• About Us
  • Contact Us
Monday, October 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଏନ୍‌ଏସ୍‌ଏସ୍ ଦିବସ ଉପଲକ୍ଷେ ସୋଆ କ୍ୟାମ୍ପସ୍‌-୫ ଷ୍ଟାଡିୟମ୍‌ରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

by Voice of Victims
October 5, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଏନ୍‌ଏସ୍‌ଏସ୍ ଦିବସ ଉପଲକ୍ଷେ ସୋଆ କ୍ୟାମ୍ପସ୍‌-୫ ଷ୍ଟାଡିୟମ୍‌ରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

Oplus_16908288

ଭୁବନେଶ୍ୱର: ଏନ୍‌ଏସ୍‌ଏସ୍ ଦିବସ ଉପଲକ୍ଷେ ଶିକ୍ଷା ‘ଓ’ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନସେ୍‌ସ (ଏସ୍‌ପିଏସ୍‌) ପକ୍ଷରୁ ଗୁରୁବାର କ୍ୟାମ୍ପସ୍‌-୫ ଷ୍ଟାଡିୟମ୍‌ରେ “ଏକ ପେଡ୍ ମା’ କେ ନାମ୍‌” ବାର୍ତାକୁ ଆଧାର କରି ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।

କାର୍ଯ୍ୟକ୍ରମକୁ ଏନଏସଏସର ଆଚଂଳିକ ନିର୍ଦ୍ଦେଶକ ଶ୍ରୀ ଅଜିତ କୁମାର କୁଶୱାହ, ଏସ୍‌ପିଏସ୍‌ର ଡିନ୍ ପ୍ରଫେସର ଦେବଜ୍ୟୋତି ଦାସ ଏବଂ ଏନଏସଏସ ପ୍ରୋଗ୍ରାମ୍ କୋ-ଅର୍ଡିର୍ନେଟର ଡକ୍ଟର କମଳ ଲୋଚନ ମହାନ୍ତ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବା ସହ ବୃକ୍ଷରୋପଣ କରିଥିଲେ । ଏହି ଅବସରରେ ଶ୍ରୀ କୁଶୱାହ ପରିବେଶ ସୁରକ୍ଷା, ବୃକ୍ଷରୋପଣ ଏବଂ ରୋପିତ ଚାରାଗୁଡ଼ିକର ଯତ୍ନ ନେବାର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ ।

ପରିବେଶ ସୁରକ୍ଷା, ସବୁଜ ପରିବେଶ ସୃଷ୍ଟି ଏବଂ ଯୁବପିଢ଼ି ମଧ୍ୟରେ ପରିବେଶ ପ୍ରତି ଦାୟିତ୍ୱବୋଧ ବୃଦ୍ଧି କରିବା ଏହି କାର୍ଯ୍ୟକ୍ରମର ପ୍ରମୁଖ ଉଦ୍ଦେଶ୍ୟ ଥିଲା । “ଏକ ପେଡ୍ ମା’ କେ ନାମ୍‌” ବାର୍ତା ମାଧ୍ୟମରେ ପ୍ରତ୍ୟେକ ବ୍ୟକ୍ତି ଅନ୍ତତଃ ଗୋଟିଏ ଗଛ ଲଗାଇ ତାହାର ଯତ୍ନ ନେବା ପାଇଁ ଆହ୍ୱାନ ଦିଆଯାଇଥିଲା । ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମ ମାଧ୍ୟମରେ ସବୁଜ କ୍ୟାଂପସ୍‌, ସୁସ୍ଥ ପରିବେଶ ଓ ସଚେତନ ସମାଜ ଗଠନର ବାର୍ତା ପ୍ରଦାନ କରାଯାଇଥିଲା ।

ଏହି ଅବସରରେ ଏସ୍‌ପିଏସ୍‌ର ଡେପୁଟି ଡିନ୍ ପ୍ରଫେସର ପ୍ରତାପ କୁମାର ସାହୁ, ପ୍ରଫେସର ସୁଧୀର କୁମାର ପାଇଡିସାଟି, କ୍ଲାସ୍ କୋ-ଅର୍ଡିନେଟର ଡକ୍ଟର ରୁଦ୍ର ନାରାୟଣ ସାହୁ ଏବଂ ଏନଏସଏସ୍ ପ୍ରୋଗ୍ରାମ୍ ଅଫିସର ଡକ୍ଟର ରାକେଶ ସ୍ୱାଇଁ ଉପସ୍ଥିତ ଥିଲେ । ଏନଏସଏସ୍ ସ୍ୱେଚ୍ଛାସେବୀ ଛାତ୍ରଛାତ୍ରୀମାନେ ମଧ୍ୟ ବୃକ୍ଷରୋପଣରେ ସକ୍ରିୟ ଭାବେ ଯୋଗଦେଇଥିଲେ ।

Post Views: 14
Share197Tweet123Send
Voice of Victims

Voice of Victims

Recent Posts

  • ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ୍: ଆସନ୍ତା ୧୫ରେ ଛାତ୍ର ସଂସଦ ନିର୍ବାଚନ, ୧୬ରେ ଶପଥ ଗ୍ରହଣ
  • ଆସୋସିଏସନ୍ ଅଫ୍ ଫିଜିସିଆନ୍ସ ଅଫ୍ ଇଣ୍ଡିଆ ପକ୍ଷରୁ ‘ମାଷ୍ଟର ଟିଚର’ ସମ୍ମାନ ନିମନ୍ତେ ସୋଆ ଉପଦେଷ୍ଟା ପ୍ରଫେସର ଲଳିତ କୁମାର ମେହେର ମନୋନୀତ
  • ଏନ୍‌ଏସ୍‌ଏସ୍ ଦିବସ ଉପଲକ୍ଷେ ସୋଆ କ୍ୟାମ୍ପସ୍‌-୫ ଷ୍ଟାଡିୟମ୍‌ରେ ବୃକ୍ଷରୋପଣ କାର୍ଯ୍ୟକ୍ରମ
  • ସମ୍ ହସ୍ପିଟାଲ୍ ପକ୍ଷରୁ ପେଟ ଓ ଅନ୍ତନଳୀ ସମସ୍ୟାକୁ ନେଇ ସିଏମ୍‌ଇ ଆୟୋଜିତ
  • ଗାନ୍ଧୀ ଜୟନ୍ତୀରେ ଆଦିବାସୀ ମହିଳାଙ୍କୁ ସ୍ୱାବଲମ୍ବନର ବାର୍ତ୍ତା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In