• About Us
  • Contact Us
Friday, November 20, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆସନ୍ତା ୩୦ ତାରିଖରେ ସରିବ ଓଡ଼ିଶା ଡିଜିପି ବିନୟତୋଷ ମିଶ୍ରଙ୍କ କାର୍ଯ୍ୟକାଳ

by Voice of Victims
November 19, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଆସନ୍ତା ୩୦ ତାରିଖରେ ସରିବ ଓଡ଼ିଶା ଡିଜିପି ବିନୟତୋଷ ମିଶ୍ରଙ୍କ କାର୍ଯ୍ୟକାଳ

ଓଡ଼ିଶା ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଉଥିବା ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ରଙ୍କ କାର୍ଯ୍ୟକାଳ ଆସନ୍ତା ନଭେମ୍ବର ୩୦ ତାରିଖରେ ଶେଷ ହେବାକୁ ଯାଉଛି। ସରକାରୀ ଚାକିରିରୁ ତାଙ୍କର ଅବସର ଗ୍ରହଣ ନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି।

ଗୃହ ବିଭାଗ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତି ଅନୁଯାୟୀ, ୧୯୯୩ ବ୍ୟାଚ୍‌ର ଆଇପିଏସ୍ ଅଧିକାରୀ ତଥା କ୍ରାଇମବ୍ରାଞ୍ଚ (CID-CB) ଡିଜି ବିନୟତୋଷ ମିଶ୍ର ୬୦ ବର୍ଷ ବୟସ ପୂରଣ ହେବା ଫଳରେ ଆସନ୍ତା ୩୦ ଅପରାହ୍ଣରୁ ସରକାରୀ ସେବାରୁ ଅବସର ଗ୍ରହଣ କରିବେ। ତାଙ୍କର ଜନ୍ମ ତାରିଖ ୦୩.୧୧.୧୯୬୬ ହୋଇଥିବା ବେଳେ ନିୟମ ଅନୁଯାୟୀ ନଭେମ୍ବର ମାସର ଶେଷ ଦିନରେ ସେ ଅବସର ନେଉଛନ୍ତି।

ସୂଚନାଯୋଗ୍ୟ ଯେ, ପୂର୍ବତନ ଡିଜିପି ୱାଇ.ବି. ଖୁରାନିଆ ଅବସର ନେବା ପରେ ଅଗଷ୍ଟ ୧୬, ୨୦୨୬ରେ ବିନୟତୋଷ ମିଶ୍ର ରାଜ୍ୟ ପୋଲିସର ସର୍ବୋଚ୍ଚ ପଦବୀର ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଥିଲେ । ନିୟମିତ ଡିଜିପି ଚୟନ ପ୍ରକ୍ରିୟା ସୁପ୍ରିମକୋର୍ଟଙ୍କ ନଜରରେ ରହିଥିବା ବେଳେ ଯେଉଁଥିରେ ୟୁପିଏସସିକୁ ପଠାଯାଇଥିବା ଅଧିକାରୀଙ୍କ ପ୍ୟାନେଲ୍ ଏବଂ ପ୍ରକାଶ ସିଂହ ଗାଇଡଲାଇନ୍‌ର ପାଳନ ଭଳି ପ୍ରସଙ୍ଗ ଉପରେ ବିଚାର ଚାଲିଛି, କାର୍ଯ୍ୟରେ ବାଧା ସୃଷ୍ଟି ନକରି ନିରନ୍ତରତା ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱାଧୀନ ରାଜ୍ୟ ସରକାର ଏହି ପଦକ୍ଷେପ ନେଇଥିଲେ ।

ଏବେ ତାଙ୍କର କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବାରୁ ରାଜ୍ୟର ପରବର୍ତ୍ତୀ ଡିଜିପି କିଏ ହେବେ, ସେ ନେଇ ପ୍ରଶାସନିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି।

Post Views: 37
Share198Tweet124Send
Voice of Victims

Voice of Victims

Recent Posts

  • ବାତ୍ୟା ‘ଆକ୍ୱାନ’ ପ୍ରଭାବିତଙ୍କ ସୁରକ୍ଷା ଓ ସହାୟତା ପାଇଁ ଆଶ୍ରୟସ୍ଥଳୀ ବୁଲି ସ୍ଥିତି ସମୀକ୍ଷା କଲେ ବାଚସ୍ପତି ସୁରମା ପାଢ଼ୀ
  • ଆସନ୍ତାକାଲି ଭଦ୍ରକ ଜିଲ୍ଲାରେ ସ୍କୁଲ୍ ଛୁଟି ଘୋଷଣା
  • ବାଲିଯାତ୍ରା ପଡିଆକୁ ନୋ ଡ୍ରୋନ ଜୋନ ଘୋଷଣା କଲା ଜିଲ୍ଲା ପ୍ରଶାସନ
  • ବିରୋଧୀଙ୍କ ହଟ୍ଟଗୋଳ ଓ ଅଚଳାବସ୍ଥା: ସୋମବାର ଯାଏଁ ଗୃହ ମୁଲତବୀ
  • ଯୋଗୀ ଆଦିତ୍ୟନାଥଙ୍କ ମାତା ସାବିତ୍ରୀ ଦେବୀଙ୍କ ପରଲୋକ; ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In