• About Us
  • Contact Us
Sunday, August 16, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

by Voice of Victims
August 16, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା ଅଭିଯୋଗ
ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

ରଣପୁର, ୧୬/୦୮: ଚଳିତ ବର୍ଷ ଏକ ନୂଆ ପରମ୍ପରାର ଶୁଭାରମ୍ଭ କରି ରଣପୁର ପ୍ରେସ କ୍ଲବ ପକ୍ଷରୁ ପ୍ରଥମ ଥର ପାଇଁ ନିଜସ୍ୱ ପ୍ରେସ କ୍ଲବ କାର୍ଯ୍ୟାଳୟ ସମ୍ମୁଖରେ ୮୦ତମ ପବିତ୍ର ସ୍ୱାଧୀନତା ଦିବସ ଉତ୍ସାହ ଓ ଗରିମାର ସହ ପାଳିତ ହୋଇଯାଇଛି।ଏହି ଅବସରରେ ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପତାକା ଉତ୍ତୋଳନ ପରେ ଉପସ୍ଥିତ ସମସ୍ତେ ଜାତୀୟ ସଙ୍ଗୀତ ଗାନ କରି ଦେଶର ସ୍ୱାଧୀନତା ପାଇଁ ଜୀବନ ଉତ୍ସର୍ଗ କରିଥିବା ମହାନ ସ୍ୱାଧୀନତା ସଂଗ୍ରାମୀ ଓ ବୀର ଶହୀଦମାନଙ୍କୁ ଶ୍ରଦ୍ଧାର ସହ ସ୍ମରଣ କରିଥିଲେ।

କାର୍ଯ୍ୟକ୍ରମରେ ପ୍ରେସ କ୍ଲବର ସଭାପତି ସୁକାନ୍ତ ପଟ୍ଟନାୟକ, ସମ୍ପାଦକ ବ୍ରଜ ରଣସିଂହ, କାର୍ଯ୍ୟକାରୀ ସଭାପତି ବିଶ୍ୱରଂଜନ ଆଚାର୍ଯ୍ୟ, କୋଷାଧ୍ୟକ୍ଷ କୃଷ୍ଣଚନ୍ଦ୍ର ଦାଶ, ଉପଦେଷ୍ଟା ରମେଶ ଚନ୍ଦ୍ର ପ୍ରଧାନ ଓ ରଘୁନାଥ ନାୟକଙ୍କ ସମେତ ପ୍ରେସ କ୍ଲବର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।ସ୍ୱାଧୀନତା ଦିବସ ଭଳି ଜାତୀୟ ମହତ୍ତ୍ୱପୂର୍ଣ୍ଣ ଦିବସକୁ ନିଜ କାର୍ଯ୍ୟାଳୟ ସମ୍ମୁଖରେ ପାଳନ କରି ରଣପୁର ପ୍ରେସ କ୍ଲବ ଏକ ନୂଆ ପରମ୍ପରାର ଆରମ୍ଭ କରିଛି। ଏହା ସାମ୍ବାଦିକ ସମାଜ ମଧ୍ୟରେ ଦେଶପ୍ରେମ, ଏକତା ଓ ଦାୟିତ୍ୱବୋଧର ଭାବନାକୁ ଆହୁରି ସୁଦୃଢ଼ କରିବ ବୋଲି ଉପସ୍ଥିତ ଅତିଥି ଓ ସଦସ୍ୟମାନେ ମତବ୍ୟକ୍ତ କରିଥିଲେ।

Post Views: 18
Share198Tweet124Send
Voice of Victims

Voice of Victims

Recent Posts

  • ରଣପୁରରେ ଭବ୍ୟ ଭାବେ ପାଳିତ ୮୦ତମ ପବିତ୍ର ସ୍ୱାଧୀନତା ଦିବସ
  • ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ
  • ସିକ୍କିମରେ ବିଶାଳ ଭୂସ୍ଖଳନ, ଖସୁଛି ପାହାଡ଼, ବିପଦରେ ୧୫୦ ଲୋକ
  • ପଶ୍ଚିମବଙ୍ଗର ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ମୃତ୍ୟୁ, ଟିଏମସି କାର୍ଯ୍ୟାଳୟରୁ ମୃତଦେହ ଉଦ୍ଧାର
  • ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ, ୩ ଦିନ ଭିଜିବ ଓଡ଼ିଶା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In