• About Us
  • Contact Us
Wednesday, September 16, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରାଜ୍ୟରେ ପୁଣି ସକ୍ରିୟ ମୌସୁମୀ , ୫ଦିନ ଧରି ଲାଗି ରହିବ ବର୍ଷା

by Voice of Victims
September 16, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ

ଭୁବନେଶ୍ୱର: ରାଜ୍ୟରେ ପୁଣି ସକ୍ରିୟ ହୋଇଛି ବର୍ଷା । ଆଗାମୀ ୫ ଦିନ ଧରି ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଜାରି ରହିବ ବର୍ଷା । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟର ପ୍ରଭାବରେ ଏଭଳି ପାଣିପାଗ ପରିସ୍ଥିତି ସୃଷ୍ଟି ହୋଇଛି ।

ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଜିଠାରୁ ୨୦ ତାରିଖ ପର୍ଯ୍ୟନ୍ତ ଉତ୍ତର ଓ ଉପକୂଳ ଓଡ଼ିଶାର ଅନେକ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଏବଂ ଝଡ଼ ପବନର ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ସମେତ ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏଥିସହ ବଜ୍ରପାତ ସହ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ମଧ୍ୟ ଆଶଙ୍କା ରହିଛି । ତେଣୁ ବଜ୍ରପାତ ସମୟରେ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

ସେପଟେ ସୋମବାର କଟକରେ ରାଜ୍ୟର ସର୍ବାଧିକ ୩୫.୬ ଡିଗ୍ରୀ ସେଲସିୟସ୍ ତାପମାତ୍ରା ରେକର୍ଡ ହୋଇଥିଲା । ଆଗାମୀ କିଛି ଦିନ ପାଇଁ ରାଜ୍ୟବାସୀଙ୍କୁ ପାଣିପାଗ ବିଭାଗର ସତର୍କ ସୂଚନା ଉପରେ ନଜର ରଖିବା ସହ ବଜ୍ରପାତ ଓ ଝଡ଼ ସମୟରେ ସୁରକ୍ଷିତ ସ୍ଥାନରେ ରହିବାକୁ କୁହାଯାଇଛି ।

Post Views: 14
Share197Tweet123Send
Voice of Victims

Voice of Victims

Recent Posts

  • ପ୍ରତି 5 ହଜାର ପାଇଁ କଟିବ 20 ଟଙ୍କା: ଚୂଡ଼ାନ୍ତ ହେଲା UPI ପେମେଣ୍ଟ ଶୁଳ୍କ
  • ମହାକାଶରେ ଅସ୍ତ୍ର ମୁତୟନ କରିଛି ଆମେରିକା, ଯୁଦ୍ଧ ପ୍ରସ୍ତୁତି ବନ୍ଦ କରିବାକୁ ଚେତାବନୀ ଶୁଣାଇଲା ଚୀନ
  • ରାଜ୍ୟରେ ପୁଣି ସକ୍ରିୟ ମୌସୁମୀ , ୫ଦିନ ଧରି ଲାଗି ରହିବ ବର୍ଷା
  • ନନ୍ଦନକାନନରେ ୫ ଓରାଙ୍ଗଉଟାନଙ୍କ ସ୍ୱାସ୍ଥ୍ୟ ଯାଞ୍ଚ, ସମସ୍ତେ ସ୍ୱାଭାବିକ ଭାବେ ଖାଦ୍ୟ ଖାଉଛନ୍ତି
  • ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟକୁ ବିଶ୍ୱସ୍ତରୀୟ ଶ୍ରେଷ୍ଠତା ମାନ୍ୟତା, ପରିବେଶ ସୁରକ୍ଷାରେ ସେଞ୍ଚୁରିଅନ୍ ବିଶ୍ୱରେ ଶ୍ରେଷ୍ଠ, ଦୁଇ ବର୍ଗରେ ପ୍ରଥମ, ତିନି ବର୍ଗରେ ଅତ୍ୟନ୍ତ ପ୍ରଶଂସନୀୟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In