• About Us
  • Contact Us
Tuesday, August 11, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି, କଲା ଜରୁରୀ ଅବତରଣ

by Voice of Victims
August 11, 2026
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି, କଲା ଜରୁରୀ ଅବତରଣ

କୋଲକତା : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଯାଉଥିବା ହେଲିକପ୍ଟର ଖରାପ ପାଗ ଯୋଗୁଁ ଜରୁରୀ ଅବତରଣ କରିଛି । ଡୁମଡୁମରୁ କେଶପୁର ଅଭିମୁଖେ ଯାଉଥିବା ବେଳେ ପୂର୍ବ ମେଦିନୀପୁରର କୋଲାଘାଟ ଅଞ୍ଚଳରେ ପାଇଲଟ୍ ସୁରକ୍ଷା ଦୃଷ୍ଟିରୁ ହେଲିକପ୍ଟରଟିକୁ ଅବତରଣ କରାଇଥିଲେ ।

ଖବର ମୁତାବକ, ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ହେଲିକପ୍ଟର ଯୋଗେ କୋଲକତା ଏୟାରପୋର୍ଟରୁ ଉଡ଼ାଣ ଭରିବା ପୂର୍ବରୁ ଯାନ୍ତ୍ରିକ ତ୍ରୁଟି ଦେଖିବାକୁ ମିଳିଥିଲା । ହେଲେ ଏହାକୁ କିଛି ସମୟ ପୂର୍ବରୁ ଟିକ୍ କରାଯିବା ପରେ ହେଲିକପ୍ଟର ସକାଳ ୧୧ଟା ୨୧ ମିନିଟରେ ଉଡ଼ାଣ ଭରିଥିଲା । ତେବେ ଏହାକୁ ନେଇ ଏୟାରପୋର୍ଟ ଅଥରିଟି ପାଖରୁ କୌଣସି ଅଫିସିଆଲ ବୟାନ ଜାରି ହୋଇନାହିଁ ।

ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗ ଯୋଗୁଁ ଆଗକୁ ଉଡ଼ାଣ ଜାରି ରଖିବା ବିପଦପୂର୍ଣ୍ଣ ହୋଇପାରେ ବୋଲି ପାଇଲଟ୍ ନିଷ୍ପତ୍ତି ନେଇଥିଲେ । କୋଲାଘାଟର ଏକ ଖୋଲା ସ୍ଥାନରେ ହେଲିକପ୍ଟରଟି ସୁରକ୍ଷିତ ଭାବେ ଲ୍ୟାଣ୍ଡ କରିଥିଲା । ଘଟଣାରେ ଶୁଭେନ୍ଦୁ ଅଧିକାରୀ ଓ ତାଙ୍କ ସହଯାତ୍ରୀମାନେ ସୁରକ୍ଷିତ ଥିବା ରିପୋର୍ଟରେ କୁହାଯାଇଛି।

ଶୁଭେନ୍ଦୁ ଅଧିକାରୀ କେଶପୁରରେ ସ୍ୱାଧୀନତା ସଂଗ୍ରାମୀ ଖୁଦିରାମ ବୋଷଙ୍କୁ ସମ୍ମାନ ଜଣାଇବା ପାଇଁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଥିଲେ । ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି ଆସିବା ପରେ ମୁଖ୍ୟମନ୍ତ୍ରୀ ସଡ଼କ ମାର୍ଗରେ କେଶପୁର ଯିବାକୁ ବ୍ୟବସ୍ଥା କରାଯାଇଛି ।

Post Views: 12
Share197Tweet123Send
Voice of Victims

Voice of Victims

Recent Posts

  • ଭୂକମ୍ପରେ ଥରିଲା କଲମ୍ବିଆ, ୧୩୨ ମୃତ ଓ ୫୦୦ରୁ ଅଧିକ ଆହତ
  • ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି, କଲା ଜରୁରୀ ଅବତରଣ
  • ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା, ଆଜିଠୁ ବଦଳିବ ପାଗ, ବଢ଼ିବ ବର୍ଷା
  • ଇନସ୍ୟୁରାନ୍ସ ଓ ପଲ୍ୟୁସନ ସାର୍ଟିଫିକେଟ୍‌ ନଥିଲେ କଡା କାର୍ଯ୍ୟାନୁଷ୍ଠାନ, ଆଉ ଫାଇନ୍ ନୁହେଁ ସିଧା ସିଜ୍‌ ହେବ ଗାଡି
  • ରୋଟାରି କ୍ଲବ କଟକ କ୍ୟାଣ୍ଟନମେଣ୍ଟର ୭ମ ଅଧିଷ୍ଠାନ ଦିବସ, ୨୫ ନୂତନ ସଦସ୍ୟଙ୍କୁ ସାମିଲ, ସମାଜସେବାରେ ବହୁମୁଖୀ କାର୍ଯ୍ୟକ୍ରମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In