• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଜୟପୁରରେ ସ୍ପୋର୍ଟସ କମ୍ପ୍ଲେକ୍ସ ଓ ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମର ଶୁଭ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

by Voice of Victims
March 13, 2024
in ମୁଖ୍ୟ ଖବର, ରାଜ୍ୟ
ଜୟପୁରରେ ସ୍ପୋର୍ଟସ କମ୍ପ୍ଲେକ୍ସ ଓ ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମର ଶୁଭ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲ୍ଲା ଜୟପୁରଠାରେ ଏକ ଅତ୍ୟାଧୁନିକ ସ୍ପୋର୍ଟସ କମ୍ପ୍ଲେକ୍ସର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ଓଡ଼ିଶାର ୧୨ଟି ଜିଲ୍ଲାରେ ୨୬ଟି ବହୁମୁଖୀ ଇନଡୋର ଷ୍ଟାଡିୟମର ମଧ୍ୟ ଶୁଭାରମ୍ଭ କରିଛନ୍ତି । ୧୧ ଏକର ପରିମିତ ଏହି ଜୟପୁରର ସ୍ପୋର୍ଟସ କମ୍ପ୍ଲେକ୍ସରେ ଏକ ପ୍ରାକୃତିକ ଫୁଟବଲ ପଡ଼ିଆ ଓ ସିନ୍ଥେଟିକ୍ ଆଥଲେଟିକ୍ ଟ୍ରାକ୍ ରହିଛି। ୫୦୦ ଦର୍ଶକ ବସିବାର କ୍ଷମତା ରହିଛି । ଏଠାରେ ଅନ୍ତର୍ଜାତୀୟ ମାନର ଉପକରଣ ସହିତ ଏକ ଜିମ୍ନାଷ୍ଟିକ୍ ସେଣ୍ଟର, ଅଲିମ୍ପିକ୍ ଆକାରର ସୁଇମିଂ ପୁଲ୍, ଦୁଇଟି ସିନ୍ଥେଟିକ୍ ଟେନିସ୍ କୋର୍ଟ ଏବଂ ଗୋଟିଏ ବାସ୍କେଟବଲ୍ କୋର୍ଟ ରହିଛି। ସୁସ୍ଥ ଜୀବନଶୈଳୀକୁ ପ୍ରୋତ୍ସାହିତ କରିବା ଏବଂ କ୍ରୀଡ଼ା ପରିବେଶ ସୃଷ୍ଟି ଦିଗରେ ଓଡ଼ିଶା ନିଜର ପ୍ରୟାସକୁ ଅଧିକ ସୁଦୃଢ଼ କରିବା ସହିତ ୧୨ଟି ଜିଲ୍ଲାରେ ୨୬ଟି ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ କରାଯାଇଛି। ଯେଉଁଥିରେ ବ୍ୟାଡମିଣ୍ଟନ, ଟେବୁଲ ଟେନିସ, ଯୋଗ, ଚେସ୍, ଭାରୋତ୍ତୋଳନ ଓ ଜିମ୍ ଆଦି କ୍ରୀଡ଼ା ପାଇଁ ସୁବିଧା ରହିଛି। ଗାଁଠାରୁ ସହର ପର୍ଯ୍ୟନ୍ତ ରାଜ୍ୟର ସବୁ ସ୍ଥାନରେ ବୃତ୍ତିଗତ କ୍ରୀଡାର ବିକାଶ ପାଇଁ 5T ଉପକ୍ରମ ଅଧୀନରେ ଏହି ପ୍ରକଳ୍ପଗୁଡ଼ିକ କାର୍ଯ୍ୟକାରୀ କରାଯାଇଛି। ଏହି ପ୍ରକଳ୍ପ ଗୁଡିକର ଉଦ୍‌ଘାଟନ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜୟପୁରର ସ୍ପୋର୍ଟସ କମ୍ପ୍ଲେକ୍ସ କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାର ଯୁବ ପ୍ରତିଭାମାନଙ୍କୁ କ୍ରୀଡା କ୍ଷେତ୍ରରେ ଉତ୍ସାହିତ କରିବ। ଦକ୍ଷିଣ ଓଡିଶାରେ କ୍ରୀଡାର ବିକାଶ ପାଇଁ ଏହି କମ୍ପ୍ଲେକ୍ସ ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ। ସେ ଆହୁରି ମଧ୍ୟ କହିଥିଲେ ଯେ ଏକ ଦକ୍ଷ ଯୁବ ସମାଜ ଗଠନ ପାଇଁ ଆମେ କ୍ରୀଡା ଉପରେ ଅଧିକ ଗୁରୁତ୍ୱ ଦେଉଛୁ। ଏହା ଦ୍ୱାରା ଓଡିଶା ଆଜି ସାରା ବିଶ୍ୱରେ କ୍ରୀଡା କ୍ଷେତ୍ରରେ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିପାରିଛି। କ୍ରୀଡା କ୍ଷେତ୍ରରେ ଆଜି ସବୁ ରାଜ୍ୟ ଓଡିଶା ମଡେଲକୁ ଅନୁସରଣ କରୁଛନ୍ତି। ଇନ୍‌ଡୋର ଷ୍ଟାଡିୟମ ଉଦ୍‌ଘାଟନ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ସବୁ ଇନ୍‌ଡୋର ଷ୍ଟାଡିୟମ ରାଜ୍ୟରେ କ୍ରୀଡା ସଂସ୍କୃତିକୁ ଆହୁରି ଆଗକୁ ନେବ। ବିଶେଷ କରି ବୃତ୍ତିଗତ କ୍ରୀଡା କ୍ଷେତ୍ରରେ ଏହା ଆମ ପିଲାମାନଙ୍କ ପାଇଁ ବହୁ ସୁଯୋଗ ସୃଷ୍ଟି କରିବ। ଗାଁ ଓ ଛୋଟ ସହରର ପିଲାମାନେ ବହୁ ସଂଖ୍ୟାରେ ବିଭିନ୍ନ କ୍ରୀଡା ପ୍ରତିଯୋଗିତାରେ ଭାଗ ନେଇ ପାରିବେ ଏବଂ ଓଡ଼ିଶାରେ କ୍ରୀଡ଼ା ସଂସ୍କୃତିର ବିକାଶ ପାଇଁ ଆମର ପ୍ରୟାସ ଗୁଡିକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ। ଏହି ଅବସରରେ 5T ତଥା ନବୀନ ଓଡ଼ିଶାର ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଯୋଗଦେଇ କହିଥିଲେ ଯେ ଆଜି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଥିବା ସବୁ ସ୍ପୋର୍ଟସ୍ କମ୍ପ୍ଲେକ୍ସ ଗୁଡିକ ଓଡିଶାବାସୀଙ୍କ ଟଙ୍କାରେ ତିଆରି ହୋଇଛି । ଏହା ରାଜ୍ୟବାସୀଙ୍କ ସମ୍ପତ୍ତି। ଆପଣମାନଙ୍କ ସମ୍ପତ୍ତି। ଏଗୁଡିକୁ ସଠିକ୍‌ ଭାବେ ଉପଯୋଗ କରିବେ ଏବଂ ଉପଯୁକ୍ତ ରକ୍ଷଣାବେକ୍ଷଣ କରିବେ ବୋଲି ସେ ସମସ୍ତଙ୍କୁ ଅନୁରୋଧ କରିଥିଲେ। କାର୍ଯ୍ୟକ୍ରମରେ ଜୟପୁରଠାରେ ଯୋଗଦେଇ କ୍ରୀଡ଼ା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା କହିଥିଲେ ଯେ କ୍ରୀଡାକୁ ସର୍ବୋଚ୍ଚ ସ୍ତରକୁ ନେବା ପାଇଁ ରାଜ୍ୟ ସରକାର ନିରନ୍ତର ଉଦ୍ୟମ ଜାରି ରଖିଛନ୍ତି ଏବଂ ବିଭିନ୍ନ କ୍ରୀଡା ଭିତ୍ତିଭୂମି ନିର୍ମାଣ ଓ ଉନ୍ନତ ତାଲିମ ପ୍ରଦାନ ଜରିଆରେ ଓଡିଶା ଏକ କ୍ରୀଡା ପ୍ରୋତ୍ସାହକ ରାଜ୍ୟ ଭାବେ ଆଗ ଧାଡିରେ ରହି ଆସିଛି। କାର୍ଯ୍ୟକ୍ରମରେ କ୍ରୀଡ଼ା ଓ ଯୁବ ସେବା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଆର. ଭିନୀଲ କ୍ରିଷ୍ଣା ସ୍ୱାଗତ ଭାଷଣ ଦେଇ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱ ଏବଂ ଯୁଗପୋଯୋଗୀ ମାର୍ଗ ଦର୍ଶନ ପାଇଁ ଓଡିଶା ଆଜି କ୍ରୀଡା କ୍ଷେତ୍ରରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ରାଜ୍ୟରେ 5T ଉପକ୍ରମର ସଠିକ୍‌ ଅନୁପାଳନ ଯୋଗୁ ଓଡିଶା କ୍ରୀଡା ଭିତ୍ତିଭୂମି ନିର୍ମାଣ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମଧ୍ୟ ହାସଲ କରିଛି। କାର୍ଯ୍ୟକ୍ରମରେ ଜୟପୁରଠାରେ କ୍ରୀଡା ବିଭାଗର କୋଚ ଶ୍ରୀ ସୁମନ୍ତ ନାରାୟଣ ସାହୁ ତାଙ୍କ ଅଭିଜ୍ଞତା ବର୍ଣ୍ଣନା କରି କହିଥିଲେ ଯେ ଏହି ସ୍ପୋର୍ଟ୍‌ସ କମ୍ପ୍ଲେକ୍ସ ଦ୍ୱାରା ଅବିଭକ୍ତ କୋରାପୁଟ ଜିଲ୍ଲାର ବହୁ କ୍ରୀଡାବିତ ଅଭ୍ୟାସ ଜରିଆରେ ଉପକୃତ ହେବେ ଏବଂ ସେମାନେ ଜାତୀୟ ଓ ‌ଅନ୍ତର୍ଜାତୀୟ ସ୍ତରରେ ରାଜ୍ୟ ପାଇଁ ସୁନାମ ଆଣିବେ। ସେହିପରି କ୍ରୀଡାବିତ ସମର୍ପିତା ପାଣିଗ୍ରାହୀ କହିଥିଲେ ଯେ ପୂର୍ବରୁ ଆମେ ନଦୀ ପୋଖରୀରେ ସନ୍ତରଣ ଅଭ୍ୟାସ କରୁଥିଲୁ। ଏବେ ଏହି ଅତ୍ୟାଧୁନିକ ସନ୍ତରଣାଗାରରେ ଆମେ ଅଭ୍ୟାସ କରିପାରିବୁ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଏବଂ 5T ଅଧ୍ୟକ୍ଷଙ୍କୁ ଉଭୟ ଧନ୍ୟବାଦ ଓ କୃତଜ୍ଞତା ଜଣାଇଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ ଓ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। କ୍ରୀଡା ନିର୍ଦ୍ଦେଶକ ଶ୍ରୀ ସିଦ୍ଧାର୍ଥ ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

Post Views: 63
Share199Tweet125Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In