• About Us
  • Contact Us
Monday, September 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବଦଳିବ ଦଶମ ପାଠ୍ୟକ୍ରମ, ଦଶମ-ଦ୍ବାଦଶ ହେବ ଗୋଟିଏ ବୋର୍ଡ

by Voice of Victims
September 7, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ଫେବୃଆରୀ ୧୯ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା; ପ୍ରକାଶ ପାଇଲା ପରୀକ୍ଷା ସୂଚୀ

ଭୁବନେଶ୍ୱର : ଓଡ଼ିଶାର ଶିକ୍ଷା ବ୍ୟବସ୍ଥାରେ ଆସିବ ବଡ଼ ପରିବର୍ତ୍ତନ । ବଦଳିବ ଦଶମ ପାଠ୍ୟକ୍ରମ । ଦଶମ-ଦ୍ବାଦଶ ହେବ ଗୋଟିଏ ବୋର୍ଡ । ମୁକ୍ତ ବିଦ୍ୟାଳୟରେ ହେବ ଯୁକ୍ତ ୨ ପାଠ୍ୟକ୍ରମ । ୧୮ ବର୍ଷ ଯାଏ ମୁକ୍ତ ବିଦ୍ୟାଳୟରେ ମିଳିବ ମାଗଣା ଶିକ୍ଷା । ମାଗଣା ଡିଜିଟାଲ ଶିକ୍ଷା ପାଇଁ ସିଏଚଏସଇକୁ ନିର୍ଦ୍ଦେଶ । ଓଡ଼ିଆରେ ଯୁକ୍ତ ୨ ବାଣିଜ୍ୟ ଓ ବିଜ୍ଞାନ ପଢ଼ିବେ ଛାତ୍ରଛାତ୍ରୀ । ନୂତନ କାର୍ଯ୍ୟାଳୟ ସମ୍ପର୍କରେ ଖୁବଶୀଘ୍ର ନିଷ୍ପତ୍ତି ନେବେ ସରକାର । ୪୪ତମ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପ୍ରତିଷ୍ଠା ଦିବସ ଅବସରରେ ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ସଚିବ ଡାକ୍ତର ଏନ୍. ଥିରୁମାଲା ନାୟକ । ମାଧ୍ୟମିକ ଶିକ୍ଷା ପରିଷଦ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦକୁ ମିଶ୍ରଣ କରି ଗୋଟିଏ ନୂଆ ଏକକ ବୋର୍ଡ ଗଠନ କରିବା ନେଇ ପ୍ରସ୍ତୁତି ଚାଲିଛି ।

CBSE ଢାଞ୍ଚାରେ ଏହି ବୋର୍ଡ ଅଧୀନରେ ଦଶମ ଓ ଦ୍ୱାଦଶ ଶ୍ରେଣୀର ପାଠ୍ୟକ୍ରମ ଓ ପରୀକ୍ଷା ପରିଚାଳନା କରାଯିବ । ବୋର୍ଡ ମିଶ୍ରଣ ପାଇଁ ଆଇନର ଚିଠା ପ୍ରସ୍ତୁତି ଚାଲିଛି । ଚିଠା ଆଇନ କାର୍ଯ୍ୟକାରୀ ହେବା ପରେ ନୂଆ ବୋର୍ଡ ଗଠନ ପ୍ରକ୍ରିୟା ଆନୁଷ୍ଠାନିକ ଭାବେ ଆଗକୁ ବଢ଼ିବ । ଛାତ୍ରଛାତ୍ରୀଙ୍କୁ ମାତୃଭାଷାରେ ଶିକ୍ଷା ପ୍ରଦାନ ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଉଛି । ଚଳିତ ବର୍ଷ ଜାନୁଆରୀରୁ ବିଜ୍ଞାନ ବିଷୟର ଓଡ଼ିଆ ପାଠ୍ୟପୁସ୍ତକ ଦିଆଯାଇଛି । ଆଗାମୀ ଦିନରେ ଅନ୍ୟ ବିଷୟଗୁଡ଼ିକୁ ମଧ୍ୟ ଓଡ଼ିଆରେ ଉପଲବ୍ଧ କରାଯିବ ବୋଲି ସେ କହିଛନ୍ତି ।

Post Views: 16
Share198Tweet124Send
Voice of Victims

Voice of Victims

Recent Posts

  • ନେପାଳର ପ୍ରଳୟଙ୍କରୀ ବନ୍ୟାରେ ମୃତ୍ୟୁ ସଂଖ୍ୟା ୧୩୫୫କୁ ବୃଦ୍ଧି, ୫ ହଜାର ଏବେ ବି ନିଖୋଜ
  • ବିଧାନସଭାରେ ଗର୍ଜିଲେ ମୁଖ୍ୟମନ୍ତ୍ରୀ ବିଜୟ, ବିରୋଧୀଙ୍କ ଉପରେ କଲେ ପ୍ରହାର
  • ୧୦ରେ ବଙ୍ଗୋପସାଗରରେ ପୁଣି ଘୂର୍ଣ୍ଣିବଳୟ ! ନେଇପାରେ ଗଭୀର ଅବପାତର ରୂପ
  • ନନ୍ଦନକାନନରେ ନୂଆ ଅତିଥି ! ୨ ଶାବକଙ୍କୁ ଜନ୍ମ ଦେଲା ସିଂହୀ ମାୟା
  • ବଦଳିବ ଦଶମ ପାଠ୍ୟକ୍ରମ, ଦଶମ-ଦ୍ବାଦଶ ହେବ ଗୋଟିଏ ବୋର୍ଡ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In