• About Us
  • Contact Us
Sunday, May 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ସରପଞ୍ଚ, ସମିତି ସଭ୍ୟ, ଜିଲ୍ଲାପରିଷଦ ସଭ୍ୟଙ୍କ ବୃଦ୍ଧି ହେଲା ପାରିତୋଷିକ ଓ ବୈଠକ ଭତ୍ତା

by Voice of Victims
March 12, 2024
in ମୁଖ୍ୟ ଖବର, ରାଜ୍ୟ
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ସରପଞ୍ଚ, ସମିତି ସଭ୍ୟ, ଜିଲ୍ଲାପରିଷଦ ସଭ୍ୟଙ୍କ ବୃଦ୍ଧି ହେଲା ପାରିତୋଷିକ ଓ ବୈଠକ ଭତ୍ତା

ଭୁବନେଶ୍ବର: ରାଜ୍ୟର ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୃଦ୍ଧି କରିଛନ୍ତି। ସୂଚନାଯୋଗ୍ୟ ଯେ, ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ପଞ୍ଚାୟତିରାଜ ପ୍ରତିନିଧିମାନେ ତାଙ୍କୁ ଭେଟି ଏହି ପାରିତୋଷିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ। ନିଷ୍ପତ୍ତି ଅନୁଯାୟୀ ଜିଲ୍ଲା ପରିଷଦ ସଭାପତିମାନେ ୯,୩୮୦ ଟଙ୍କା ପରିବର୍ତ୍ତେ ୩୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ। ସେମାନଙ୍କ ଦୈନିକ ଭତ୍ତା DA+Sitting fee ମଧ୍ୟ ୩୦୦ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଜିଲ୍ଲା ପରିଷଦ ଉପ-ସଭାପତି ମାନଙ୍କ ପାରିତୋଷିକ ୭,୦୪୦ ଟଙ୍କାରୁ ୨୦,୦୦୦ ଟଙ୍କା କୁ ବୃଦ୍ଧି କରାଯାଇଛି ଏବଂ ସେମାନଙ୍କ ଭତ୍ତା DA+SF ମଧ୍ୟ ୩୦୦ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଜିଲ୍ଲା ପରିଷଦ ସଦସ୍ୟମାନେ ପୂର୍ବରୁ ୩,୫୩୦ ଟଙ୍କା ପାଉଥିବା ବେଳେ ଏବେ ୧୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ ଏବଂ ସେମାନଙ୍କ ଦୈନିକ ଭତ୍ତା DA+SFମଧ୍ୟ ୩୦୦ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିଭଳି ପଞ୍ଚାୟତ ସମିତି ଅଧ୍ୟକ୍ଷମାନେ ୩,୫୩୦ ଟଙ୍କା ପାଉଥିଲେ। ଏବେ ୧୫,୦୦୦ ଟଙ୍କା ପାଇବେ। ପଞ୍ଚାୟତ ସମିତି ଉପାଧ୍ୟକ୍ଷମାନେ ପୂର୍ବରୁ ପାରିତୋଷିକ ୨,୩୫୦ ଟଙ୍କା ପାଉଥିଲେ। ଏବେ ୭,୫୦୦ ଟଙ୍କା ପାଇବେ। ପଞ୍ଚାୟତ ସମିତି ସଦସ୍ୟମାନେ ପୂର୍ବରୁ ୨,୩୫୦ ଟଙ୍କା ପାଉଥିଲେ। ଏବେ ୭,୫୦୦ ଟଙ୍କା ପାଇବେ। ସେହିଭଳି ସରପଞ୍ଚମାନେ ପୂର୍ବରୁ ୨,୩୫୦ ଟଙ୍କା ପାଉଥିବା ବେଳେ ଏବେ ୧୦,୦୦୦ ଟଙ୍କା ପାଇବେ। ନାଏବ ସରପଞ୍ଚମାନେ ପୂର୍ବରୁ ୯୪୦ ଟଙ୍କା ପାଉଥିବା ବେଳେ ଏବେ ୪,୦୦୦ ଟଙ୍କା ପାଇବେ। ପଞ୍ଚାୟତ ସମିତି ଅଧ୍ୟକ୍ଷ, ଉପାଧ୍ୟକ୍ଷ, ପଞ୍ଚାୟତ ସମିତି ସଭ୍ୟ, ସରପଞ୍ଚ ନାଏବ ସରପଞ୍ଚ ଏବଂ ୱାର୍ଡମେମ୍ବରମାନଙ୍କର ଦୈନିକ ଭତ୍ତା DA+SF ୨୪୦ ଟଙ୍କାରୁ ୪୮୦ ଟଙ୍କାକୁ ବୃଦ୍ଧି କରାଯାଇଛି। ସୂଚନାଯୋଗ୍ୟ ଯେ ପୂର୍ବରୁ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ବାବଦରେ ୭୯.୮୮ କୋଟି ଟଙ୍କା ଖର୍ଚ୍ଚ ହୋଉଥିଲା। ବର୍ଦ୍ଧିତ ରାଶି ଅନୁଯାୟୀ ଏବେ ୨୪୨.୫୬ କୋଟି ଟଙ୍କା ଖର୍ଚ୍ଚ ହେବ। ରାଜ୍ୟ ସରକାର ଏଥିପାଇଁ ୧୬୨.୬୮ କୋଟି ଟଙ୍କା ଅତିରିକ୍ତ ଖର୍ଚ୍ଚ ବହନ କରିବେ। ଏହା ବ୍ୟତିତ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପଦବୀରେ ଥିବା ସମୟରେ ବିୟୋଗ ଘଟିଲେ ଅନୁକମ୍ପମୂଳକ ସହାୟତା ରାଶି ବାବଦରେ ୨ ଲକ୍ଷ ଟଙ୍କା ମିଳିବ। ଏହା ସହିତ ଦୂର୍ଘଟଣାଜନିତ ପୂର୍ଣ୍ଣ ଅକ୍ଷମତା କ୍ଷେତ୍ରରେ (Irrecoverable Loss of both eyes, hands and feet) ୨ ଲକ୍ଷ ଟଙ୍କା ସହାୟତା ଦିଆଯିବ। ସେହିପରି ଆଂଶିକ ଅକ୍ଷମତା କ୍ଷେତ୍ରରେ (Irrecoverable Loss of one eye, one hand or one leg) ୧ ଲକ୍ଷ ଟଙ୍କା ସହାୟତା ଦିଆଯିବ।

Post Views: 49
Tags: Chief Minister's announcement: Salary and meeting allowances increased for SarpanchSamiti members
Share199Tweet124Send
Voice of Victims

Voice of Victims

Recent Posts

  • ବାଲିଅନ୍ତା ଭିଡ଼ ହିଂସା ଘଟଣା; ଅତ୍ୟନ୍ତ କ୍ଷବ୍ଧ ମୁଖ୍ୟମନ୍ତ୍ରୀ ଦେଲେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ
  • ଆସନ୍ତା ୧୧ରୁ ପୁଣି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ
  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଜୟ, ସମାରୋହରେ ରାହୁଲ ଗାନ୍ଧୀ ସାମିଲ
  • ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! ୧୧ରେ ଲଘୁଚାପ ସମ୍ଭାବନା, ୧୩ ତାରିଖ ସୁଦ୍ଧା ସ୍ପଷ୍ଟ ହେବ ଚିତ୍ର
  • ‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ ! ହାଇକୋର୍ଟଙ୍କ ଅସନ୍ତୋଷ ପରେ ତତ୍ପର ପୂର୍ତ୍ତ ବିଭାଗ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In