• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଗରିବ ଲୋକଙ୍କୁ କଂଗ୍ରେସ ଧୋକା ଦେଇଛି: ରାଜନାଥ

by Voice of Victims
February 22, 2024
in ମୁଖ୍ୟ ଖବର, ରାଜ୍ୟ
ଗରିବ ଲୋକଙ୍କୁ କଂଗ୍ରେସ ଧୋକା ଦେଇଛି: ରାଜନାଥ

ଭୁବନେଶ୍ୱର:  ଆମେ ରାଜନୀତି କରୁଛୁ କେବଳ ଦେଶ ଗଠନ ପାଇଁ । କଂଗ୍ରେସ ଲମ୍ବା ସମୟ ଧରି କେବଳ ଦେଶବାସୀଙ୍କୁ ଧୋକା ଦେଇଛି । ବିଶେଷ କରି ଗରିବ ଲୋକଙ୍କୁ କଂଗ୍ରେସ ଧୋକା ଦେଇଛି । ସେମାନଙ୍କ ସହ ବିଶ୍ୱାସଘାତକତା କରିଛି ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି । ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତ ଅବସରରେ ନବରଙ୍ଗଠାରେ ଅନୁଷ୍ଠିତ ଦଳୀୟ ସଭାରେ ଯୋଗଦେଇ ଉପସ୍ଥିତ ଜନତାଙ୍କୁ ଉଦବୋଧନ ଦେଇ ରାଜନାଥ ଏହା କହିଛନ୍ତି ।  ଏହାଛଡ଼ା ସେ କହିଛନ୍ତି ଯେ ଓଡ଼ିଶା ସହ ମୋର ଭାବନାତ୍ମକ ସମ୍ପର୍କ ରହିଛି । କଂଗ୍ରେସ ସରକାରବେଳେ ଭାରତ ସୁରକ୍ଷା ଯାତ୍ରା କରିଥିଲୁ । ଭାରତ ସୁରକ୍ଷା ଯାତ୍ରା ମୁଁ ଓଡ଼ିଶାରୁ ଆରମ୍ଭ କରିଥିଲି । ସେତେବେଳେ ଆତଙ୍କବାଦ, ନକ୍ସଲବାଦ ଓ ଆତଙ୍କ ସର୍ବତ୍ର ରହିଥିଲା । ଆଜି ଆତଙ୍କବାଦ କେଉଁଠି ରହିଛି, ଆପଣମାନେ ସମସ୍ତେ ଜାଣିଛନ୍ତି । ପୁଲୱମା ଘଟଣା ପରେ ମୁହଁତୋଡ଼ ଜବାବ ଦିଆଯାଇଛି । ଏବେ ନକ୍ସଲବାଦ କେବଳ କିଛି ଜିଲ୍ଲାରେ ସୀମିତ ରହିଛି । ନରେନ୍ଦ୍ର ମୋଦୀ ଦେଶର ପ୍ରଧାନମନ୍ତ୍ରୀ ହେବା ପରେ ସାରା ଦେଶର ଚିତ୍ର ବଦଳିଛି । ଓଡ଼ିଶାରେ ବି ଡବଲ ଇଞ୍ଜିନ ସରକାର ହେବା ଦରକାର ବୋଲି ରାଜନାଥ ସିଂହ କହିଛନ୍ତି । ଏଥିସହ ସେ କହିଛନ୍ତି ଯେ ମୋଦୀଙ୍କ ସନେ୍ଦଶ ନେଇ ପ୍ରତି କାର୍ଯ୍ୟକର୍ତ୍ତା ଲାଭାର୍ଥୀଙ୍କ ପାଖକୁ ଯାଆନ୍ତୁ । ସବୁ ଲାଭାର୍ଥୀଙ୍କୁ ମୋଦୀ ଦେଉଥିବା ସୁବିଧା ସୁଯୋଗ ମିଳିବା ଦରକାର ବୋଲି ରାଜନାଥ ସିଂ କହିଛନ୍ତି ।  ଏହାଛଡ଼ା ସେ କହିଛନ୍ତି ଯେ ବିଜେପି ଏକମାତ୍ର ଦଳ ଯିଏ ଯାହା କୁହେ ତାହା କରେ । ବିଶ୍ୱସନୀୟତା ସଙ୍କଟକୁ ମୋଦୀ ଚ୍ୟାଲେଞ୍ଜଭାବେ ନେଇଛନ୍ତି । ଯାହା ଘୋଷଣାପତ୍ରରେ କହିଥିଲୁ, ସବୁ ପୂରଣ କରିଛୁ । କହିଥିଲୁ ୩୭୦ ଧାରା ଉଠାଇବୁ, ଜମ୍ମୁ କାଶ୍ମୀରରୁ ୩୭୦ ଧାରା ଉଠାଇଲୁ । ତିନ ତଲାକ ଉଠାଇବୁ କହିଥିଲୁ, ଆମେ ଆମ କଥା ରକ୍ଷା କଲୁ । ଆମେ ରାଜନୀତି କରୁଛୁ କେବଳ ଦେଶ ଗଠନ ପାଇଁ । ମୋଦୀ ଆସିବା ପରେ ୨୫ କୋଟି ଲୋକଙ୍କୁ ଗରିବୀରୁ ମୁକ୍ତ କରିଛନ୍ତି । ୧୧କୋଟି ଲୋକଙ୍କୁ ଶୌଚାଳୟ ଓ ୪ କୋଟି ଲୋକଙ୍କୁ ପକ୍କାଘର ମିଳିଛି । ଓଡ଼ିଶାରେ ୩୦ ଲକ୍ଷ ଲୋକଙ୍କୁ ପକ୍କା ଘର ମିଳିଛି । କଂଗ୍ରେସ ସରକାରରେ ୧୭ ବର୍ଷରେ ୧୮ ହଜାର କିମି ରାସ୍ତା ହୋଇଥିଲା । ଗତ ୧୦ ବର୍ଷରେ ମୋଦୀ ସରକାର ୩୦ ହଜାର କିମି ରାସ୍ତା କରିଛନ୍ତି । ଆୟୁଷ୍ମାନ ଭାରତ ଯୋଜନାରେ ଗରିବଙ୍କୁ ସ୍ୱାସ୍ଥ୍ୟ ସୁବିଧା ମିଳୁଛି । ଓଡ଼ିଶା ସହ ଆମ ସରକାର ଭେଦଭାବ କରିନି । ଏଠାରେ ମେଡିକାଲ କଲେଜ ଓ ଇଞ୍ଜିନିୟରିଂ କଲେଜ ବଢିଛି । ଜନତାଙ୍କ ସେବା କରିବା ଆମ ପ୍ରଧାନମନ୍ତ୍ରୀଙ୍କ ଏକମାତ୍ର ଉଦେ୍ଧଶ୍ୟ । ସେହିପରି ରାଜନାଥ କହିଛନ୍ତି ଯେ ଓଡ଼ିଶାରେ କଂଗ୍ରେସ ସରକାର ଖାଲି ଶିଳାନ୍ୟାସ କରିଚାଲିଥିଲା । ଆମ ପ୍ରଧାନମନ୍ତ୍ରୀ ଶିଳାନ୍ୟାସ ନୁହେଁ କାର୍ଯ୍ୟ ପୂରଣ କରୁଛନ୍ତି । ଯେଉଁଠି ଶିଳାନ୍ୟାସ ସେଇଠି କାମ ସାରି ଉଦଘାଟନ ବି କରୁଛନ୍ତି ।  ପ୍ରକାଶ ଯେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ନବରଙ୍ଗପୁରରୁ ପୁଣି ଜଗଦଲପୁର ବିମାନବନ୍ଦରକୁ ଫେରିବେ । ସେଠାରୁ ହେଲିକପ୍ଟରରେ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପରେ ପହଞ୍ଚିବେ ରାଜନାଥ । ରଙ୍ଗେଇଲୁଣ୍ଡାରୁ ବ୍ରହ୍ମପୁରକୁ ଯାଇ ବିଜେପି ସମ୍ମିଳନୀରେ ଯୋଗ ଦେବେ । ବ୍ରହ୍ମପୁର ସଭା ସାରି ସେ ମୟୂରଭଞ୍ଜର ଅମର୍ଦ୍ଦା ରୋଡ୍‌ ଏୟାରଷ୍ଟ୍ରିପ୍‌ରେ ପହଞ୍ଚିବେ । ସେଠାରୁ ବାରିପଦା ଷ୍ଟାଡିୟମ ଅଭିମୁଖେ ବାହାରିବେ । ଷ୍ଟାଡିୟମରେ ଏକ ବିଶାଳ ଜନସଭାକୁ ସେ ସମ୍ବୋଧିତ କରିବେ । ବିଜେପି କାର୍ୟକର୍ତ୍ତାଙ୍କୁ ମଧ୍ୟ ଭେଟି ଆଲୋଚନା କରିବାର କାର୍ୟ୍ୟକ୍ରମ ଅଛି । ଏହାପରେ ସେ ମୟୂରଭଞ୍ଜରୁ ଦିଲ୍ଲୀକୁ ଫେରିଯିବେ ।

Post Views: 38
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In