• About Us
  • Contact Us
Sunday, August 9, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବିଜେପି ନେତାଙ୍କୁ ଦିଲ୍ଲୀ ଡକରା

by Voice of Victims
March 6, 2024
in ମୁଖ୍ୟ ଖବର, ରାଜ୍ୟ
ବିଜେପି ନେତାଙ୍କୁ ଦିଲ୍ଲୀ ଡକରା

ଭୁବନେଶ୍ୱର: ପାଖେଇ ଆସିଲାଣି ସାଧାରଣ ନିର୍ବାଚନ। ଆଉ କିଛିଟା ଦିନ ପରେ ଘୋଷଣା ହେବ ନିର୍ବାଚନ ତାରିଖ। ଏନେଇ ପ୍ରାୟ ସବୁ ଦଳ ନିଜ ନିଜ ସଂଗଠନ ସଜାଡ଼ିବାରେ ଲାଗିପଡ଼ିଛନ୍ତି । ଏହାରି ଭିତରେ ରାଜ୍ୟ ବିଜେପି ନେତାଙ୍କୁ ଦିଲ୍ଲୀ ଡକରା ହୋଇଛି । ସଭାପତି, ସଂଗଠନ ସମ୍ପାଦକ ଓ କୋର କମିଟି ସଦସ୍ୟଙ୍କୁ ଦିଲ୍ଲୀରୁ ଡକରା ଆସିଛି ।  ପ୍ରାର୍ଥୀ ତାଲିକା ଘୋଷଣା ପୂର୍ବରୁ ରାଜ୍ୟ ବିଜେପିର ଶୀର୍ଷ ନେତୃତ୍ୱଙ୍କ ସହ ନିର୍ବାଚନ ରଣନୀତି ବାବଦରେ ଆଲୋଚନା କରିବେ ଦଳର ଶୀର୍ଷ ନେତୃତ୍ୱ । ଆଜି ସନ୍ଧ୍ୟା ୫ଟାରେ ରାଜ୍ୟ ବିଜେପି ନେତୃବୃନ୍ଦଙ୍କୁ ନେଇ ଦିଲ୍ଲୀରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । କେନ୍ଦ୍ର ନେତା ଆଗାମୀ ନିର୍ବାଚନ ରଣନୀତି ସମ୍ପର୍କରେ ରାଜ୍ୟ ନେତାଙ୍କ ସହ ଆଲୋଚନା କରିବେ । ୨୦୨୪ ନିର୍ବାଚନ ବିଜେପି ଏକାକୀ ଲଢିବ ବୋଲି ସଭାପତି ମନମୋହନ ସାମଲ ପୂର୍ବରୁ ସ୍ପଷ୍ଟ କରିଛନ୍ତି । ବିଜେଡି ସହ କୌଣସି ମେଣ୍ଟ ହେବନି ବୋଲି ମନମୋହନ କହିଛନ୍ତି । ଅନ୍ୟପଟେ କେନ୍ଦ୍ରୀୟ ନେତୃତ୍ୱ ଓଡ଼ିଶା ଆସୁଥିଲେ ମଧ୍ୟ ବିଜେଡି ପ୍ରତି ନରମ ଆଭିମୁଖ୍ୟ ଦଳୀୟ କର୍ମୀଙ୍କୁ ଶଙ୍କାରେ ପକାଉଛି । ତେଣୁ ଦିଲ୍ଲୀ ହେବାକୁ ଥିବା ବୈଠକରେ କଣ ଆଲୋଚନା ହେବ ତାହା ଉପରେ ସମସ୍ତଙ୍କର ନଜର ରହିଛି ।

Post Views: 59
Share198Tweet124Send
Voice of Victims

Voice of Victims

Recent Posts

  • ଭୁବନେଶ୍ବରରେ ତ୍ରିରଙ୍ଗା ପଦଯାତ୍ରା, ସାମିଲ ହେଲେ ମୁଖ୍ୟମନ୍ତ୍ରୀ
  • ଖୋଲିଲା ହୀରାକୁଦର ଆଉ ୪ ଗେଟ୍, ୧୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ
  • ଯୁବକଙ୍କୁ ଧକ୍କା ଦେଲା କଶ୍ମୀର ଉପମୁଖ୍ୟମନ୍ତ୍ରୀଙ୍କ କାରକେଡ୍, ଯୁବକଙ୍କ ମୃତ୍ୟୁ
  • ଫୁକେଟ୍-ଦିଲ୍ଲୀ ବିମାନରେ ଭୟଙ୍କର ଟର୍ବୁଲାନ୍ସ ଘଟଣା, ପାଇଲଟଙ୍କ ଡୋପ୍ ଟେଷ୍ଟ ପଜେଟିଭ୍
  • ମୋଦିଙ୍କୁ ଫୋନ୍ କଲେ ଜେଡି ଭାନ୍ସ, ଆହୁରି ମଜଭୁତ ହେବ ଭାରତ-ଆମେରିକା ସମ୍ପର୍କ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In