• About Us
  • Contact Us
Thursday, August 13, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

by Voice of Victims
August 13, 2026
in ଆଞ୍ଚଳିକ ଖବର, ଆଧ୍ୟାତ୍ମିକ, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଛତିଶା ନିଯୋଗର ବଡ଼ ନିଷ୍ପତ୍ତି: ମେଣ୍ଢାପୋଡି ଓ ଦୋଳପୂର୍ଣ୍ଣମୀ ନୀତି ନିର୍ଘଣ୍ଟ ଉପରେ ମୋହର

ପୁରୀ : ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ଆଜି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ । ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ମହାପ୍ରଭୁଙ୍କର ବନକଲାଗି ନୀତି ସଂପନ୍ନ କରିବେ । ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ । ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି । ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ।

Post Views: 13
Share197Tweet123Send
Voice of Victims

Voice of Victims

Recent Posts

  • ଦେଶପ୍ରେମ ଏବଂ ପରିବେଶର ବାର୍ତ୍ତା ନେଇ ମହିଳା ମୋର୍ଚ୍ଚା ର ତ୍ରୀରଙ୍ଗା ଶୋଭାଯାତ୍ରା
  • ପୂରା ଓଡ଼ିଶାକୁ ବଡ଼ ଆଲର୍ଟ, ଆଜି ଅବପାତ, ପ୍ରବଳ ବର୍ଷିବ
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
  • ଓଡ଼ିଶାର ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ଉନ୍ନତିକରଣ ଲାଗି ୩.୧୦ କୋଟି ଯୋଗାଇ ଦେଲେ ଅଶ୍ୱିନୀ ବୈଷ୍ଣବ
  • ଦିଲ୍ଲୀରେ ଖୁବ୍ ଶୀଘ୍ର ‘ଜନ୍ତର ମନ୍ତର ସିଜିନ୍ ୨’!

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In