• About Us
  • Contact Us
Friday, August 21, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଓଡ଼ିଆ ସଙ୍ଗୀତ ଜଗତ ପାଇଁ ଦୁଃଖଦ ଖବର, ଚାଲିଗଲେ ସ୍ଵରର ଯାଦୁଗର ପ୍ରଣବ ପଟ୍ଟନାୟକ

by Voice of Victims
August 21, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଓଡ଼ିଆ ସଙ୍ଗୀତ ଜଗତ ପାଇଁ ଦୁଃଖଦ ଖବର, ଚାଲିଗଲେ ସ୍ଵରର ଯାଦୁଗର ପ୍ରଣବ ପଟ୍ଟନାୟକ

ଭୁବନେଶ୍ୱର : ଓଡ଼ିଆ ସଙ୍ଗୀତ ଜଗତ ପାଇଁ ଆସିଲା ଦୁଃଖଦ ଖବର । ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ହୋଇଛି । ୮୮ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଓଡ଼ିଆ ସଙ୍ଗୀତ ଜଗତରେ ତାଙ୍କର ଥିଲା ସ୍ୱତନ୍ତ୍ର ପରିଚୟ । ନିଜର ମଧୁର କଣ୍ଠ ଓ ଅନନ୍ୟ ଗାୟନ ଶୈଳୀରେ ସେ ଶ୍ରୋତାଙ୍କ ହୃଦୟରେ ଏକ ସ୍ୱତନ୍ତ୍ର ସ୍ଥାନ ତିଆରି କରିଥିଲେ ।

୧୯୫୮ ମସିହାରେ ‘ମା’ ଚଳଚ୍ଚିତ୍ରରୁ ନିଜର ସଙ୍ଗୀତ ସଫର ଆରମ୍ଭ କରିଥିବା ପ୍ରଣବ ପଟ୍ଟନାୟକ ଦୀର୍ଘ ଦଶନ୍ଧି ଧରି ଓଡ଼ିଆ ସଙ୍ଗୀତ ଜଗତକୁ ନିଜ ମଧୁର ସ୍ୱରରେ ସମୃଦ୍ଧ କରିଥିଲେ। ସେ କେବଳ ଚଳଚ୍ଚିତ୍ର ଗୀତ ନୁହେଁ, ବରଂ ଓଡ଼ିଶୀ, ଭଜନ, ସେମି-କ୍ଲାସିକାଲ୍, ଆଧୁନିକ, ପଲ୍ଲୀଗୀତ ଏବଂ ଗଜଲ୍ ଗାଇ ଲକ୍ଷ ଲକ୍ଷ ଶ୍ରୋତାଙ୍କ ହୃଦୟ ଜିତିଥିଲେ । ତାଙ୍କର କିମ୍ବଦନ୍ତୀ ସଙ୍ଗୀତ ଗୁଡ଼ିକ ମଧ୍ୟରେ, “ମନ ମାନେନା”, “ସୀତା ରାମ ନାମ”, “ଆଉ ଛୁଆଁନା ଛୁଆଁନା” ଏବଂ “ତୁମେ ଜାଣନା କି ମୁଁ ଜାଣନା” ଭଳି କାଳଜୟୀ ଗୀତଗୁଡ଼ିକ ଅତ୍ୟନ୍ତ ଲୋକପ୍ରିୟ । ଓଡ଼ିଆ ସଙ୍ଗୀତ କ୍ଷେତ୍ରରେ ତାଙ୍କର ଅତୁଳନୀୟ ଯୋଗଦାନ ପାଇଁ ତାଙ୍କୁ ରାଜ୍ୟର ସର୍ବୋଚ୍ଚ ଚଳଚ୍ଚିତ୍ର ସମ୍ମାନ ‘ଜୟଦେବ ପୁରସ୍କାର’ ୨୦୧୬ ରେ ସମ୍ମାନିତ କରାଯାଇଥିଲା । ତାଙ୍କ ବିୟୋଗରେ ଓଡ଼ିଶାର କଳା ଓ ସଂସ୍କୃତି ଜଗତରେ ଏକ ଅପୂରଣୀୟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି ।

Post Views: 12
Share196Tweet123Send
Voice of Victims

Voice of Victims

Recent Posts

  • ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଜାପାନ ପ୍ରତିରକ୍ଷା ମନ୍ତ୍ରୀ
  • ଜୟପୁରରେ ସରକାରୀ ସ୍କୁଲରେ ପହଞ୍ଚିଥିଲେ CJP କର୍ମୀ, ବାହାର କରିଦେଲେ ଗ୍ରାମବାସୀ
  • ଜେଲ୍ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣ ବୃଦ୍ଧି, ଉପକୃତ ହେବେ ୨୫୦୦ କର୍ମଚାରୀ ଓ ଅଧିକାରୀ
  • ଓଡ଼ିଆ ସଙ୍ଗୀତ ଜଗତ ପାଇଁ ଦୁଃଖଦ ଖବର, ଚାଲିଗଲେ ସ୍ଵରର ଯାଦୁଗର ପ୍ରଣବ ପଟ୍ଟନାୟକ
  • ସପ୍ତାହେ ପ୍ରବଳ ବର୍ଷିବ, ୨୭ ତାରିଖ ଯାଏ ଭିଜିବ ରାଜ୍ୟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In