• About Us
  • Contact Us
Wednesday, September 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଦକ୍ଷିଣ ଓଡ଼ିଶାକୁ ରେଡ୍ ଆଲର୍ଟ ଜାରି, ୨୫ ଯାଏଁ ପ୍ରବଳ ବର୍ଷା

by Voice of Victims
September 23, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ଦକ୍ଷିଣ ଓଡ଼ିଶାକୁ ରେଡ୍ ଆଲର୍ଟ ଜାରି, ୨୫ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶାକୁ ରେଡ୍ ଆଲର୍ଟ ଜାରି । ଗଭୀର ଅବପାତ ଯୋଗୁଁ ୨୫ ଯାଏଁ ପ୍ରବଳ ବର୍ଷା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଗାମୀ ତିନିଦିନ ପାଇଁ ଜିଲ୍ଲାୱାରୀ ରେଡ୍ , ଅରେଞ୍ଜ ଓ ୟେଲୋ ଚେତାବନୀ ଜାରି କରାଯାଇଛି । ବିଶେଷକରି ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହୋଇପାରେ। ଆଜି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାକୁ ରେଡ୍ ଚେତାବନୀ ଦିଆଯାଇଛି । ଏହି ଜିଲ୍ଲାଗୁଡ଼ିକର କିଛି ଅଞ୍ଚଳରେ ଅତିପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ । କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ମାଲକାନଗିରି ପାଇଁ ଅରେଞ୍ଜ ଚେତାବନୀ ଜାରି ହୋଇଛି । ଉପକୂଳ ଓ ଉତ୍ତର ଓଡ଼ିଶାର ଅନେକ ଜିଲ୍ଲାରେ ବଜ୍ରପାତ ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ ।

୨୩ ସେପ୍ଟେମ୍ବର ସକାଳରୁ ୨୪ ସେପ୍ଟେମ୍ବର ସକାଳ ପର୍ଯ୍ୟନ୍ତ ବର୍ଷାର ପ୍ରଭାବ ପଶ୍ଚିମ ଦିଗକୁ ବଢ଼ିବ । ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଓ କଳାହାଣ୍ଡି ରେଡ୍ ଚେତାବନୀ ମଧ୍ୟରେ ରହିବ। ରାୟଗଡ଼ା, ଗଞ୍ଜାମ ଓ ଗଜପତିରେ ମଧ୍ୟ ପ୍ରବଳରୁ ଅତିପ୍ରବଳ ବର୍ଷାର ଆଶଙ୍କା ରହିଛି । ଅନେକ ଜିଲ୍ଲାରେ ବଜ୍ରପାତ ସହ ଝଟକା ପବନ ଜାରି ରହିପାରେ । ୨୪ ସେପ୍ଟେମ୍ବର ସକାଳରୁ ୨୫ ସେପ୍ଟେମ୍ବର ସକାଳ ପର୍ଯ୍ୟନ୍ତ ନବରଙ୍ଗପୁରରେ ରେଡ୍ ଚେତାବନୀ ବଳବତ୍ତର ରହିବ । କୋରାପୁଟ, ମାଲକାନଗିରି, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, କନ୍ଧମାଳ ଓ ରାୟଗଡ଼ାର କିଛି ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହି ସମୟରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ବର୍ଷାର ତୀବ୍ରତା କମିବା ସମ୍ଭାବନା ରହିଛି । ୨୩ ତାରିଖ ସକାଳରୁ ୨୪ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶା–ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଏବଂ ସମୁଦ୍ର ମଧ୍ୟରେ ଘଣ୍ଟାପ୍ରତି ୫୫ରୁ ୬୫ କିଲୋମିଟର ବେଗରେ ପବନ ବହିପାରେ। ଝଟକା ପବନର ବେଗ ୭୫ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିବା ଆଶଙ୍କା ରହିଛି । ଏହି କାରଣରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି ।

ଲଗାଣ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମିବା, ସ୍ଥାନୀୟ ବନ୍ୟା, ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ, ସଡ଼କ ଓ ରେଳ ଯାତାୟାତ ବାଧାପ୍ରାପ୍ତ ହେବା ଏବଂ ଦୁର୍ବଳ ଘର, ଗଛ ଓ ବିଦ୍ୟୁତ୍ ଖୁଣ୍ଟ କ୍ଷତିଗ୍ରସ୍ତ ହେବାର ଆଶଙ୍କା ରହିଛି। ରେଡ୍ ଓ ଅରେଞ୍ଜ ଚେତାବନୀ ଥିବା ଜିଲ୍ଲାର ଲୋକଙ୍କୁ ପ୍ରବଳ ବର୍ଷା ସମୟରେ ଘରେ ରହିବା ସହ ନଦୀକୂଳ ଓ ତଳିଆ ଅଞ୍ଚଳକୁ ନ ଯିବା ପାଇଁ କୁହାଯାଇଛି ।

Post Views: 14
Share197Tweet123Send
Voice of Victims

Voice of Victims

Recent Posts

  • ଆମେରିକା ଗସ୍ତରେ ଯିବେ ସି ଜିନପିଙ୍ଗ୍, ସ୍ୱାଗତ କରିବେ ଟ୍ରମ୍ପ
  • ସାବୁନ-ସାମ୍ପୁ ପ୍ୟାକେଟ୍‌ରେ ଲାଗିବ ଆମିଷ-ନିରାମିଷ ଚିହ୍ନ, ଆସିଲା ନୂଆ ନିୟମ
  • ଦକ୍ଷିଣ ଓଡ଼ିଶାକୁ ରେଡ୍ ଆଲର୍ଟ ଜାରି, ୨୫ ଯାଏଁ ପ୍ରବଳ ବର୍ଷା
  • ବର୍ଷା ପାଇଁ ୧୨ ଜିଲ୍ଲାରେ ସ୍କୁଲ ଓ ଅଙ୍ଗନୱାଡ଼ି ବନ୍ଦ
  • ସୋଆ ଯୁକ୍ତ ୨ରେ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In