• About Us
  • Contact Us
Monday, March 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ପୁସ୍ତକ “ସବ୍ୟସାଚୀର ଶବ୍ଦ” ଉନ୍ମୋଚିତ

by Voice of Victims
February 21, 2024
in ଆଞ୍ଚଳିକ ଖବର, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ପୁସ୍ତକ “ସବ୍ୟସାଚୀର ଶବ୍ଦ” ଉନ୍ମୋଚିତ

ଭୁବନେଶ୍ବର: ବିଶ୍ବ ମାତୃଭାଷା ଦିବସ ଅବସରରେ ଆଜି ରାଜ୍ୟ ସମବାୟ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ କବିତା ସଂକଳନ ” ସବ୍ୟସାଚୀର ଶବ୍ଦ” ଉନ୍ମୋଚିତ ହୋଇଯାଇଛି। ସ୍ଥାନୀୟ ଭାରତୀୟ ବିଦ୍ୟା ଭବନ ପରିସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜ୍ଞାନପୀଠ ପୁରସ୍କାରରେ ଭୂଷିତ ବିଶିଷ୍ଟ ସାହିତ୍ୟିକ ପଦ୍ମ ବିଭୂଷଣ ଡକ୍ଟର ସୀତାକାନ୍ତ ମହାପାତ୍ର ପୁସ୍ତକ ଉନ୍ମୋଚନ କରିଥିଲେ। ଏହି ଅବସରରେ ସେ କହିଥିଲେ ଯେ, ଅତନୁଙ୍କ କବିତାରେ ତିନୋଟି ମୁଖ୍ୟ କଥା ରହିଛି- ତାଙ୍କ ବାପା, ବୋଉ ଏବଂ ଚିତ୍ରୋତ୍ପଳା ନଦୀ। ଏମାନଙ୍କ ଉପରେ ସେ କବିତା ଲେଖିଛନ୍ତି। “ସବ୍ୟସାଚୀର ଶବ୍ଦ” ଅନୁଭୂତିର କବିତା ବୋଲି ଦର୍ଶାଇ ସେ କହିଥିଲେ ଯେ, ଗଭୀର ଅନୁଭୂତି ଓ ଅଭିଜ୍ଞତା ନଥିଲେ କବିତା ଲେଖିହୁଏ ନାହିଁ। ସମ୍ମାନିତ ଅତିଥି ବିଶିଷ୍ଟ ସାହିତ୍ୟିକା ପ୍ରଫେସର ଡକ୍ଟର ସଂଘମିତ୍ରା ମିଶ୍ର ପୁସ୍ତକ ଉପରେ ଆଲୋଚନା କରି କହିଥିଲେ ଯେ, ଅତନୁଙ୍କ କବିତାରେ କାରୁଣ୍ୟର ସ୍ବର ରହିଛି। ତାଙ୍କର ଜୀବନାନୁଭୂତି ପ୍ରଚୁର। ତେଣୁ ସେ ଆହୁରି ଲେଖନ୍ତୁ ବୋଲି ଶ୍ରୀମତୀ ମିଶ୍ର ଉପଦେଶ ଦେଇଥିଲେ। ଲେଖକ ଅତନୁ ସବ୍ୟସାଚୀ ନିଜ କବିତା ରଚନା ଉପରେ ଆଲୋକପାତ କରି କହିଥିଲେ ” ମୋ ବୋଉ ମୋ ପ୍ରେରଣା। ମତେ ସେ ହିଁ କଲମ ଧରେଇଛନ୍ତି।” ସେ ଦର୍ଶାଇଥିଲେ, ଆଗରୁ କିଛି କିଛି କବିତା ଲେଖିଛି। କିନ୍ତୁ ବିଶେଷ ପ୍ରକାଶ ପାଇନାହିଁ।ପିଲାଦିନେ ମନପବନ ଓ ମୀନାବଜାରରେ ମୋର କିଛି ଲେଖା ପ୍ରକାଶିତ ହୋଇଛି। ମୋ ମନର ଆବେଗ ଓ ଭାବପ୍ରବଣତା କବିତା ଆକାରରେ ବାହାରି ଆସିଥିଲା। ସେସବୁ ଆଜି ସଂକଳିତ ହୋଇଛି। ଉତ୍ସବରେ ସଭାପତିତ୍ବ କରି ବିଶିଷ୍ଟ ସାହିତ୍ୟିକ ଡକ୍ଟର ଗୌରହରି ଦାସ କହିଥିଲେ, ଆଜି ଗୋଟିଏ ଭଲ ଦିନ। ଆଜି ଆନ୍ତର୍ଜାତିକ ମାତୃଭାଷା ଦିବସ। ମାତୃଭାଷା ବଞ୍ଚିବ, ଯଦି ମାତୃଭାଷାରେ ଆମେ ଲେଖିବା। ଆଜି ଅତନୁ ବାବୁ ନିଜ ବହି ଉନ୍ମୋଚନ କରାଇ ମାତୃଭାଷାର ସେବା କରିଛନ୍ତି। ମାଆ ବାପା ସାହିତ୍ୟର ସେବା କଲେ ତା’ର ପ୍ରଭାବ ପିଲାଙ୍କ ଉପରେ ପଡ଼େ। ଏହାର ପ୍ରକୃଷ୍ଟ ଉଦାହରଣ ଅତନୁ ବାବୁ। ସେ ଜଣେ ସଫଳ ରାଜନେତା, ମନ୍ତ୍ରୀ। ଆଜି କବି ଭାବେ ସେ ନୂଆ ପରିଚୟ ପାଇଲେ ବୋଲି ଡକ୍ଟର ଦାସ ପ୍ରକାଶ କରିଥିଲେ। ପ୍ରାରମ୍ଭରେ ପୁସ୍ତକର ପ୍ରକାଶକ ବ୍ଲକ ଈଗଲ ବୁକ୍ସ ପକ୍ଷରୁ ଅଶୋକ ପରିଡ଼ା ସମସ୍ତଙ୍କୁ ସ୍ବାଗତ କରିଥିବା ବେଳେ ନିଳୟକାନ୍ତ ମହାପାତ୍ର ଅତିଥି ପରିଚୟ ପ୍ରଦାନ କରିଥିଲେ। ଶେଷରେ ସାହିତ୍ୟିକ ଶତ୍ରୁଜିତ୍ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ବହୁ ବିଶିଷ୍ଟ ଲେଖକ, ବିଧାୟକ ଦେବୀ ମିଶ୍ର, ରାଜନେତା, ଲେଖକଙ୍କ ପରିବାର, ଶୁଭେଚ୍ଛୁ ଏବଂ ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ।

Post Views: 51
Share210Tweet131Send
Voice of Victims

Voice of Victims

Recent Posts

  • ଶ୍ରୀ ଶ୍ରୀ ଶ୍ୟାମ ସୁନ୍ଦର ଜୀଉଙ୍କ ୩୨ ତମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞ
  • ପୁଣି ପାକିସ୍ତାନର ପାଗଳାମି, ଭାରତକୁ ପରମାଣୁ ବୋମାର ଧମକ
  • ଏପ୍ରିଲ ୧ରୁ ବଢିପାରେ ATF ମୂଲ୍ୟ ! ଯାତ୍ରା ମହଙ୍ଗା ନହେବା ପାଇଁ ସରକାର ନେଉଛନ୍ତି ପଦକ୍ଷେପ
  • ରାଜ୍ୟସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ଉଦଘାଟିତ, ୨୨୯୨ କୋଟିର ୧୭ ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
  • ଯାଜପୁର ଜିଲ୍ଲାରେ ମହମ୍ମଦ ମୋକିମଙ୍କ ମିଶ୍ରଣ ପର୍ବ, ୭ଟି ନିର୍ବାଚନ ମଣ୍ଡଳୀର ବହୁ ତୁଙ୍ଗ ନେତା ଓ କର୍ମୀ ସାମିଲ ହେଲେ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In