• About Us
  • Contact Us
Thursday, November 12, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଉଦ୍‌ଯାପିତ, ପ୍ରତିଭା ପ୍ରଦର୍ଶନର ଅନନ୍ୟ ମଞ୍ଚରେ ଝଲସିଲା ନୟାଗଡ଼ର ଶିଶୁ ପ୍ରତିଭା; ରାଜ୍ୟସ୍ତରକୁ ଯିବେ କୃତୀ ପ୍ରତିଯୋଗୀ

by Voice of Victims
November 10, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଉଦ୍‌ଯାପିତ, ପ୍ରତିଭା ପ୍ରଦର୍ଶନର ଅନନ୍ୟ ମଞ୍ଚରେ ଝଲସିଲା ନୟାଗଡ଼ର ଶିଶୁ ପ୍ରତିଭା; ରାଜ୍ୟସ୍ତରକୁ ଯିବେ କୃତୀ ପ୍ରତିଯୋଗୀ

ନୟାଗଡ଼, ୧୦/୧୧ : ଛାତ୍ରଛାତ୍ରୀଙ୍କ ଅନ୍ତର୍ନିହିତ ପ୍ରତିଭାର ବିକାଶ, ସୃଜନଶୀଳତାର ପରିପ୍ରକାଶ ଏବଂ କଳା, ସାହିତ୍ୟ ଓ ସଂସ୍କୃତି ପ୍ରତି ରୁଚି ସୃଷ୍ଟି କରିବାର ଲକ୍ଷ୍ୟ ନେଇ ଆୟୋଜିତ ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ନବଘନପୁର ଉଚ୍ଚ ବିଦ୍ୟାଳୟ ପରିସରରେ ମହାଆଡ଼ମ୍ବରରେ ଉଦ୍‌ଯାପିତ ହୋଇଯାଇଛି। ଏହି ମହୋତ୍ସବରେ ଜିଲ୍ଲାର ବିଭିନ୍ନ ବ୍ଲକ୍‌ରୁ ଆସିଥିବା କୁନି କୁନି ପ୍ରତିଭାମାନେ ନିଜର ଅନନ୍ୟ କଳା, ଜ୍ଞାନ ଓ ସୃଜନଶୀଳତାର ପରିଚୟ ଦେଇଥିଲେ।

ଉଦ୍‌ଘାଟନୀ ସଭାରେ ନୟାଗଡ଼ ଜିଲ୍ଲାପାଳ ମଧୁସ୍ମିତା ରଥ ମୁଖ୍ୟ ଅତିଥି, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ ଏବଂ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ସଭାପତିତ୍ୱ କରିଥିଲେ। ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ବନଲତା ବେହେରା, ଗୀତାଞ୍ଜଳି ସାହୁ, ସାନ୍ଧ୍ୟରାଣୀ ରାଉତ ଏବଂ ସମଗ୍ର ଶିକ୍ଷା ସଂଯୋଜିକା ଶୁଭସ୍ମିତା ଦାଶ ଯୋଗଦେଇଥିଲେ।

ଉଦ୍‌ଯାପନୀ ସଭାରେ ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ ମୁଖ୍ୟ ଅତିଥି ଏବଂ ପୁରୀ ସାଂସଦ ସମ୍ବିତ ପାତ୍ର ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ନୟାଗଡ଼ ବିଧାୟକ ଅରୁଣ ସାହୁ, ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସ୍ୱାଇଁ, ଦଶପଲ୍ଲା ବିଧାୟକ ରମେଶ ବେହେରା, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ ଏବଂ ନୟାଗଡ଼ ପୌରପରିଷଦ ଅଧ୍ୟକ୍ଷା ନିରୁପମା ଖଟେଇ ଯୋଗଦେଇଥିଲେ। ମଞ୍ଚ ସଂଯୋଜନା କରିଥିଲେ ଜୟେନ୍ଦ୍ର ବେହେରା। ଏଥିସହ ଜିଲ୍ଲାର ସମସ୍ତ ବ୍ଲକ୍‌ର ବ୍ଲକ୍ ଶିକ୍ଷା ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ।

ମହୋତ୍ସବରେ ବକ୍ତୃତା, ପ୍ରବନ୍ଧ ଲିଖନ, ସଙ୍ଗୀତ, ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମ, ଚିତ୍ରାଙ୍କନ, କୁଇଜ୍ ଏବଂ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନୀ ଆଦି ବିଭିନ୍ନ ବିଭାଗରେ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଅଭିଜ୍ଞ ତଥା ଖ୍ୟାତନାମା ବିଚାରକ ମଣ୍ଡଳୀଙ୍କ ଦ୍ୱାରା ପ୍ରତିଯୋଗିତାଗୁଡ଼ିକର ନିରପେକ୍ଷ ମୂଲ୍ୟାୟନ କରାଯାଇଥିଲା। ପ୍ରତ୍ୟେକ ବିଭାଗରେ ପ୍ରଥମ ସ୍ଥାନ ଅଧିକାର କରିଥିବା କୃତୀ ଛାତ୍ରଛାତ୍ରୀମାନେ ରାଜ୍ୟସ୍ତରୀୟ ‘ସୁରଭି’ ମହୋତ୍ସବରେ ନୟାଗଡ଼ ଜିଲ୍ଲାକୁ ପ୍ରତିନିଧିତ୍ୱ କରିବେ।

ଏହି ମହୋତ୍ସବର ସଫଳ ଆୟୋଜନରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟର ବିଭିନ୍ନ ଅଧିକାରୀ ଓ କର୍ମଚାରୀ, ବିଭିନ୍ନ ଶିକ୍ଷକ ସଂଘର କର୍ମକର୍ତ୍ତା, ସମସ୍ତ ସାଧନ କେନ୍ଦ୍ର ସଂଯୋଜକ ଏବଂ ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କର ସକ୍ରିୟ ସହଯୋଗ ରହିଥିଲା।

Post Views: 42
Share200Tweet125Send
Voice of Victims

Voice of Victims

Recent Posts

  • ଗଞ୍ଜାମ ବନ୍ୟା ପାଇଁ ପୂର୍ବ ସରକାରର ୨୪ ବର୍ଷର ବିଫଳତା ଦାୟୀ: ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ  
  • ଆସନ୍ତା ୧୪ରେ ମିଳିବ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପକ୍କା ଘର: ରବି ନାରାୟଣ ନାଏକ
  • କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ; ବରଗଡ଼ ଚିନି କଳ ପୁନରୁଦ୍ଧାର ପାଇଁ କଲେ ଆଲୋଚନା
  • ଚାଷୀଙ୍କ ଆର୍ଥିକ ସୁରକ୍ଷା ଓ ଉଦ୍ୟୋଗୀଙ୍କ ସଶକ୍ତୀକରଣ: କେନ୍ଦ୍ର କ୍ୟାବିନେଟ୍‌ର ନିଷ୍ପତ୍ତିକୁ ଓଡ଼ିଶା ବିଜେପିର ସ୍ୱାଗତ
  • ଭୋରୁ ଭୂକମ୍ପରେ ଦୋହଲିଲା ନେପାଳ, ତୀବ୍ରତା ୪.୯

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In