• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ରାଜ୍ୟରେ ୩୪ ନୂଆ ଏନଏସି ଗଠନ ନିଷ୍ପତ୍ତି

by Voice of Victims
February 24, 2024
in ମୁଖ୍ୟ ଖବର, ରାଜ୍ୟ
ରାଜ୍ୟରେ ୩୪ ନୂଆ ଏନଏସି ଗଠନ ନିଷ୍ପତ୍ତି

ଭୁବନେଶ୍ୱର: ଶନିବାର ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ରାଜ୍ୟରେ ଆଉ ୩୪ଟି ବିଜ୍ଞପିତ ଅଞ୍ଚଳ ପରିଷଦ(ଏନଏସି) ଗଠନ କରାଯିବା ନେଇ ନିଷ୍ପତ୍ତି ନିଆଯାଇଛି । ଏଥିସହ ୫ଟି ଏନଏସିକୁ ମ୍ୟୁନିସିପାଲିଟିଭାବେ ମଧ୍ୟ ଉନ୍ନୀତ କରାଯିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୨୦ଟି ଜିଲ୍ଲାରେ ୩୪ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ 4ଟି ଜିଲାର 5ଟି ଏନଏସିକୁ ମ୍ୟୁନିସିପାଲିଟିକୁ ଉନ୍ନୀତ କରାଯିବା ବିଷୟ ଘୋଷଣା କରିଛନ୍ତି। ବୌଦ୍ଧ, କରଞ୍ଜିଆ, କଣ୍ଟାବାଞ୍ଜି, ଛତ୍ରପୁର ଓ ଆସ୍କା ଏନଏସିକୁ ମୁ୍ୟନିସିପାଲିଟି ଭାବେ ମଧ୍ୟ ଉନ୍ନୀତ କରାଯିବାକୁ ନିଷ୍ପତ୍ତି ହୋଇଛି ।ଅନ୍ୟପକ୍ଷରେ ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗୁଡିକ ହେଲା   ଅନୁଗୋଳ ଜିଲ୍ଲାର ପାଲଲହଡା ଓ ଛେଣ୍ଡିପଦା, ବାଲେଶ୍ୱର ଜିଲ୍ଲାର ବସ୍ତା ଓ ସିମୁଳିଆ, ବରଗଡ ଜିଲ୍ଲାର ପାଇକମାଳ ଓ ଭେଡେନ, ଭଦ୍ରକ ଜିଲ୍ଲାର ଅଗରପଡା, ବଲାଙ୍ଗିର ଜିଲ୍ଲାର ବେଲପଡା ଓ ସଂଇତଳା, ଯାଜପୁର ଜିଲ୍ଲାର ବିଞ୍ଝାରପୁର, ପାଣିକୋଇଲି, ଜାରକା ଓ ଚଣ୍ଡିଖୋଲ, କଳହାଣ୍ଡି ଜିଲ୍ଲାର ଜୟପାଟଣା, କନ୍ଧମାଳ ଜିଲ୍ଲାର ରାଇକିଆ, କୋରାପୁଟ ଜିଲ୍ଲାର ବୋରିଗୁମା, ନୂଆପଡା ଜିଲ୍ଲାର ସିନାପାଲି, ରାୟଗଡ ଜିଲ୍ଲାର ଚାନ୍ଦିଲି, ମୁନିଗୁଡା ଓ ବିଷମକଟକ, ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି, ସୁନ୍ଦରଗଡ ଜିଲ୍ଲାର ବଣେଇ, ଗଞ୍ଜାମ ଜିଲ୍ଲାର ଶେରଗଡ ଓ କୁକୁଡାଖଣ୍ଡି, ନୟାଗଡ ଜିଲ୍ଲାର କଣ୍ଟିଲୋ, ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ଓ ବେଗୁନିଆ, କଟକ ଜିଲ୍ଲାର ସାଲେପୁର, ବଡମ୍ବା, ନରସିଂହପୁର ଓ ନିଆଳି, ମୟୁରଭଞ୍ଜ ଜିଲ୍ଲାର ବେତନଟି, ଢେଙ୍କାନାଳ ଜିଲ୍ଲାର ପରଜଙ୍ଗ ଏବଂ ବୌଦ୍ଧ ଜିଲ୍ଲାର କଣ୍ଟାମାଳ। ସୂଚନାଯୋଗ୍ୟ ଯେ ଜନସାଧାରଣଙ୍କ ଦାବି, କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା, ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି, ଏହି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। 

Post Views: 56
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In