• About Us
  • Contact Us
Tuesday, October 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବାତ୍ୟା ‘ଅର୍ଣ୍ଣବ’ର ସମ୍ଭାବ୍ୟ ପ୍ରଭାବକୁ ନଜରରେ ରଖି ୭ ଜିଲ୍ଲାର ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା

by Voice of Victims
October 27, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଲଗାଣ ବର୍ଷା, ଭଦ୍ରକରେ ଦିନକ ପାଇଁ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର : ବାତ୍ୟା ‘ଅର୍ଣ୍ଣବ’ର ସମ୍ଭାବ୍ୟ ପ୍ରଭାବକୁ ନଜରରେ ରଖି ୭ ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରାଯାଇଛି । ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାରେ ଆଜି ଓ ଆସନ୍ତାକାଲି ସ୍କୁଲ ଏବଂ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ । ସେହିପରି କୋରାପୁଟ, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ଆଜିଠୁ ୨୯ ତାରିଖ ପର୍ଯ୍ୟନ୍ତ ତିନି ଦିନ ପାଇଁ ସମସ୍ତ ସ୍କୁଲ, କଲେଜ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି ।

ପୁରୀରେ ୨ ଦିନ ଶିକ୍ଷାନୁଷ୍ଠାନ ବନ୍ଦ । ଆଜି ଓ ଆସନ୍ତାକାଲି ବନ୍ଦ ରହିବ ସ୍କୁଲ ଓ କଲେଜ। ସମସ୍ତ ସରକାରୀ ଓ ଘରୋଇ ଶିକ୍ଷାନୁଷ୍ଠାନ ବନ୍ଦ ରଖାଯାଇଛି । ନୟାଗଡ଼ରେ ମଧ୍ୟ ଦୁଇ ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଅନ୍ୟପଟେ ବାତ୍ୟାର ଗତିପଥ ଓ ସମ୍ଭାବ୍ୟ ପ୍ରଭାବକୁ ନେଇ ଦକ୍ଷିଣ ଓଡ଼ିଶାରେ ଚିନ୍ତା ବଢ଼ିଛି । ବିଶେଷକରି ଉପକୂଳବର୍ତ୍ତୀ ଅଞ୍ଚଳ ଓ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବାତ୍ୟାର ପ୍ରଭାବ ଉପରେ ନଜର ରଖାଯାଉଛି ।

ବାତ୍ୟାର ସଠିକ୍ ଗତିପଥ, ସ୍ଥଳଭାଗ ଅତିକ୍ରମ କରିବାର ସ୍ଥାନ ଓ ପ୍ରଭାବ ଉପରେ ନଜର ରଖାଯାଇଛି । ସ୍ଥିତି ଦେଖି ବ୍ୟବସ୍ଥା କରାଯିବ ବୋଲି କହିଛି ଜିଲ୍ଲା ପ୍ରଶାସନ । ଏଭଳି ସ୍ଥିତିରେ ସରକାରୀ ନିର୍ଦ୍ଦେଶ ଓ ପାଣିପାଗ ବିଭାଗର ସତର୍କ ସୂଚନା ଅନୁସରଣ କରିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଉଛି ।

Post Views: 22
Share198Tweet124Send
Voice of Victims

Voice of Victims

Recent Posts

  • ୱେଲିଂଟନ୍‌ରେ ଆଜି ତୃତୀୟ ଟି-୨୦: ସିରିଜ୍ କବଜା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ
  • ଘଣ୍ଟା ପ୍ରତି ୨୫ କି.ମି ବେଗରେ ମାଡ଼ି ଆସୁଛି ଅତି ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ପାଇଁ ‘ରେଡ୍ ଆଲର୍ଟ ଜାରି
  • ବାତ୍ୟା ‘ଅର୍ଣ୍ଣବ’ର ସମ୍ଭାବ୍ୟ ପ୍ରଭାବକୁ ନଜରରେ ରଖି ୭ ଜିଲ୍ଲାର ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା
  • ଇଶାନ କିଶନ ତୃତୀୟ ଟି୨୦ ମ୍ୟାଚରୁ ବାଦ୍: ବୈଭବ ନୁହେଁ ଏହି ଖେଳାଳି ନେବ ସ୍ଥାନ
  • ରାହୁଲ ଗାନ୍ଧୀଙ୍କ କାରକେଡ୍ ଦୁର୍ଘଟଣାଗ୍ରସ୍ତ: କର୍ମୀ ଓ ସୁରକ୍ଷାକର୍ମୀ ଆହତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In