• About Us
  • Contact Us
Sunday, September 20, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ରେଲିଂ ଭାଙ୍ଗି ପୋଲ ତଳକୁ ଖସିପଡିଲା BMW, ୩ ମୃତ ଓ ଜଣେ ଗୁରୁତର ଆହତ

by Voice of Victims
September 20, 2026
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
ରେଲିଂ ଭାଙ୍ଗି ପୋଲ ତଳକୁ ଖସିପଡିଲା BMW, ୩ ମୃତ ଓ ଜଣେ ଗୁରୁତର ଆହତ

ମୁମ୍ବାଇ: ମୁମ୍ବାଇ କୋଷ୍ଟାଲ ରୋଡରେ ଭୟାବହ ଦୁର୍ଘଟଣା ଘଟିଛି । ବ୍ରିଜରୁ ଖସିଲା ଦ୍ରୁତଗାମୀ BMW । ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ସମ୍ପୂର୍ଣ୍ଣ ଘଟଣା ସିସିଟିଭି ଫୁଟେଜରେ କଏଦ ହୋଇରହିଛି ।

ସୂଚନାନୁଯାୟୀ, ପ୍ରାୟ ୫ଟା ୨୦ ମିନିଟ୍ ରେ ଲାଲା ଲାଜପତରାୟ କଲେଜ ସମ୍ମୁଖରେ ଥିବା ଲୋଟସ୍ ଜେଟି ନିକଟରେ ଏହି ଦୁର୍ଘଟଣା ଘଟିଥିଲା । ମୋଡାଣି ନିକଟରେ ଡ୍ରାଇଭର ଜଣକ ନିୟନ୍ତ୍ରଣ ହରାଇବାରୁ BMW ଏକ ଡିଭାଇଡରରେ ପିଟି ହୋଇ ପୋଲ ତଳକୁ ଖସି ପଡିଲା । ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇ ପୋଲିସ ଏବଂ ଉଦ୍ଧାରକାରୀ ଟିମ୍ ଘଟଣାସ୍ଥଳରେ ପହଞ୍ଚି କାରରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରି ହସ୍ପିଟାଲକୁ ପଠାଇଥିଲେ । ହସ୍ପିଟାଲରେ ଡାକ୍ତର ୩ ଜଣଙ୍କୁ ମୃତ ଘୋଷଣା କରିଥିବାବେଳେ ଆହତ ଜଣଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି । ଏବେ ମୃତ ଏବଂ ଆହତ ଲୋକଙ୍କ ପରିଚୟକୁ ଚିହ୍ନଟ କରିଛି ପୋଲିସ୍ । ମୃତକ ହେଲେ ଧୈର୍ଯ୍ୟ ଦର୍ଶନ ସେଠ (୧୭), ଆଦିତ୍ୟ ଜାକସାନିଆ (୧୯), ଏବଂ ଶନୟ ଗଜ୍ଜର (୨୧) ଏବଂ ଆହତ ହେଲେ ଆଦିତ୍ୟ କଳ୍ପେଶ୍ୱର ଓସୱାଲ (୨୩)  ।

ଅନ୍ୟପଟେ ଅତ୍ୟଧିକ ବେଗରେ ଗାଡ଼ି ଚଳାଇବା ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ଏଥିସହ ପୋଲିସ ଏବେ ଘଟଣାର ତଦନ୍ତ ଆରମ୍ଭ କରିଛି ।

Post Views: 4
Share196Tweet123Send
Voice of Victims

Voice of Victims

Recent Posts

  • ସାକ୍ଷରତାର ନୂଆ ସକାଳ: ରଣପୁରରେ ଉଲ୍ଲାସ ପରୀକ୍ଷା, ସାମିଲ ହେଲେ ୬ ହଜାର ପରୀକ୍ଷାର୍ଥୀ, ପରୀକ୍ଷାର୍ଥୀଙ୍କ ସହ କଥା ହେଲେ ଅତିରିକ୍ତ ନିର୍ଦ୍ଦେଶିକା
  • ଭାରତକୁ ଭୟଙ୍କର ସୁପର ଏଲ୍ ନିନୋ ସଙ୍କଟ, ଜରୁରୀକାଳୀନ ଚେତାବନୀ ଜାରି କଲେ ପରିବେଶବିତ୍
  • ରେଲିଂ ଭାଙ୍ଗି ପୋଲ ତଳକୁ ଖସିପଡିଲା BMW, ୩ ମୃତ ଓ ଜଣେ ଗୁରୁତର ଆହତ
  • ଓରାଙ୍ଗଉଟାନ ରହସ୍ୟ ଖୋଲିବାକୁ କ୍ରାଇମବ୍ରାଞ୍ଚ STFର ଜୋରଦାର ତଦନ୍ତ, CCTV ଯାଞ୍ଚ
  • ଭୁବନେଶ୍ବରରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ, ମହାନଦୀ ଜଳ ବିବାଦ ସମାଧାନ ଖୁବଶୀଘ୍ର

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In