• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ପଦ୍ମ ଧରିଲେ ପ୍ରଶାନ୍ତ ଜଗଦ୍ଦେବ

by Voice of Victims
February 29, 2024
in ମୁଖ୍ୟ ଖବର, ରାଜ୍ୟ
ପଦ୍ମ ଧରିଲେ ପ୍ରଶାନ୍ତ ଜଗଦ୍ଦେବ

ଭୁବନେଶ୍ୱର: ଯାହା ଚର୍ଚ୍ଚା ହେଉଥିଲା, ତାହା ସତରେ ପରିଣତ ହେଲା । ବିଜେଡିରୁ ବହିଷ୍କୃତ ହୋଇଥିବା ଆଉ ଜଣେ ନେତା ଏବେ ପଦ୍ମ ଶିବିରକୁ ଡେଇଁଛନ୍ତି । ସେ ହେଉଛନ୍ତି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଗୁରୁବାର ପ୍ରଶାନ୍ତ ଜଗଦ୍ଦେବ ବିଜେପିରେ ମିଶିଛନ୍ତି । ନିଜର ଦବଙ୍ଗଗିରି ପାଇଁ ବିବାଦୀୟ ହୋଇଥିବା ପ୍ରଶାନ୍ତ ଦୀର୍ଘଦିନ ଧରି ଚିଲିକା ରାଜନୀତିରୁ ଦୂରେଇ ରହିଥିବା ବେଳେ ବିଜେପିରେ ମିଶିବା ନେଇ ଗତ କିଛି ଦିନ ହେଲା ଚର୍ଚ୍ଚା ହେଉଥିଲା । ତେବେ ଆଜି ଉକ୍ତ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପଡ଼ିଛି । ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ, ପୂର୍ବତନ ରାଜ୍ୟ ବିଜେପି ସଭାପତି ସମୀର ଦାସ, ପୃଥ୍ୱୀରାଜ ହରିଚନ୍ଦନ, ଭୃଗୁ ବକ୍ସିପାତ୍ରଙ୍କ ଉପସ୍ଥିତିରେ ପ୍ରଶାନ୍ତ ପଦ୍ମ ଧରିଛନ୍ତି । ରାଜ୍ୟ ବିଜେପି ନିର୍ବାଚନ ସହ-ପ୍ରଭାରୀ ଲତା ଉସେଣ୍ଡି  ଦଳୀୟ ଉତ୍ତରୀୟ ଓ ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ ଦଳୀୟ ଟୋପି ପ୍ରଦାନ ଦେଇ ପ୍ରଶାନ୍ତଙ୍କୁ ଦଳକୁ ସ୍ୱାଗତ କରିଥିଲେ । ପୂର୍ବରୁ ପ୍ରଶାନ୍ତ ଜଗଦ୍ଦେବ ନିଜର ଶତାଧିକ କର୍ମୀଙ୍କ ସହ ସେ ‘ଜୟ ଶ୍ରୀରାମ’ ନାରା ଦେଇ ଭୁବନେଶ୍ୱରସ୍ଥିତ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପହଞ୍ଚିଥିଲେ । ସମସ୍ତେ ଜାଣନ୍ତି ଯେ ଗତ କିଛି ଦିନ ହେଲା ବିଜେଡି ନେତା ଓ କର୍ମୀ ‘ଜୟ ଜଗନ୍ନାଥ’ ନାରା ଦେଉଥିବାବେଳେ ବିଜେପି କର୍ମୀ ଓ ନେତା ‘ଜୟ ଶ୍ରୀରାମ’ ନାରା ଦେଉଛନ୍ତି । ଏହି ସମୟରେ ପ୍ରଶାନ୍ତ  ହସ ହସ ମୁହଁରେ ‘ଜୟ ଶ୍ରୀରାମ’ ନାରା ଦେଇ ପଦ୍ମ ଧରିଛନ୍ତି । ଖୋର୍ଦ୍ଧା ଜିଲ୍ଲାର ନିରାକାରପୁର କଲେଜର ଛାତ୍ର ସଂସଦ ସଭାପତିଭାବେ ସେ ନିଜର ରାଜନୈତିକ କ୍ୟାରିୟର ଆରମ୍ଭ କରିଥିଲେ । ପରବର୍ତ୍ତୀ ଅବସ୍ଥାରେ ଜିଲ୍ଲା ପରିଷଦ ସଭ୍ୟ ଓ ପରେ ପରେ ଖୋର୍ଦ୍ଧା ଜିଲ୍ଲାର ଜିଲ୍ଲା ପରିଷଦ ଚେୟାରମ୍ୟାନ ହୋଇଥିଲେ । ପରେ ବେଗୁନିଆରୁ ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ବିରୋଧରେ ନିର୍ବାଚନ ଲଢିଥିଲେ । ପରବର୍ତ୍ତୀ ଅବସ୍ଥାରେ ସେ ବିଜୁ ଜନତା ଦଳ ପକ୍ଷରୁ ଲଢି ବେଗୁନିଆ ବିଧାୟକ ହୋଇଥିଲେ । ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ସେ ବେଗୁନିଆ ବିଧାୟକ ଥିଲେ । ୨୦୧୯ରେ ତାଙ୍କୁ ବିଜୁ ଜନତା ଦଳ ପକ୍ଷରୁ ଚିଲିକାରୁ ପ୍ରାର୍ଥୀ କରାଯାଇଥିଲା ଏବଂ ସେ ବାଜିମାତ କରିଥିଲେ । ତେବେ ପରେ ପରେ ତାଙ୍କର ଆଚରଣ ପାଇଁ ସେ ବିବାଦ ଘେରକୁ ଆସିଥିଲେ । ବିଶେଷ କରି ୨୦୨୨ ମସିହା ମାର୍ଚ୍ଚ ୧୨ ତାରିଖରେ ବାଣପୁର ବ୍ଲକ କାର୍ଯ୍ୟାଳୟ ଆଗରେ ଯେଉଁ ଅଘଟଣ ଘଟିଥିଲା ସେତେବେଳେ ସେ ଚର୍ଚ୍ଚାକୁ ଆସିଥିଲେ । ଲୋକଙ୍କ ଉପରେ ସେ ଗାଡ଼ି ଚଢାଇ ଦେବାକୁ ନେଇ ଦଳ ତାଙ୍କୁ ନିଲମ୍ବନ କରିଥିଲା । ପରବର୍ତ୍ତୀ ଅବସ୍ଥାରେ ଦଳ ତାଙ୍କୁ ବହିଷ୍କାର କରିଥିଲା । ସେହିଦିନ ଠାରୁ ଗୋଟିଏ ବର୍ଷ ପର୍ଯ୍ୟନ୍ତ ନିର୍ବାଚନ ମଣ୍ଡଳୀ ନଯିବା ପାଇଁ ତାଙ୍କ ଉପରେକ କଟକଣା ଲାଗିଥିଲା । ଏହା ଭିତରେ ଦଳ ତାଙ୍କ ସହ ରହିନଥିଲା କି ସେ ମଧ୍ୟ ଦଳ ସହ ରହିନଥିଲେ । ସୂଚନା ଅନୁଯାୟୀ, ୨୦୨୨  ମାର୍ଚ୍ଚ ୧୨ ତାରିଖରେ ବିଧାୟକ ପ୍ରଶାନ୍ତ ଜଗଦେ୍ଧବ ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ସମୟରେ ବିଜେପି କର୍ମୀଙ୍କ ଉପରକୁ ଗାଡି ଚଢାଇ ମାରିଦେବାକୁ ଉଦ୍ୟମ କରିବା ଅଭିଯୋଗ ହୋଇଥିଲା । ଏଥିରେ ପୁଲିସ କର୍ମଚାରୀମାନେ ମଧ୍ୟ ଆହତ ହୋଇଥିଲେ । ଘଟଣାସ୍ଥଳରେ ଉତ୍ୟକ୍ତ ଲୋକେ ବିଧାୟକଙ୍କୁ କାବୁ କରି ନିର୍ଦ୍ଧୁମ ଛେଚିଥିଲେ । ପରେ ପୋଲିସ ତାଙ୍କୁ ଉଦ୍ଧାର କରିଥିଲା । ବିଧାୟକଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ୱରରେ ଏକ ହସ୍ପିଟାଲରେ ଭର୍ତ୍ତି କରାଇଥିଲା ପୋଲିସ  । ସେଠାରେ ୧୦ ଦିନ ଧରି ଚିକିସôା ହେବା ପରେ ତାଙ୍କୁ ଡିସଚାର୍ଜ କରାଯାଇଥିଲା  । ପରେ ବାଣପୁର ପୁଲିସ ତାଙ୍କୁ ଗିରଫ କରିଥିଲା ।

Post Views: 34
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In