• About Us
  • Contact Us
Monday, March 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଧ୍ୟାତ୍ମିକ

ରାତି ୧୦ରେ ଉଠିଲା ଶ୍ରୀଲିଙ୍ଗରାଜଙ୍କ ମହାଦୀପ

by Voice of Victims
March 8, 2024
in ଆଧ୍ୟାତ୍ମିକ, ମୁଖ୍ୟ ଖବର, ରାଜ୍ୟ
ରାତି ୧୦ରେ ଉଠିଲା ଶ୍ରୀଲିଙ୍ଗରାଜଙ୍କ ମହାଦୀପ

ଭୁବନେଶ୍ୱର: ଶୁକ୍ରବାର ଶ୍ରୀଲିଙ୍ଗରାଜଙ୍କ ଜାଗରଯାତ୍ରା ଶାନ୍ତିଶୃଙ୍ଖଳାର ସହ ପାଳିତ ହୋଇଯାଇଛି । ଆଜି ସକାଳୁ ସକାଳୁ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପୀଠକୁ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିଥିଲା । ଏକାମ୍ର କ୍ଷେତ୍ର ହୋଇଉଠିଥିଲା ଉତ୍ସବମୁଖର । ନିର୍ଦ୍ଧାରିତ ନୀତି ମୁତାବକ ମଙ୍ଗଳ ଆଳତି ଓ ଅବକାଶ ପରେ ଆରମ୍ଭ ହୋଇଥିଲା ସାହାଣମେଲା ଦର୍ଶନ । ତେଣୁ ବ୍ରାହ୍ମ ମୁହୂର୍ତ୍ତରେ ପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ରାତିରୁ ଲାଗିଥିଲା ଲମ୍ବା ଧାଡ଼ି । ଦିନ ତମାମ ଲାଗି ରହିଥିଲା ଶ୍ରଦ୍ଧାଳୁଙ୍କ ସମାଗମ । ମନ୍ଦିର ପ୍ରଶାସନର ନୀତି ନିର୍ଘଣ୍ଟ ଅନୁଯାଇ ଭୋର ୩ଟାରୁ ନୀତିକାନ୍ତି ଆରମ୍ଭ ହୋଇଥିଲା । ଦିନ୧୧ଟା ଯାଏଁ ସାହାଣମେଲା ଦର୍ଶନ ହୋଇଥିଲା । ଦିନ ୧୨ ଟାରୁ ୧୨ ଟା ୪୫ ଯାଏଁ ମହାସ୍ନାନ ଓ ବେଶ, ଅପରାହ୍ଣ ୧୨ ଟା ୪୫ ରୁ ୨ଟା ୩୦ ଯାଏଁ ସୂର୍ଯ୍ୟ ପୂଜା, ଦ୍ୱାରପାଳ ପୂଜା କରାଯାଇଥିଲା । ସେହିପରି ଦିନ ୨ଟା ୪୫ ରୁ ୩ଟା ୪୫ ଭୋଗ ମଣ୍ଡପ, ସନ୍ଧ୍ୟା ୭ଟା ୧୦ରୁ ୭ଟା ୩୦ ମଧ୍ୟରେ ସନ୍ଧ୍ୟା ଆଳତି ଅନୁଷ୍ଠିତ ହୋଇଥିଲା । ସନ୍ଧ୍ୟା ୭ଟା ୩୦ରୁ ୮ଟା ୧୦ ପ୍ରଭୁ ଲିଙ୍ଗରାଜଙ୍କ ମାଜଣା ନୀତି କରାଯାଇଥିଲା । ରାତି ୮ଟା ୧୦ ରୁ ୮ଟା ୫୫ ପ୍ରଭୁ ଲିଙ୍ଗରାଜଙ୍କ ଯାତ୍ରା ପୂଜା ଓ ବେଢା, ୮ଟା ୫୫ ରୁ ରାତି ୧୦ ଟା ମଧ୍ୟରେ ଶ୍ରୀଜୀଉଙ୍କ ସନ୍ଧ୍ୟାଧୂପ ସରିବା ପରେ ମହାଦୀପ ଉଠିଥିଲା ।

Post Views: 41
Share198Tweet124Send
Voice of Victims

Voice of Victims

Recent Posts

  • ଶ୍ରୀ ଶ୍ରୀ ଶ୍ୟାମ ସୁନ୍ଦର ଜୀଉଙ୍କ ୩୨ ତମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞ
  • ପୁଣି ପାକିସ୍ତାନର ପାଗଳାମି, ଭାରତକୁ ପରମାଣୁ ବୋମାର ଧମକ
  • ଏପ୍ରିଲ ୧ରୁ ବଢିପାରେ ATF ମୂଲ୍ୟ ! ଯାତ୍ରା ମହଙ୍ଗା ନହେବା ପାଇଁ ସରକାର ନେଉଛନ୍ତି ପଦକ୍ଷେପ
  • ରାଜ୍ୟସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ଉଦଘାଟିତ, ୨୨୯୨ କୋଟିର ୧୭ ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
  • ଯାଜପୁର ଜିଲ୍ଲାରେ ମହମ୍ମଦ ମୋକିମଙ୍କ ମିଶ୍ରଣ ପର୍ବ, ୭ଟି ନିର୍ବାଚନ ମଣ୍ଡଳୀର ବହୁ ତୁଙ୍ଗ ନେତା ଓ କର୍ମୀ ସାମିଲ ହେଲେ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In