• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଓଡିଶାର ଚାଷୀଙ୍କୁ ୯୩୩ କୋଟିରୁ ଅଧିକ ଟଙ୍କାର କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

by Voice of Victims
March 11, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଓଡିଶାର ଚାଷୀଙ୍କୁ ୯୩୩ କୋଟିରୁ ଅଧିକ ଟଙ୍କାର କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର 46 ଲକ୍ଷ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀଙ୍କୁ ୯୩୩.୦୭ କୋଟି ଟଙ୍କାର କାଳିଆ ସହାୟତା-୨୦୨୪ ପ୍ରଦାନ କରିଛନ୍ତି। ଏଥିସହିତ ରାଜ୍ୟର ସମସ୍ତ ଜିଲ୍ଲାରେ ଚାଷୀ ଭାଇଭଉଣୀ ମାନଙ୍କୁ କୃଷି କାର୍ଯ୍ୟ ନିମନ୍ତେ ବୈଷୟିକ ସହାୟତା ପ୍ରଦାନ କରିବା ପାଇଁ କାଳିଆ କେନ୍ଦ୍ର ମଧ୍ୟ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଚାଷୀ ଭାଇଭଉଣୀ ମାନଙ୍କୁ ଉଦ୍‌ବୋଧନ ଦେଇ କହିଥିଲେ ଯେ ପ୍ରତ୍ୟେକ ଚାଷୀ ପରିବାର ସମ୍ମାନ ସହ ବଞ୍ଚନ୍ତୁ, ସଶକ୍ତ ହୁଅନ୍ତୁ ଏବଂ ଓଡିଶାର ସମୃଦ୍ଧିରେ ଯୋଗଦାନ ରଖନ୍ତୁ। ମୁଖ୍ୟମନ୍ତ୍ରୀ ଏହି ଅବସରରେ କାଳିଆ ଯୋଜନାର ସମୟ ଅବଧି ଆଉ ୩ ବର୍ଷ ଅର୍ଥାତ ୨୦୨୬-୨୭ ପର୍ଯ୍ୟନ୍ତ ବୃଦ୍ଧି କରାଗଲା ବୋଲି ଘୋଷଣା କରିଥିଲେ। ଏଥିପାଇଁ ରାଜ୍ୟ ସରକାର ୬୦୩୦ କୋଟି ଟଙ୍କା ଖର୍ଚ୍ଚ କରିବେ ବୋଲି ସେ କହିଥିଲେ। ସେ ଆହୁରି ମଧ୍ୟ କହିଥିଲେ ଯେ ଶିକ୍ଷା କେବଳ ଗୋଟିଏ ବ୍ୟକ୍ତିକୁ ନୁହେଁ, ପୁରା ପରିବାରକୁ, ସମାଜକୁ ସଶକ୍ତି କରିଥାଏ। ତେଣୁ କାଳିଆ ହିତାଧିକାରୀ ପିଲାମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ଚଳିତ ଶିକ୍ଷା ବର୍ଷରୁ କାଳିଆ ଛାତ୍ରବୃତ୍ତି କାର୍ଯ୍ୟକ୍ରମରେ ପରିବର୍ତ୍ତନ ଆଣି NIT, IIT, IIM, AIIMS, ICAR ପରି ସମ୍ମାନଜନକ ଶିକ୍ଷାନୁଷ୍ଠାନ ସହ ରାଜ୍ୟ ଓ ରାଜ୍ୟ ବାହାରେ ବିଭିନ୍ନ ଘରୋଇ ବୈଷୟିକ ଓ ବୃତ୍ତିଗତ ଶିକ୍ଷାନୁଷ୍ଠାନରେ ପଢୁଥିବା ଚାଷୀ ପରିବାରର ପିଲାମାନଙ୍କୁ କାଳିଆ ଛାତ୍ରବୃତ୍ତି ପ୍ରଦାନ କରାଯିବ। ଚାଷୀ ମାନଙ୍କ ବିଭିନ୍ନ ସମସ୍ୟାର ସମାଧାନ ଓ ସେମାନଙ୍କୁ କୃଷି ସମ୍ବନ୍ଧୀୟ ବୈଷୟିକ ସହାୟତା ପ୍ରଦାନ ନିମନ୍ତେ ମୁଖ୍ୟମନ୍ତ୍ରୀ ଆଜି ମଧ୍ୟ ୩୦ଟି ଜିଲ୍ଲାରେ କାଳିଆ କେନ୍ଦ୍ର ଉଦ୍‌ଘାଟନ କରି କହିଛନ୍ତି ଯେ ଏଗୁଡିକ କୃଷି କ୍ଷେତ୍ରରେ ଅଭିନବ ଚିନ୍ତାଧାରା (Innovation) ଓ ସମ୍ବଳ କେନ୍ଦ୍ର ଭାବରେ କାମ କରିବ । ମୁଖ୍ୟମନ୍ତ୍ରୀ ରାଜ୍ୟର ସବୁ ଭୂମିହୀନ ଚାଷୀ ପରିବାରକୁ ଚଳିତ ଖରିଫ ଋତୁ ପାଇଁ ଅତିରିକ୍ତ ଦୁଇ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ ଯେ ପୂର୍ବରୁ ୩ଟି କିସ୍ତିରେ ୧୨,୫୦୦ ଟଙ୍କା ପ୍ରଦାନ କରାଯାଇଥିଲା । ରାଜ୍ୟର ୧୮ ଲକ୍ଷରୁ ଉର୍ଦ୍ଧ୍ବ ଭୂମିହୀନ ଚାଷୀ ପରିବାର ଉପକୃତ ହେବେ। ସମୁଦାୟ ୩୬୦ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଛି । ସେହିପରି ମୁଖ୍ୟମନ୍ତ୍ରୀ ଖରିଫ-୨୦୨୪ ପାଇଁ ରାଜ୍ୟର ଚାଷୀ ଭାଇଭଉଣୀ ମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ କାଳିଆ ସହାୟତା ବାବଦରେ ଦୁଇ ହଜାର ଟଙ୍କା ପ୍ରଦାନ କରିଛନ୍ତି। ଏହାଦ୍ବାରା ୪୫ ଲକ୍ଷରୁ ଅଧିକ ଚାଷୀ ଉପକୃତ ହେବେ। ଚାଷୀ ଭାଇର ସମୃଦ୍ଧି ହିଁ ରାଜ୍ୟର ସମୃଦ୍ଧି ହିଁ ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଥିଲେ। ଏହି କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିରଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଥିଲେ ଯେ ୫ ବର୍ଷ ପୂର୍ବେ ମୁଖ୍ୟମନ୍ତ୍ରୀଙ୍କ ଏହି ଐତିହାସିକ କାଳିଆ ଯୋଜନା ଶ୍ରୀକ୍ଷେତ୍ର ପୁରୀରୁ ଆରମ୍ଭ ହୋଇଥିଲା। ଏହି ଯୋଜନା ଜାତୀୟ ସ୍ତରରେ ଉଚ୍ଚ ପ୍ରଶଂସିତ ହେବା ସହିତ ଓଡିଶାର ଚାଷୀ ଭାଇଭଉଣୀ ମାନଙ୍କ ପାଇଁ ସହାୟକ ହୋଇପାରିଛି। ରାଜ୍ୟରେ ଚାଷୀ ଭାଇମାନଙ୍କ ସ୍ଥିତିକୁ ଅନୁଧ୍ୟାନ କରି ମୁଖ୍ୟମନ୍ତ୍ରୀ ଏହାର ଆକାର ଓ ପରିମାଣକୁ କ୍ରମାଗତ ଭାବେ ସଂପ୍ରସାରଣ କରୁଛନ୍ତି ବୋଲି ସେ କହିଥିଲେ। କାର୍ଯ୍ୟକ୍ରମରେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ କହିଥିଲେ ଯେ ୨୦୧୯ ମସିହାରେ ଏହି ଐତିହାସିକ କାଳିଆ ଯୋଜନାର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ । ଇତିମଧ୍ୟରେ ୬୪ ଲକ୍ଷ ଚାଷୀ ଭାଇ ଏହି ଯୋଜନାରେ ସାମିଲ ହୋଇଛନ୍ତି । ଗତ ୫ ବର୍ଷ ମଧ୍ୟରେ ୧୩,୭୯୩ କୋଟି ଟଙ୍କାର ସହାୟତା ସେମାନଙ୍କ ବ୍ୟାଙ୍କ ଖାତାକୁ ଯାଇଛି । ଚାଷୀଙ୍କୁ ସଶକ୍ତ କରିବା ପାଇଁ ଏହା ହେଉଛି ମୁଖ୍ୟମନ୍ତ୍ରୀଙ୍କ ବହୁତ ବଡ ପଦକ୍ଷେପ । ଭାରତ ବର୍ଷରେ ଓଡିଶା ହେଉଛି ଏକମାତ୍ର ରାଜ୍ୟ, ଯେଉଁଠି ଭୂମିହୀନ ଚାଷୀ ମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ ଜେନା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିରଣ ବିଭାଗର ପ୍ରମୁଖ ଶାସନ ସଚିବ ଡଃ ଅରବିନ୍ଦ କୁମାର ପାଢୀ ସ୍ବାଗତ ଭାଷଣ ଦେଇଥିଲେ ଏବଂ କୃଷି ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।

Post Views: 29
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In