• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ନବୀନଙ୍କ ଘୋଷଣା : ମେୟରଙ୍କ ଦରମା ହେଲା ୫୦ ହଜାର

by Voice of Victims
March 13, 2024
in ମୁଖ୍ୟ ଖବର, ରାଜ୍ୟ
ନବୀନଙ୍କ ଘୋଷଣା : ମେୟରଙ୍କ ଦରମା ହେଲା ୫୦ ହଜାର

ଭୁବନେଶ୍ୱର: ଗତ କିଛି ଦିନ ହେଲା ବିଭିନ୍ନ ବର୍ଗର କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର କିଛି ନା କିଛି ଘୋଷଣା କରୁଛନ୍ତି । ଏହି କ୍ରମରେ  ବୁଧବାର ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ମେୟରଙ୍କ ଦରମା ୫୦ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ସେହିପରି ରାଜ୍ୟ ସରକାର ଡେପୁଟି ମେୟରଙ୍କ ଦରମା ୨୦ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି । ଏହାଛଡ଼ା ପୌରପରିଷଦ ଅଧ୍ୟକ୍ଷଙ୍କ ଦରମା ୧୫ ହଜାରକୁ ବୃଦ୍ଧି କରାଯାଇଛି ।  ସେହିପରି ପୌରପରିଷଦ ଉପାଧ୍ୟକ୍ଷ ଏଣିକି ୧୦ ହଜାର ଟଙ୍କା ପାଇବେ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି ।  ଅନ୍ୟପକ୍ଷରେ ଏନଏସି ଅଧ୍ୟକ୍ଷଙ୍କ ଦରମା ୧୦ ହଜାର ଓ ଏନଏସି ଉପାଧ୍ୟକ୍ଷଙ୍କ ଦରମା ୭ ହଜାର ୫୦୦ ଟଙ୍କାକୁ ବୃଦ୍ଧି କରାଯାଇଛି ।  ପ୍ରକାଶ ଯେ  ରାଜ୍ୟର ୫ଟି ମହାନଗର ନିଗମ, ୪୮ଟି ପୌର ପରିଷଦ ଓ ୬୮ଟି ବିଜ୍ଞପିତ ଅଞ୍ଚଳ ପରିଷଦର ମେୟର, ଡେପୁଟି ମେୟର, ଅଧ୍ୟକ୍ଷ, ଉପାଧ୍ୟକ୍ଷ, କର୍ପୋରେଟର ଓ କାଉନସିଲରଙ୍କ ପାରିତୋଷିକ ଓ ଭତ୍ତାରେ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ପଞ୍ଚମ ରାଜ୍ୟ ଅର୍ଥ କମିଶନଙ୍କ ସୁପାରିଶ ତଥା ଓଡିଶା ମ୍ୟୁନିସିପାଲ କର୍ପୋରେସନ ରୁଲ୍ସ- ୨୦୦୪ ଓ ଓଡିଶା ମ୍ୟୁନିସିପାଲିଟି ରୁଲ୍ସ-୧୯୫୩ ରେ ସଂଶୋଧନ ଆଣି ଏହି ବୃଦ୍ଧି କରାଯାଇଛି। ମହାନଗର ନିଗମମାନଙ୍କର ମେୟରମାନେ ପୂର୍ବରୁ ପାରିତୋଷିକ ଭାବରେ ୮ ହଜାର ଟଙ୍କା ପାଉଥିବା ବେଳେ ଏହାକୁ ସଂଶୋଧନ କରାଯାଇ ମାସିକ ୫୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ଡେପୁଟି ମେୟରମାନଙ୍କ ପାରିତୋଷିକ ମାସିକ ୫ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ପୌର ପରିଷଦ ଅଧ୍ୟକ୍ଷଙ୍କ ପାରିତୋଷିକ ମାସିକ ୧,୫୦୦ ରୁ  ୧୫ ହଜାର ଟଙ୍କାକୁ, ଉପଧ୍ୟକ୍ଷଙ୍କ ପାରିତୋଷିକ ମାସିକ ୧,୨୦୦ ରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଏନ୍‌.ଏ.ସି. ଅଧ୍ୟକ୍ଷମାନଙ୍କର ମାସିକ ପାରିତୋଷିକ ୧,୦୦୦ ଟଙ୍କାରୁ ୧୦ ହଜାର ଟଙ୍କାକୁ ଏବଂ ଉପାଧ୍ୟକ୍ଷଙ୍କ ମାସିକ ପାରିତୋଷିକ ୮୦୦ ରୁ ୭,୫୦୦ ଟଙ୍କାକୁ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।  ମହାନଗର ନିଗମ କର୍ପୋରେଟରମାନେ ପ୍ରତି ବୈଠକ ପାଇଁ ଭତ୍ତା ବାବଦରେ ୭,୦୦ ଟଙ୍କା ପାଉଥିବା ବେଳେ ଏବେ ଏହାକୁ ୨,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ବିଭିନ୍ନ ପୌର ପରିଷଦ ଓ ଏନ୍‌.ଏ.ସି.ର କାଉନସିଲରଙ୍କ ଭତ୍ତା ୧୫୦ ରୁ ୫୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଏତଦ୍‌ ବ୍ୟତୀତ ମହାନଗର ନିଗମର  Standing Committee ର ସଦସ୍ୟମାନଙ୍କୁ ବୈଠକ ସମୟରେ ମଧ୍ୟ ଦୈନିକ ୨୦୦ ଟଙ୍କା ଭତ୍ତା ମିଳିବ।  ପୌରାଞ୍ଚଳଗୁଡିକର ନିର୍ବାଚିତ ପ୍ରତିନିଧିମାନଙ୍କ ପାଇଁ ଅନୁକମ୍ପା ସହାୟତା  ଲାଗୁ କରାଯିବା ବିଷୟ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ମୃତ୍ୟୁ କ୍ଷେତ୍ରରେ ଏହି ସହାୟତା ରାଶି ୨ ଲକ୍ଷ ଟଙ୍କା ରଖାଯାଇଥିବା ବେଳେ ସମ୍ପୂର୍ଣ୍ଣ ଓ ଆଂଶିକ ଅକ୍ଷମତା କ୍ଷେତ୍ରରେ ଯଥାକ୍ରମେ ୨ ଲକ୍ଷ ଓ ୧ ଲକ୍ଷ ଟଙ୍କା ରଖାଯାଇଛି।  ଏଥିପାଇଁ ରାଜ୍ୟ ସରକାର ୪ କୋଟି ୭୬ ଲକ୍ଷ ୫୨ ହଜାର ଟଙ୍କା ବାର୍ଷିକ ବ୍ୟୟ ବହନ କରିବେ। ସୂଚନାଯୋଗ୍ୟ ଯେ ବର୍ତ୍ତମାନ ରାଜ୍ୟର ବିଭିନ୍ନ ମ୍ୟୁନିସିପାଲିଟି ଓ ଏନ୍‌.ଏ.ସି.ରେ ୧୬୯୬ କାଉନସିଲର ଏବଂ ମହାନଗର ନିଗମରେ ୨୪୪ଜଣ କର୍ପୋରେଟର ନିର୍ବାଚିତ ହୋଇ କାମ କରୁଛନ୍ତି।

Post Views: 30
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In