• About Us
  • Contact Us
Monday, March 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ସବୁ ଜିଲ୍ଲାକୁ ଗଡିଲା ଲକ୍ଷ୍ମୀ ବସ୍

by Voice of Victims
February 21, 2024
in ଆଞ୍ଚଳିକ ଖବର, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ସବୁ ଜିଲ୍ଲାକୁ ଗଡିଲା ଲକ୍ଷ୍ମୀ ବସ୍

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବାଲେଶ୍ୱର, ଜଗତସିଂହପୁର, ଗଞ୍ଜାମ, ନୂଆପଡା ଓ ବୌଦ୍ଧ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲକ୍ଷ୍ମୀ ବସ୍‌ ରାଜ୍ୟର ସବୁ ଗାଁରେ ସାମାଜିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବା ସହିତ ବ୍ୟାପକ ଅର୍ଥନୈତିକ ଅଭିବୃଦ୍ଧି ଆଣିବ। ଗାଁ ଲୋକମାନେ ଲକ୍ଷ୍ମୀ ବସ୍‌ ଜରିଆରେ ସୁବିଧାରେ ଏବଂ କମ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ କରିପାରିବେ। ଲକ୍ଷ୍ମୀ ବସ୍‌ ଆମର ଜୀବନ ଯାତ୍ରାକୁ ସହଜ କରିବ। ଆଜି ୫ଟି ଜିଲ୍ଲାର ୧୦୫୭ଟି ପଞ୍ଚାୟତରେ ୨୫୫ଟି ବସ୍‌ ଚାଲିଲା ଏବଂ ଏହା ଦ୍ୱାରା ୭୧ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେ। ବାଲେଶ୍ୱର ଜିଲ୍ଲାର ୩୧୫ଟି ପଞ୍ଚାୟତରେ ୪୮ଟି ବସ୍‌ ଚାଲିଲା ଓ ୨୦ଲକ୍ଷ ୪୨ ହଜାର ଲୋକ ଉପକୃତ ହେଲେ। ନୂଆପଡାର ୧୨୩ଟି ପଞ୍ଚାୟତରେ ୨୫ଟି ବସ୍‌ ଚାଲିଲା ଓ ୫ ଲକ୍ଷ ୭୪ ହଜାର ଲୋକ ଉପକୃତ ହେଲେ। ବୌଦ୍ଧର ୫୫ଟି ପଞ୍ଚାୟତରେ ୧୦ଟି ବସ୍‌ ଚାଲିଲା ଏବଂ ୩ ଲକ୍ଷ ୫୩ ହଜାର ଲୋକ ଉପକୃତ ହେଲେ। ଗଞ୍ଜାମର ୪୩୩ଟି ପଞ୍ଚାୟତରେ ୧୩୦ଟି ବସ୍‌ ଚାଲିଲା ଏବଂ ୩୪ ଲକ୍ଷ ୪୭ ହଜାର ଲୋକ ଉପକୃତ ହେଲେ। ସେହିପରି ଜଗତସିଂହପୁରର ୧୩୧ଟି ପଞ୍ଚାୟତରେ ୪୨ଟି ବସ୍‌ ଚାଲିବା ସହିତ ୭ ଲକ୍ଷ ୫୦ ହଜାର ଲୋକ ଉପକୃତ ହେଲେ। ଏହା ଫଳରେ ଆଜି ଓଡିଶାର ସମସ୍ତ ୩୦ଟି ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ଚଳାଚଳ ଆରମ୍ଭ କରିଛି। ସମୁଦାୟ ୩୦ଟି ଜିଲ୍ଲାରେ ୧୩୫୪ଟି ବସ୍‌ ଚାଲିବା ଆରମ୍ଭ କରିଛି ଏବଂ ଏହା ଦ୍ୱାରା ୬୦୩୧ଟି ପଞ୍ଚାୟତର ୩.୬୪ କୋଟି ଲୋକ ଉପକୃତ ହୋଇଛନ୍ତି। ସୂଚନାଯୋଗ୍ୟ ଯେ ରାଜ୍ୟର ସବୁ ପଞ୍ଚାୟତରେ ସମୁଦାୟ ୧୭୪୫ଟି ବସ୍‌ ଚାଲିବ। ଏହି ଯୋଜନାରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। 5T ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି। ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଲୋକଙ୍କ ଇଚ୍ଛାକୁ ମୁଁ ସମ୍ମାନ ଦିଏ । ମୋ ସରକାରର ସବୁ କାର୍ଯ୍ୟକ୍ରମ ଲୋକମତ ଭିତ୍ତିରେ ଆଧାରିତ । ଲକ୍ଷ୍ମୀ ଯୋଜନା ମଧ୍ୟ ଲୋକଙ୍କ ଇଚ୍ଛାରୁ କାର୍ଯ୍ୟକାରୀ କରାଯାଇଛି। 5T ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରିଥିଲୁ ଏବଂ ଲୋକଙ୍କ ପ୍ରସ୍ତାବକୁ ଅନୁଶୀଳନ କରି ଗାଁ ଲୋକଙ୍କର ଯୋଗାଯୋଗ ସମସ୍ୟା ଦୂର କରିବା ପାଇଁ ଲକ୍ଷ୍ମୀ ବସ୍‌ ଯୋଜନା ପ୍ରସ୍ତୁତ କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେ ପୁଣି କହିଥିଲେ ଯେ ପଞ୍ଚାୟତକୁ ବିକାଶର କେନ୍ଦ୍ର କରିବା ଆମର ଲକ୍ଷ୍ୟ ରହିଛି। ଗାଁର ଅର୍ଥନୀତିକୁ ମଜବୁତ କରିବା ଆମର ଲକ୍ଷ୍ୟ। ଲକ୍ଷ୍ମୀ ବସ୍‌ ଏଥିରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ। ଏହି ଯୋଜନାରେ ନିକଟରେ ଆରମ୍ଭ ହୋଇଥିବା ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ବିଷୟରେ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଭବ ନେବା ପାଇଁ ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ଆରମ୍ଭ କରାଯାଇଛି। ଏଥିରେ ମା’ମାନଙ୍କ ପାଇଁ ବସ୍‌ ଟିକେଟ ମୂଲ୍ୟ ଅଧା କରାଯାଇଛି ବୋଲି ସେ କହିଥିଲେ। ଗାଁର ରୂପାନ୍ତର ପାଇଁ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଜାରି ରହିଛି ବୋଲି କହି ଏକ ନୂଆ ଓଡିଶା ଗଢିବା ପାଇଁ, ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ଲକ୍ଷ୍ମୀ ବସ୍‌ ସେବା ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଲୋକଙ୍କୁ ଲୋକଙ୍କ ସହିତ ଯୋଡିବ। ସାମାଜିକ ଓ ଆର୍ଥିକ ଜୀବନକୁ ମଜବୁତ କରିବ। ପିଲାଙ୍କୁ ସ୍କୁଲ କଲେଜ ନେବ। ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ। ମା’ମାନେ ଓ ଛାତ୍ରଛାତ୍ରୀମାନେ ମାତ୍ର ୫ ଟଙ୍କା ମୂଲ୍ୟରେ ଏହି ବସ୍‌ ରେ ଯିବା ଆସିବା କରିପାରିବେ ବୋଲି ସେ କହିଥିଲେ । ଲକ୍ଷ୍ମୀ ବସ୍‌ ସହିତ ସଂପୃକ୍ତ ସମସ୍ତ ବିଭାଗ, ଜନପ୍ରତିନିଧି ଓ ସାଧାରଣ ଲୋକଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ। କାର୍ଯ୍ୟକ୍ରମରେ ବୌଦ୍ଧଠାରେ ଉପସ୍ଥିତ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ପ୍ରତି ଘରେ ସମୃଦ୍ଧି ଆଣିବ। ପିଲାମାନଙ୍କ ପାଠପଢାରେ ସାହାଯ୍ୟ କରି ପରିବାରର ବିକାଶ ଘଟାଇବ। 5T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ଏବଂ କହିଥିଲେ ଯେ ତାଙ୍କ ଜିଲ୍ଲା ଗସ୍ତରୁ ଗ୍ରାମାଞ୍ଚଳରେ ଲୋକଙ୍କ ଗମନାଗମନର ସୁବିଧା ପାଇଁ ମିଳିଥିଲା ଫିଡ୍‌ବ୍ୟାକ। ଏହି ମତାମତ ଅନୁଯାୟୀ ସେ ୨୦୨୩ ମଇ ମାସ ୯ ତାରିଖରେ ଜିଲ୍ଲାପାଳମାନଙ୍କ ସହିତ ଆଲୋଚନା କରିଥିଲେ । ଏହା ପରେ ଅକ୍ଟୋବର ୧୨ରେ ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା ଲକ୍ଷ୍ମୀ ବସ୍‌।ଆଜି ସୁଦ୍ଧା ୩୦ଟି ଜିଲ୍ଲାର ୯୫ ପ୍ରତିଶତ ପଞ୍ଚାୟତ ଏଥିରେ ଅନ୍ତର୍ଭୁକ୍ତ। ସେ ଆହୁରି ମଧ୍ୟ କହିଥିଲେ ଯେ ଲକ୍ଷ୍ମୀ ବସ୍ ଆମ ନିଜର ସଂପତ୍ତି । ଓଡିଶାର ସଂପତ୍ତି। ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ କରନ୍ତୁ । ସେ ଆହୁରି ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ମା’ମାନଙ୍କ ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ସୂଚନା ପ୍ରଦାନ କରି କହିଥିଲେ ଯେ ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ଲକ୍ଷ୍ମୀ ବସ୍‌ରେ ମା’ମାନଙ୍କ ପାଇଁ ଟିକେଟର ମୂଲ୍ୟ ୫ ଟଙ୍କା ରଖିଛନ୍ତି। ମିଶନ ଶକ୍ତି ମା’ମାନଙ୍କ ୟୁନିଫର୍ମ ପାଇଁ ୧୦୦୦ ଟଙ୍କା ପ୍ରଦାନ କରିଛନ୍ତି।ମମତା ଯୋଜନାରେ ମା’ମାନଙ୍କୁ ଆଗରୁ ୫ ହଜାର ଟଙ୍କା ମିଳୁଥିଲା । ଏବେ ୧୦ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି। ନୂଆ-ଓ ଛାତ୍ରବୃତିରେ ପରିବାରର ସ୍ନାତକ ଓ ସ୍ନାତକୋତ୍ତର ଶ୍ରେଣୀର ଝିଅ ମାନଙ୍କ ପାଇଁ ୧୦ ହଜାର ଟଙ୍କା ବ୍ୟବସ୍ଥା କରିଛନ୍ତି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମା’ମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା କରିଛନ୍ତି। ମିଶନ ଶକ୍ତି ମା’ମାନଙ୍କ ପାଇଁ ବିନା ସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବ୍ୟବସ୍ଥା ଖୁବ୍‌ ଶୀଘ୍ର କାର୍ଯ୍ୟକାରୀ ହେବ ବୋଲି ସେ କହିଥିଲେ।କାର୍ଯ୍ୟକ୍ରମରେ ବାଲେଶ୍ୱରରେ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ପାତ୍ର, ବିଧାୟକ ଶ୍ରୀ ସ୍ୱରୂପ କୁମାର ଦାସ, ନୂଆପଡାରେ ମନ୍ତ୍ରୀ ଶ୍ରୀ ରାଜେନ୍ଦ୍ର ଢୋଲକିଆ, ଜିଲ୍ଲା ପରିଷଦ ସଭାପତି ଶ୍ରୀମତୀ ଡଲି ମାଝୀ, ବୌଦ୍ଧରେ ମନ୍ତ୍ରୀ ଶ୍ରୀ ପଦୀପ କୁମାର ଅମାତ, ବିଧାୟକ ଶ୍ରୀ ମହିଧର ରଣା, ଗଞ୍ଜାମରେ ବିଧାୟିକା ଶ୍ରୀମତୀ ଲତିକା ପ୍ରଧାନ, ବିଧାୟକ ଶ୍ରୀ ବିକ୍ରମ କୁମାର ପଣ୍ଡା, ଜଗତସିଂହପୁରରେ ସରକାରୀ ଦଳ ମୁଖ୍ୟ ସଚେତକ ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି ଓ ସାଂସଦ ଶ୍ରୀମତୀ ରାଜଶ୍ରୀ ମଲ୍ଲିକ ପ୍ରମୁଖ ଯୋଗ ଦେଇ କହିଥିଲେ ଯେ ଭାରତର ଆତ୍ମା ଗ୍ରାମାଞ୍ଚଳରେ ବାସ କରେ । ଗ୍ରାମାଞ୍ଚଳର ବିକାଶ ଜରିଆରେ ମହାତ୍ମା ଗାନ୍ଧୀଙ୍କ ଏହି ଉକ୍ତିକୁ କାର୍ଯ୍ୟରେ ପରିଣତ କରିଛନ୍ତି ମୁଖ୍ୟମନ୍ତ୍ରୀ। ଲକ୍ଷ୍ମୀ ବସ୍ ଜରିଆରେ ଗ୍ରାମାଞ୍ଚଳବାସୀଙ୍କ ଗମନାଗମନ ଅସୁବିଧାକୁ ମୁଖ୍ୟମନ୍ତ୍ରୀ ଦୂର କରିଦେଇଛନ୍ତି । ଲକ୍ଷ୍ମୀ ବସ୍‌ ଗ୍ରାମାଞ୍ଚଳର ପ୍ରତ୍ୟେକ ମହିଳାଙ୍କ ଗର୍ବ ଓ ଗୌରବର ପ୍ରତୀକ ହେବ ବୋଲି ସେମାନେ କହିଥିଲେ। କାର୍ଯ୍ୟକ୍ରମରେ ଜଗତସିଂହପୁରଠାରେ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ସମସ୍ତ ଜିଲ୍ଲାରେ ବହୁ ଜନ ସମାଗମ ହୋଇଥିଲା।

Post Views: 52
Share200Tweet125Send
Voice of Victims

Voice of Victims

Recent Posts

  • ଶ୍ରୀ ଶ୍ରୀ ଶ୍ୟାମ ସୁନ୍ଦର ଜୀଉଙ୍କ ୩୨ ତମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞ
  • ପୁଣି ପାକିସ୍ତାନର ପାଗଳାମି, ଭାରତକୁ ପରମାଣୁ ବୋମାର ଧମକ
  • ଏପ୍ରିଲ ୧ରୁ ବଢିପାରେ ATF ମୂଲ୍ୟ ! ଯାତ୍ରା ମହଙ୍ଗା ନହେବା ପାଇଁ ସରକାର ନେଉଛନ୍ତି ପଦକ୍ଷେପ
  • ରାଜ୍ୟସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ଉଦଘାଟିତ, ୨୨୯୨ କୋଟିର ୧୭ ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
  • ଯାଜପୁର ଜିଲ୍ଲାରେ ମହମ୍ମଦ ମୋକିମଙ୍କ ମିଶ୍ରଣ ପର୍ବ, ୭ଟି ନିର୍ବାଚନ ମଣ୍ଡଳୀର ବହୁ ତୁଙ୍ଗ ନେତା ଓ କର୍ମୀ ସାମିଲ ହେଲେ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In