• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

by Voice of Victims
March 6, 2024
in ମୁଖ୍ୟ ଖବର, ରାଜ୍ୟ
ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ BSKY ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି। ନିୟମିତ ସରକାରୀ କର୍ମଚାରୀ ଓ ଆୟକର ଦେଉଥିବା ଲୋକଙ୍କୁ ଛାଡି ଗାଁର ସବୁ ଲୋକ ଏହି ସୁବିଧା ପାଇବେ । ଆଜିଠାରୁ ଏହି କାର୍ଡ ବଣ୍ଟନ ଆରମ୍ଭ ହୋଇଥିବା ବେଳେ ମେ ପହିଲା ଠାରୁ ହିତାଧିକାରୀମାନେ ଏହାର ସୁବିଧା ପାଇବେ। ରାଜ୍ୟ ସରକାରଙ୍କ 5T ଉପକ୍ରମରେ ଏହି ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସାଢେ ୪ କୋଟି ଓଡିଶାବାସୀ ହେଉଛନ୍ତି ମୋ ପରିବାର । ଆପଣମାନଙ୍କ ସୁଖ ଦୁଃଖରେ ମୁଁ ସବୁବେଳେ ରହିଛି ଓ ରହିଥିବି। ଆପଣମାନଙ୍କ ଖୁସି ମୋ ଖୁସି । ସୁସ୍ଥ ସମାଜ ଏକ ସମୃଦ୍ଧ ରାଷ୍ଟ୍ରର ଆଧାର ଏବଂ ସ୍ୱାସ୍ଥ୍ୟ ସହିତ ଏହାର ଗଭୀର ସଂପର୍କ ରହିଛି ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୋ ପରିବାରର ଲୋକମାନେ କିପରି ଭଲରେ ରହିବେ ସେଥିପାଇଁ ମୁଁ ସବୁବେଳେ କାମ କରି ଚାଲିଛି ଓ କରି ଚାଲିବି। ସୂଚନାଯୋଗ୍ୟ ଯେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ରାଜ୍ୟର ୧ କୋଟିରୁ ଅଧିକ ପରିବାର ଯାହାକି ରାଜ୍ୟ ଜନସଂଖ୍ୟାର ୮୦ ଭାଗ ହେବେ, cashless ଚିକିତ୍ସା ସୁବିଧା ପାଉଛନ୍ତି। ମହିଳାମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଥିବାବେଳେ ପରିବାରର ଅନ୍ୟ ସଦସ୍ୟ ମାନଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା କରାଯାଇଛି। ଏହି ଯୋଜନାରେ ମାସକୁ ୧ ଲକ୍ଷ ୩୦ ହଜାର ହିତାଧିକାରୀ ୮୧୬ଟି ପଞ୍ଜିକୃତ ବେସରକାରୀ ହସ୍‌ପିଟାଲରେ ଚିକିତ୍ସା ସୁବିଧା ପାଉଛନ୍ତି। ଏଥିପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ ୨୭୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ଦ୍ୱାରା ଆହୁରି ଅଧିକ ପରିବାର ଏହି ଯୋଜନାରେ ସାମିଲ ହୋଇପାରିବେ। କାର୍ଯ୍ୟକ୍ରମରେ ସମ୍ବଲପୁର ଜିଲ୍ଲା ରେଙ୍ଗାଲୀ ବ୍ଲକରେ ରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୁଜାରୀ ଯୋଗ ଦେଇ କହିଲେ ଯେ 5T ରେ କାର୍ଯ୍ୟକାରୀ ହେଉଥିବା BSKY ହେଉଛି ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତି। ଆଜି ଗ୍ରାମାଞ୍ଚଳର ସବୁ ବଞ୍ଚିତ ହିତାଧିକାରୀ ଏଥିରେ ସାମିଲ ହେଲେ। 5T ହେଉଛି ମୁଖ୍ୟମନ୍ତ୍ରୀଙ୍କ ଓଡିଶାର ଉନ୍ନତି କଳ୍ପନା। ଲୋକଙ୍କୁ ସେବା ଦେବାର କଳ୍ପନା। ଆଜି 5T ମନ୍ତ୍ର ଉପରେ ରାଜ୍ୟାବାସୀଙ୍କ ଆସ୍ଥା ବଢିଛି। ରାଜ୍ୟବାସୀଙ୍କୁ ଉନ୍ନତ ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ସବୁଠାରୁ ଅଧିକ ଗୁରୁତ୍ୱ ଦିଅନ୍ତି ବୋଲି ସେ କହିଥିଲେ। 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ କହିଲେ ଯେ ରାଜ୍ୟର ପ୍ରତ୍ୟେକ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟ ସୁରକ୍ଷା ଯୋଗାଇଦେବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ, ଏହି ପରିପ୍ରେକ୍ଷୀରେ ପରବର୍ତ୍ତୀ ପର୍ଯ୍ୟାୟରେ ସହରାଞ୍ଚଳର ପ୍ରାୟ ସମସ୍ତଙ୍କୁ BSKY Nabin card ରେ ସାମିଲ କରାଯିବ ବୋଲି ସେ କହିଥିଲେ। ଏହି ଯୋଜନାକୁ ରେକର୍ଡ ସମୟ ମଧ୍ୟରେ କାର୍ଯ୍ୟକାରୀ କରିଥିବାରୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ ସୂଚନା ପ୍ରଯୁକ୍ତି ବିଭାଗକୁ ସେ ଧନ୍ୟବାଦ ଜଣାଇଥିଲେ। ସୂଚନାଯୋଗ୍ୟ ଯେ 5T ଅଧ୍ୟକ୍ଷଙ୍କ ଜିଲ୍ଲାଗସ୍ତ ସମୟରେ ଗ୍ରାମାଞ୍ଚଳର BSKY Card ପାଇବାରୁ ବହୁ ବଞ୍ଚିତ ଲୋକ ସେମାନଙ୍କୁ ଏହି ଯୋଜନାରେ ସାମିଲ କରିବା ପାଇଁ ଅନୁରୋଧ କରିଥିଲେ। ପ୍ରତିଟି ଜୀବନ ମୂଲ୍ୟବାନ ଆଦର୍ଶରେ ଅନୁପ୍ରାଣିତ ମୁଖ୍ୟମନ୍ତ୍ରୀ ଏ ବିଷୟରେ ଅବଗତ ହେବା ପରେ ଏହି ନବୀନ କାର୍ଡ ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱର ବ୍ଲକରେ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସମ୍ବଲପୁର ବାମଡା ବ୍ଲକରେ ଜିଲ୍ଲା ପରିଷଦ ସଭାପତି କୁମୁଦିନୀ ନାୟକ, କୁଚିଣ୍ଡାରେ ବିଧାୟକ ଶ୍ରୀ କିଶୋର ଚନ୍ଦ୍ର ନାୟକ, ରେଢାଖୋଲରେ ବିଧାୟକ ଶ୍ରୀ ରୋହିତ ପୁଜାରୀ, ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକରେ ‘ଆମ ଓଡିଶା, ନବୀନ ଓଡିଶା’ ସଂଯୋଜିକା ଶ୍ରୀମୟୀ ଶ୍ୱେତସ୍ନିଗ୍ଧା ମିଶ୍ର, ବୋଲଗଡରେ ବିଧାୟକ ଶ୍ରୀ ରାଜେନ୍ଦ୍ର କୁମାର ସାହୁ, ଖୋର୍ଦ୍ଧାରେ ଜିଲ୍ଲା ପରିଷଦ ସଭାପତି ଶ୍ରୀମତୀ ରୁପଶ୍ରୀରାଣୀ ଗୁମାନ ସିଂ ଯୋଗ ଦେଇ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଆଜି ସବୁ କ୍ଷେତ୍ରରେ ଆମ ରାଜ୍ୟ ଆଗକୁ ବଢିଛି। ସମାଜର ସବୁଠାରୁ ତଳ ଧାଡିରେ ରହୁଥିବା ବ୍ୟକ୍ତିର କଲ୍ୟାଣ ବିଷୟରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ଧ୍ୟାନ ଦେଇଥାନ୍ତି। BSKY ଆଜି ରାଜ୍ୟବାସୀଙ୍କ ପାଇଁ ସଞ୍ଜିବନୀ ସଦୃଶ୍ୟ ହୋଇଛି। ସ୍ୱାସ୍ଥ୍ୟସେବା ଓ ରାଜ୍ୟର ବିକାଶ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପକୁ ଓଡିଶାବାସୀ ସବୁବେଳେ ମନେ ରଖିବେ ବୋଲି ସେମାନେ କହିଥିଲେ। କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ତଥା ଶାସନ ସଚିବ ଶାଳିନୀ ପଣ୍ଡିତ ସ୍ୱାଗତ ଭାଷଣ ଦେଇଥିଲେ ଏବଂ BSKY Societyର CEO ଧନ୍ୟବାଦ ଅର୍ପଣ କରିଥିଲେ।

Post Views: 34
Share199Tweet125Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In