• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସୁରକ୍ଷା ନେଇ ମୁଖ୍ୟ ଶାସନ ସଚିବ କଲେ ବୈଠକ

by Voice of Victims
February 23, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସୁରକ୍ଷା ନେଇ ମୁଖ୍ୟ ଶାସନ ସଚିବ କଲେ ବୈଠକ

ଭୁବନେଶ୍ଚର: ଚଳିତ ଫେବୃୟାରୀ  ୨୮ ରୁ ଆଗାମୀ  ମାର୍ଚ୍ଚ ୨  ତାରିଖ  ମଧ୍ୟରେ  ଭାରତର ମାନ୍ୟବର  ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କର  ଓଡିଶା ଗସ୍ତ ଓ ମୟୂରଭଂଜ, କେନ୍ଦୁଝର, ବ୍ରହ୍ମପୁର, ଭୁବନେଶ୍ୱର,କଟକ ଓ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ସେହି ପରିପ୍ରେକ୍ଷୀରେ ଆଜି ପୂର୍ବାହ୍ନରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ପ୍ରଶାସନିକ ପ୍ରସ୍ତୁତି ସଂପର୍କରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଗୃହ  ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଞ୍ଜନ କୁମାର ସିଂ, ସଂପୃକ୍ତ ବିଭିନ୍ନ ବିଭାଗର ଶାସନ ସଚିବ, ରାଜ୍ୟ ପୁଲିସ୍ ମହାନିର୍ଦ୍ଦେଶକ  ଶ୍ରୀ ଅରୁଣ କୁମାର ଷଡଙ୍ଗୀଙ୍କ ସମେତ ରାଜ୍ୟ ପୁଲିସର ବରିଷ୍ଠ ପଦାଧିକାରୀ ,ସଂପୃକ୍ତ ବିଭିନ୍ନ ବିଭାଗର ପଦାଧିକାରୀ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ । ରାଜ୍ୟ ଗୃହ ବିଭାଗର  ସ୍ୱତନ୍ତ୍ର ଶାସନ ସଚିବ ଡଃ. ସନ୍ତୋଷ ବାଲା ରାଷ୍ଟ୍ରପତିଙ୍କ ଓଡିଶାରେ ରହିଥିବା ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ସୂଚନା ଦେଇଥିଲେ । ମାନ୍ୟବର ରାଷ୍ଟ୍ରପତିଙ୍କ ପ୍ରମୁଖ କାର୍ଯ୍ୟକ୍ରମ ମଧ୍ୟରେ  ଫେବୃୟାରୀ ୨୮ ତାରିଖରେ ରାଇରଙ୍ଗପୁରରେ କେତେକ ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି । ୨୯ ତାରିଖ ସକାଳେ  ମା’ କୀଚକେଶ୍ୱରୀ ମନ୍ଦିର ପରିଦର୍ଶନ, କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟରେ କେନ୍ଦୁଝରର ଜନଜାତିଙ୍କ ଉପରେ ଆୟୋଜିତ ଏକ ଜାତୀୟ ସ୍ତରୀୟ ଆଲୋଚନା ଚକ୍ରକୁ ଉଦଘାଟନ କରିବେ । ସେହି ଦିନ ଅପରାହ୍ଣରେ ଭୁବନେଶ୍ୱର ଯାତ୍ରା କରି ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ ତମ ସମାବର୍ତ୍ତନ ଉତ୍ସବରେ  ଯୋଗଦେବେ । ମାର୍ଚ୍ଚ ୧ ତାରିଖରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୫ ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ । ମାନ୍ୟବର ରାଷ୍ଟ୍ରପତିଙ୍କର ମାର୍ଚ୍ଚ ୨  ତାରିଖରେ ସମ୍ବଲପୁର ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ମଧ୍ୟ  ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତି ଓଡିଶାରେ ପହଁଚିବାଠାରୁ ଆରମ୍ଭ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରି  ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ  ପର୍ଯ୍ୟନ୍ତ ରାଜ୍ୟ ପ୍ରଶାସନ ଏବଂ ସଂପୃକ୍ତ ଜିଲ୍ଲା ପ୍ରଶାସନ ତରଫରୁ ବ୍ୟାପକ ସୁରକ୍ଷା ଓ ଅନ୍ୟାନ୍ୟ ଆନୁଷଙ୍ଗିକ ପ୍ରସ୍ତୁତି ସଂପର୍କରେ ବୈଠକରେ ବିସ୍ତୃତ  ଆଲୋଚନା କରାଯାଇଥିଲା । ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକମାନେ ଆଭାସୀ ମାଧ୍ୟମରେ ବୈଠକରେ  ଯୋଗଦେଇଥିଲେ । ମାନ୍ୟବର ରାଷ୍ଟ୍ରପତିଙ୍କର ବିଭିନ୍ନ ସ୍ଥାନରେ ଏକାଧିକ କାର୍ଯ୍ୟକ୍ରମ ଥିବାରୁ ସବୁ ସ୍ଥାନଗୁଡିକୁ ପୂର୍ବରୁ ଭଲଭାବେ ଯାଂଚ କରିବା ସହ ସମସ୍ତ ବ୍ୟବସ୍ଥାକୁ ଅନୁଧ୍ୟାନ କରି ତଦନୁସାରେ ପ୍ରସ୍ତୁତି କରିବାକୁ ମୁଖ୍ୟ ଶାସନ ସଚିବ ଶ୍ରୀଯୁକ୍ତ ଜେନା ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳ ଓ ଏସପିମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି । ବୈଠକରେ  ରାଷ୍ଟ୍ରପତିଙ୍କର ରହଣି, ସୁରକ୍ଷା ବ୍ୟବସ୍ଥା, କାର୍ଯ୍ୟକ୍ରମର ଗଣମାଧ୍ୟମରେ ପ୍ରକାଶନ ଓ ପ୍ରସାରଣ,  ସ୍ୱାସ୍ଥ୍ୟସେବା ଓ ଚିକିତ୍ସା, ଆମ୍ବୁଲାନ୍ , ଉତ୍ସବ ସ୍ଥଳକୁ ଯାତାୟତ ରାସ୍ତାର ରକ୍ଷଣାବେକ୍ଷଣ ତଦାରଖ, ରାସ୍ତାର ପରିମଳ ବ୍ୟବସ୍ଥା ସଂପର୍କରେ ଆଲୋଚନା କରାଯାଇଛି । ସମସ୍ତ କାର୍ଯ୍ୟକ୍ରମ ସ୍ଥଳରେ ନିରବଚ୍ଛିନ୍ନ ବିଦ୍ୟୁତ ସରବରାହକୁ ସୁନିଶ୍ଚିତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । କାର୍ଯ୍ୟକ୍ରମ ସ୍ଥଳରେ ପାନୀୟଜଳ ଯୋଗାଣ, ବସିବା ବ୍ୟବସ୍ଥା, ବେରିକେଡିଂ ବ୍ୟବସ୍ଥା, ଆବଶ୍ୟକ  ପାସ୍ ବ୍ୟବସ୍ଥା, ସୂଚନା ଓ ଲୋକ ସଂପର୍କ ବିଭାଗ ତରଫରୁ ପ୍ରମୁଖ ଉତ୍ସବ ସ୍ଥଳରେ କାର୍ଯ୍ୟକ୍ରମର ସିଧା ପ୍ରସାରଣ ଗଣମାଧ୍ୟମକୁ ପ୍ରଦାନ କରିବା ପାଇଁ ସୁବିଧା କରାଯିବା, କାର୍ଯ୍ୟକ୍ରମ ସ୍ଥଳକୁ ଇଣ୍ଟରନେଟ୍ ସୁବିଧା, ଅଗ୍ନି ନିର୍ବାପକ ବ୍ୟବସ୍ଥା ସଂପର୍କରେ ବୈଠକରେ ବ୍ୟାପକ ଆଲୋଚନା କରାଯାଇଥିଲା ।  ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ସୁଚାରୁରୂପେ ସଂପାଦନ କରିବା ପାଇଁ ଗୃହ ବିଭାଗ ତରଫରୁ ଏକ ନିୟନ୍ତ୍ରଣ କକ୍ଷ କାର୍ଯ୍ୟ କରିବ ବୋଲି ସୂଚନା ଦିଆଯାଇଛି ।

Post Views: 37
Share201Tweet126Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In