, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା, ଆଜିଠୁ ବଦଳିବ ପାଗ, ବଢ଼ିବ ବର୍ଷା

by Voice of Victims
August 11, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ବଙ୍ଗୋପ ସାଗରରେ ସୃଷ୍ଟି ହେଲା ଲଘୁଚାପ, ପରବର୍ତ୍ତୀ ୪୮ ଘଣ୍ଟାରେ ଆହୁରି ହୋଇପାରେ ଘନୀଭୂତ

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା । ବଦଳିବ ପାଗ, ଆଜିଠୁ ବଢ଼ିବ ବର୍ଷା । ବଙ୍ଗୋପସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ବିଶେଷକରି ଉତ୍ତର, ଉପକୂଳ ଏବଂ ଏହାର ସଂଲଗ୍ନ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିପାରେ । ୧୨ରୁ ୧୫ ଅଗଷ୍ଟ ମଧ୍ୟରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ IMD ରାଜ୍ୟରେ ପ୍ରବଳ ବର୍ଷା ସହ ବଜ୍ରପାତ ଓ ଝଡ଼ବର୍ଷା ନେଇ ସତର୍କତା ଜାରି କରିଛି ।

ଆଜି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ନୟାଗଡ଼, ଯାଜପୁର, ଢେଙ୍କାନାଳ, ଗଞ୍ଜାମ, ଅନୁଗୁଳ, ଦେବଗଡ଼ ଓ ସୁନ୍ଦରଗଡ଼ର ବିଭିନ୍ନ ସ୍ଥାନରେ ହାଲୁକାରୁ ପ୍ରବଳ ବର୍ଷା ହୋଇପାରେ । ଅନ୍ୟ ଜିଲ୍ଲାରେ ମଧ୍ୟ ବର୍ଷା ଓ ଘଡ଼ଘଡ଼ିର ସମ୍ଭାବନା ରହିଛି । ଗତ ୨୪ ଘଣ୍ଟାରେ ଗଞ୍ଜାମର ପାତ୍ରପୁରରେ ୮୦.୪ ମିମି, ଖୋର୍ଦ୍ଧାର ଚିଲିକାରେ ୭୭ ମିମି ଏବଂ ବେଲଗୁଣ୍ଠାରେ ୭୬ ମିମି ବର୍ଷା ରେକର୍ଡ ହୋଇଛି ।

ଭୁବନେଶ୍ୱରରେ ୮.୩ ମିମି ଏବଂ କଟକରେ ୪.୬ ମିମି ବର୍ଷା ହୋଇଛି । ୧୪ ଅଗଷ୍ଟ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ ଓ ସଂଲଗ୍ନ ସମୁଦ୍ରରେ ୩୫ରୁ ୪୫ କିମି ବେଗରେ ପବନ ବହିବା ସହ ଝଟକା ପବନର ବେଗ ୫୫ କିମି ପର୍ଯ୍ୟନ୍ତ ଯାଇପାରେ । ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି । ଆଜିଠାରୁ ବର୍ଷା ବଢ଼ିବାର ସଙ୍କେତ ଥିବାବେଳେ ୧୨ରୁ ୧୫ ଅଗଷ୍ଟ ଓଡ଼ିଶା ପାଇଁ ଅଧିକ ସତର୍କତାର ସମୟ ହୋଇପାରେ । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏହି ଚାରି ଦିନ ପାଇଁ ଅତି ପ୍ରବଳ ବର୍ଷାର ସଙ୍କେତ ରହିଛି ।

Post Views: 13
Share197Tweet123Send
Voice of Victims

Voice of Victims

Recent Posts

  • ଭୂକମ୍ପରେ ଥରିଲା କଲମ୍ବିଆ, ୧୩୨ ମୃତ ଓ ୫୦୦ରୁ ଅଧିକ ଆହତ
  • ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି, କଲା ଜରୁରୀ ଅବତରଣ
  • ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା, ଆଜିଠୁ ବଦଳିବ ପାଗ, ବଢ଼ିବ ବର୍ଷା
  • ଇନସ୍ୟୁରାନ୍ସ ଓ ପଲ୍ୟୁସନ ସାର୍ଟିଫିକେଟ୍‌ ନଥିଲେ କଡା କାର୍ଯ୍ୟାନୁଷ୍ଠାନ, ଆଉ ଫାଇନ୍ ନୁହେଁ ସିଧା ସିଜ୍‌ ହେବ ଗାଡି
  • ରୋଟାରି କ୍ଲବ କଟକ କ୍ୟାଣ୍ଟନମେଣ୍ଟର ୭ମ ଅଧିଷ୍ଠାନ ଦିବସ, ୨୫ ନୂତନ ସଦସ୍ୟଙ୍କୁ ସାମିଲ, ସମାଜସେବାରେ ବହୁମୁଖୀ କାର୍ଯ୍ୟକ୍ରମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In