• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି, ବରମୁଣ୍ଡା ଆମ୍ବେଦକର ବସ୍‌ ଟର୍ମିନାଲରେ ହେବ ପୋଲିସ୍‌ ଆଉଟପୋଷ୍ଟ

by Voice of Victims
February 26, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି, ବରମୁଣ୍ଡା ଆମ୍ବେଦକର ବସ୍‌ ଟର୍ମିନାଲରେ ହେବ ପୋଲିସ୍‌ ଆଉଟପୋଷ୍ଟ

ଭୁବନେଶ୍ବର: ନିକଟରେ ଉଦ୍‌ଘାଟିତ ହେବାକୁ ଥିବା ଡ. ବାବା ସାହେବ ଭୀମରାଓ ଆମ୍ବେଦକର ବସ୍‌ ଟର୍ମିନାଲରେ ଏକ ପୋଲିସ୍‌ ଆଉଟପୋଷ୍ଟ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିରେ ୮୯ ଜଣ ପୋଲିସ୍‌ କର୍ମଚାରୀ ନିଯୁକ୍ତି ପାଇବେ। ସୂଚନାଯୋଗ୍ୟ ଯେ 5T ଉପକ୍ରମରେ ଏହି ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲର ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଖୁବ୍‌ ଶୀଘ୍ର ଏହା ଲୋକାର୍ପିତ ହେବ। ଏଠାକୁ ଦୈନିକ ୭୦୦ ରୁ ୮୦୦ ବସ୍‌ ଯାତାୟତ କରିବ। ଭବିଷ୍ୟତରେ ବସ୍‌ ସଂଖ୍ୟା ୧୭୦୦ ରୁ ୧୮୦୦କୁ ବୃଦ୍ଧି ପାଇପାରେ। ତା ସହିତ ଦୈନିକ ୩୫ ରୁ ୪୫ ହଜାର ଯାତ୍ରୀ ମଧ୍ୟ ଯିବା ଆସିବା କରିବେ ବୋଲି ଆକଳନ କରାଯାଇଛି । 5T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ବିଭିନ୍ନ ସମୟରେ ନିର୍ମାଣାଧୀନ ଟର୍ମିନାଲକୁ ଯାଇ ଏହାର ଅଗ୍ରଗତି ସମୀକ୍ଷା କରିବା ସମୟରେ ଅଧିକାରୀ ଓ ସ୍ଥାନୀୟ ଲୋକମାନଙ୍କ ସହିତ ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧା ପାଇଁ ଏଠାରେ ଏକ ପୋଲିସ୍‌ ଆଉଟପୋଷ୍ଟ ପାଇଁ ପ୍ରସ୍ତାବ ଆସିଥିଲା। ଏ ବିଷୟରେ ଶ୍ରୀ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବା ପରେ ଏଠାରେ ପୋଲିସ୍‌ ଆଉଟପୋଷ୍ଟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ଟର୍ମିନାଲରେ ଯାତ୍ରୀଙ୍କ ପାଇଁ ରେଷ୍ଟୁରାଣ୍ଟ, ବହୁତଳ କାର ପାର୍କିଂ, ଆହାର କେନ୍ଦ୍ର, ଯାତ୍ରୀଙ୍କ ପାଇଁ ନବା ଆଣିବା ସୁବିଧା, ୧୪୪ଟି ବସ୍‌ ବେ, ସିଟି ବସ୍‌ ପାଇଁ ବସ୍‌ ବେ ଓ ଦୋକାନ ବଜାର ଅନେକ ସୁବିଧା ରହିବ। ଏଥିପାଇଁ ଏଠାରେ ସୁରକ୍ଷା ବ୍ୟବସ୍ଥାର ଗୁରୁତ୍ୱ ଯଥେଷ୍ଟ ଅଧିକ ରହୁଛି। ଏହି ଆଉଟପୋଷ୍ଟରେ ୮୯ଜଣ ପୋଲିସ୍‌ କର୍ମଚାରୀ ନିଯୁକ୍ତି ପାଇବେ। ଏଥି ମଧ୍ୟରୁ ୨ଜଣ ସବ୍‌-ଇନ୍‌ସ୍ପେକ୍ଟର, ୯ଜଣ ଆସିଷ୍ଟାଣ୍ଟ ସବ୍‌-ଇନ୍‌ସ୍ପେକ୍ଟର, ୪ଜଣ ହାବିଲଦାର, ୭୨ଜଣ କନଷ୍ଟେବଳ ଓ ୨ଜଣ ଡ୍ରାଇଭର ରହିବେ।

Post Views: 65
Tags: Chief Minister's decision
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In