• About Us
  • Contact Us
Wednesday, October 21, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଶ୍ରୀମନ୍ଦିରରେ ଆଜି ବିଜୟା ଦଶମୀ, ସୁନାବେଶରେ ଦର୍ଶନ ଦେବେ ମହାପ୍ରଭୁ

by Voice of Victims
October 21, 2026
in ଆଞ୍ଚଳିକ ଖବର, ଆଧ୍ୟାତ୍ମିକ, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଶ୍ରୀଜଗନ୍ନାଥ ମନ୍ଦିର ହୁଣ୍ଡିରୁ ଗତ ବର୍ଷ ୧୮ କୋଟି ଟଙ୍କା ଓ ୩ କିଲୋ ସୁନା ସଂଗ୍ରହ, ମୁକ୍ତ ହସ୍ତରେ ଦାନ କରୁଛନ୍ତି ଭକ୍ତ

ପୁରୀ: ଆଜି ଶ୍ରୀମନ୍ଦିରରେ ବିଜୟା ଦଶମୀ । ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆଲୁଗା, ୩୨ ମୂର୍ତ୍ତି ସ୍ୱର୍ଣ୍ଣ ଅଳଙ୍କାର ପରେ ସୁନାବେଶ ଅନୁଷ୍ଠିତ ହେବ । ପବିତ୍ର ଦଶହରା ଅବସରରେ ଶ୍ରୀମନ୍ଦିରରେ ଆୟୁଧ ପୂଜାନୀତି ସମ୍ପନ୍ନ କରାଯିବ। ସକାଳ ଧୂପ ସରିବା ପରେ ଆୟୁଧମାନଙ୍କୁ ମହାସ୍ନାନ ପୂର୍ବକ ବରୁଣ ପୂଜା କରାଯିବ । ମେକାପ ତିନୋଟି ରୁପା ଥାଳିରେ ଆୟୁଧ ରଖି ତଳୁଛ ଓ ପ୍ରଧାନୀ ସେବାୟତଙ୍କ ସହ ତିନିଥର ବଡ଼ଦେଉଳକୁ ପରିକ୍ରମା କରିବା ପରେ ପୁଷ୍ପାଳକ ବଳଭଦ୍ରଙ୍କ ବାଡ଼ରେ ହଳମୂଷଳ , ସୁଭଦ୍ରାଙ୍କ ବାଡ଼ରେ ସୁବର୍ଣ୍ଣ ତଡ଼କୀ ଓ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ ଶଙ୍ଖଚକ୍ର ଆୟୁଧ ଲାଗି କରିବେ ।

ସେପଟେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମକୃଷ୍ଣ ବୀରବେଶ ଧାରଣ କରି ଶ୍ରୀଜଗନ୍ନାଥ ବଲ୍ଲଭ ମଠ ସ୍ଥିତ ମହାଖଳା ବା ଦଶହରା ପଦାକୁ ବିଜେ କରିବାର ପରମ୍ପରା ରହିଛି । ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶକୁ ଦର୍ଶନ କରବା ପାଇଁ ପୁରୀରେ ଆଜି ପ୍ରବଳ ଭକ୍ତଙ୍କ ସମାଗମ ହୋଇଛି । ଏପଟେ ମା’ ବିମଳାଙ୍କ ପ୍ରତିନିଧି ମା’ କାକୁଡିଖାଇଙ୍କର ଆଜି ବିସର୍ଜନ ଥିବାବେଳେ ଆସନ୍ତକାଲି ଅନ୍ୟାନ୍ୟ ଗୋଷାଣୀ ମାନଙ୍କର ଶ୍ରୀମନ୍ଦିର ସମ୍ମୁଖରେ ଦେବୀସଭା ପରେ ଭସାଣୀ ଉତ୍ସବ ଅନୁଷ୍ଠିତ ହେବ ।

Post Views: 25
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ଏୟାରପୋର୍ଟରେ ୩ ଘଣ୍ଟା ଅଟକ ରହିଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ, ଲାଗିଲା ୫୦ ହଜାର ଜରିମାନା
  • ଶ୍ରୀମନ୍ଦିରରେ ଆଜି ବିଜୟା ଦଶମୀ, ସୁନାବେଶରେ ଦର୍ଶନ ଦେବେ ମହାପ୍ରଭୁ
  • ଖଣି ବ୍ୟବସାୟୀ ରତିକାନ୍ତ ରାଉତଙ୍କ ବଢ଼ିଲା ଅଡୁଆ, ମନି ଲଣ୍ଡରିଂ ମାମଲାରେ ଇଡିର ସପ୍ଲିମେଣ୍ଟାରୀ ଚାର୍ଜସିଟ୍
  • ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ପ୍ରତିଷ୍ଠା ଦିବସ ପାଳିତ
  • ଭବ୍ୟ ସମାରୋହରେ ପାଳିତ ହେଲା ଦାଣ୍ଡିଆ ନାଇଟ୍ସ 2026

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In