• About Us
  • Contact Us
Thursday, August 20, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ, ୧୯୮୪ ଦଙ୍ଗା ମାମଲାରେ କାଟୁଥିଲେ ଆଜୀବନ ଜେଲ୍

by Voice of Victims
August 20, 2026
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ, ୧୯୮୪ ଦଙ୍ଗା ମାମଲାରେ କାଟୁଥିଲେ ଆଜୀବନ ଜେଲ୍

ନୂଆଦିଲ୍ଲୀ: ପୂର୍ବତନ କଂଗ୍ରେସ ନେତା ତଥା ସାଂସଦ ସଜ୍ଜନ କୁମାରଙ୍କ ୮୦ ବର୍ଷ ବୟସରେ ନିଧନ ହୋଇଛି । ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ଗୁରୁବାର ତାଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲକୁ ଅଣାଯାଇଥିଲା, ଯେଉଁଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ୧୯୮୪ ମସିହାର ଶିଖ ବିରୋଧୀ ଦଙ୍ଗା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ତିହାର ଜେଲରେ ଆଜୀବନ କାରାଦଣ୍ଡ ଭୋଗୁଥିଲେ ।

୨୦୧୮ରେ ଦିଲ୍ଲୀ ହାଇକୋର୍ଟ ୧୯୮୪ ଦଙ୍ଗା ସହ ଜଡ଼ିତ ଏକ ମାମଲାରେ ସଜ୍ଜନ କୁମାରଙ୍କୁ ଆଜୀବନ କାରାଦଣ୍ଡ ଦେଇଥିଲେ । ପରେ ସେ ଏହି ରାୟକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ । କିନ୍ତୁ କୋର୍ଟ ଏହାକୁ ଖାରଜ କରିଥିଲେ । ୨୦୨୨ ଏପ୍ରିଲରେ ତାଙ୍କୁ ଦଙ୍ଗା ସମ୍ବନ୍ଧୀୟ ଏକ ମାମଲାରେ ଜାମିନ ମିଳିଥିଲା, କିନ୍ତୁ ଦ୍ବିତୀୟ ମାମଲାରେ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଥିବା ଯୋଗୁଁ ଜେଲରେ ବନ୍ଦୀ ହୋଇଥିଲେ ।

ଦଙ୍ଗା ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ସଜ୍ଜନ କୁମାର କଂଗ୍ରେସରୁ ଇସ୍ତଫା ଦେଇଥିଲେ । ସେ ଦିଲ୍ଲୀର ତିହାର ଜେଲରେ ଥିଲେ । ସଜ୍ଜନ କୁମାର ୧୯୪୫ ମସିହାରେ ଜନ୍ମଗ୍ରହଣ କରିଥିଲେ । ସେ ୧୯୮୦, ୧୯୯୧ ଏବଂ ୨୦୦୪ରେ ବାହ୍ୟ ଦିଲ୍ଲୀ ଲୋକସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବିଜୟୀ ହୋଇ ତିନିଥର ସାଂସଦ ହୋଇଥିଲେ । ୧୯୮୪ ଦଙ୍ଗା ମାମଲାରେ ତାଙ୍କ ଦୋଷୀ ସାବ୍ୟସ୍ତ ହେବା ପରେ ତାଙ୍କର ଦୀର୍ଘ ରାଜନୈତିକ ଜୀବନରେ ବଡ଼ ପରିବର୍ତ୍ତନ ଆସିଥିଲା । ଦୀର୍ଘ ୭ ବର୍ଷ ହେଲାଣି ଦିଲ୍ଲୀରେ ତିହାର ଜେଲରେ ବନ୍ଦୀ ହୋଇ ରହିଥିଲେ ।

Post Views: 12
Share197Tweet123Send
Voice of Victims

Voice of Victims

Recent Posts

  • ବେଣ୍ଟ ଜଙ୍ଗଲରୁ ଅଜଣା ବ୍ୟକ୍ତିଙ୍କ ଗଳିତ କଙ୍କାଳ ଉଦ୍ଧାର, ରହସ୍ୟ ଘେରରେ ମୃତ୍ୟୁ
  • ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ, ୧୯୮୪ ଦଙ୍ଗା ମାମଲାରେ କାଟୁଥିଲେ ଆଜୀବନ ଜେଲ୍
  • ସହରରେ ଯେଉଁ କ୍ଷତି ହୋଇଛି ଭରଣା କରିବେ ଅଟୋ ଚାଳକ, ଭଙ୍ଗାଯିବ ବେଆଇନ ଅଟୋ ଷ୍ଟାଣ୍ଡ
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହାତ ଖୋଲିଲେ ସରକାର, ବର୍ଷକୁ ମିଳିବ ଦେଢ କୋଟିରୁ ୩ କୋଟି ଟଙ୍କା
  • ଖୁସି ଖବର, ଖୁବ ଶୀଘ୍ର ନନ୍ଦନକାନନରେ ପହଞ୍ଚିବେ ଅଷ୍ଟ୍ରେଲିଆର ରେଡ୍ କଙ୍ଗାରୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In