• About Us
  • Contact Us
Saturday, September 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଉ ୨୪ ଘଣ୍ଟା ପ୍ରବଳ ବର୍ଷା: ଆଜି ୮ ଜିଲ୍ଲାକୁ ଅରେଞ୍ଜ, ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ

by Voice of Victims
September 26, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ

ଭୁବନେଶ୍ୱର : ଛତିଶଗଡ଼ରେ ସକ୍ରିୟ ଅବପାତ । ଆସନ୍ତା ୧୨ ଘଣ୍ଟା ପର୍ଯ୍ୟନ୍ତ ଏହା ଡିପ୍ରେସନ ରୂପରେ ରହିବ । ପରବର୍ତ୍ତୀ ୧୨ ଘଣ୍ଟାରେ ଦୁର୍ବଳ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ । ରାଜ୍ୟରେ ଏହାର ପ୍ରକୋପ ଜାରି ରହିଛି । ଲାଗି ରହିଛି ତୁହାକୁ ତୁହା ବର୍ଷା । ଉପକୂଳରୁ ଉପାନ୍ତ ଯାଏଁ ସବୁଠି ବର୍ଷୁଛି ।

ବର୍ଷା ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ମଧ୍ୟ ବହୁଛି । ଦକ୍ଷିଣ ଓଡ଼ିଶା ସହ ଉତ୍ତର ଓଡ଼ିଶା ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷୁଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଜି ସକାଳ ୮ଟା ୩୦ ପର୍ଯ୍ୟନ୍ତ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା ଓ ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।

ସେହିପରି ପ୍ରବଳ ବର୍ଷା ନେଇ ଦକ୍ଷିଣ ଓଡ଼ିଶା, ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ୧୫ ଜିଲ୍ଲାକୁ ୟେଲୋ ଚେତାବନୀ ଜାରି ହୋଇଛି । ଆସନ୍ତାକାଲି ବର୍ଷା ପରିମାଣ କମିବ । ଆସନ୍ତାକାଲି ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରିଛି ଆଇଏମଡି । ୨୭ ତାରିଖରେ କୌଣସ ବର୍ଷା ଚେତାବନୀ ନାହିଁ ।

Post Views: 10
Share197Tweet123Send
Voice of Victims

Voice of Victims

Recent Posts

  • ଆଉ ୨୪ ଘଣ୍ଟା ପ୍ରବଳ ବର୍ଷା: ଆଜି ୮ ଜିଲ୍ଲାକୁ ଅରେଞ୍ଜ, ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ
  • ଖୋଲିଲା ହୀରାକୁଦର ଆଉ ୩ଟି ଗେଟ୍
  • UNGAରେ ପାକିସ୍ତାନକୁ ଭାରତର କଡ଼ା ଜବାବ, ଉଠିଲା ଓସାମା ବିନ୍ ଲାଦେନ୍ ପ୍ରସଙ୍ଗ
  • ପତଞ୍ଜଳି ପକ୍ଷରୁ ଭାଗବତ ଜୟନ୍ତୀ ପାଳିତ
  • ଫାର୍ମାସିଷ୍ଟଙ୍କ ସଶକ୍ତୀକରଣ ନିମନ୍ତେ ଉନ୍ନତ ମାନର ଶିକ୍ଷା, ଗବେଷଣା ଓ ନବସୃଜନର ଆବଶ୍ୟକତା ରହିଛି: ସୋଆ ଉପସଭାପତି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In