• About Us
  • Contact Us
Monday, February 9, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ସ୍ୱାଭିମାନ ଅଞ୍ଚଳରେ ନୂତନ ଶିକ୍ଷା ସୌଧ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: ଏକ ହଜାରରୁ ଅଧିକ ପିଲା ପଢିବେ ପାଠ

by Voice of Victims
March 14, 2024
in ମୁଖ୍ୟ ଖବର, ରାଜ୍ୟ
ସ୍ୱାଭିମାନ ଅଞ୍ଚଳରେ ନୂତନ ଶିକ୍ଷା ସୌଧ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: ଏକ ହଜାରରୁ ଅଧିକ ପିଲା ପଢିବେ ପାଠ

ଭୁବନେଶ୍ଵର: ଆଜି ସ୍ୱାଭିମାନ ଅଞ୍ଚଳରେ ସୃଷ୍ଟି ହୋଇଛି ଶିକ୍ଷାର ନୂତନ ଆଲୋକବର୍ତ୍ତିକା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳର ବଡପଡାଠାରେ ଏକ ଅତ୍ୟାଧୁନିକ ଶିକ୍ଷା ସୌଧ ଉଦ୍‌ଘାଟନ କରିଛନ୍ତି। ଏହି ଶିକ୍ଷା ସୌଧରେ ପ୍ରଥମରୁ ଉଚ୍ଚ ମାଧ୍ୟମିକ (ଦ୍ୱାଦଶ ଶ୍ରେଣୀ) ପର୍ଯ୍ୟନ୍ତ ପିଲାମାନେ ଗୋଟିଏ ସ୍ଥାନରେ ଶିକ୍ଷା ଲାଭ କରିପାରିବେ। ୭ ଏକର ଜମିରେ ସ୍ଥାପନ କରାଯାଇଥିବା ଏହି ଆଧୁନିକ ଶିକ୍ଷା ସୌଧ ପାଇଁ ୧୯ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଏଥିରେ ୧,୦୦୦ ରୁ ଅଧିକ ପିଲା ପାଠ ପଢିବେ। ଭବିଷ୍ୟତ ପାଇଁ ପିଲାଙ୍କୁ ପ୍ରସ୍ତୁତ କରିବାକୁ ଏଥିରେ ସମସ୍ତ ଆଧୁନିକ ସୁବିଧା ସୁଯୋଗ ରହିଛି। ସ୍ମାର୍ଟ କ୍ଲାସ ରୁମ, ୩ ହଜାର ପୁସ୍ତକ ବିଶିଷ୍ଟ ଇ-ଲାଇବ୍ରେରୀ, ଟ୍ରାଇବାଲ କର୍ଣ୍ଣର, କୁନି ପିଲାଙ୍କ ଆକ୍ଟିଭିଟି ରୁମ, ଏନ.ସି.ସି. ପ୍ରକୋଷ୍ଠ, କମ୍ପ୍ୟୁଟର ଲ୍ୟାବ, ICT Smart Learning Centre, ବିଜ୍ଞାନ ପରୀକ୍ଷାଗାର, ୨୦୦ ଆସନ ବିଶିଷ୍ଟ ଛାତ୍ରାବାସ, ୫୦୦ ଆସନ ବିଶିଷ୍ଟ ଛାତ୍ରୀନିବାସ, Amphitheatre, ସୁଦୃଶ୍ୟ ବଗିଚା, Sports Courts, Open Gym, Solar Lighting, Solar Water Supply, Water Harvesting System ଆହୁରି ଅନେକ ସୁବିଧା ରହିଛି। କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ମାଲକାନଗିରି ସବୁବେଳେ, ସବୁ କାମରେ ମୋର ପ୍ରଥମ ପସନ୍ଦ ହୋଇ ରହି ଆସିଛି। ଟଙ୍କିକିଆ ଚାଉଳ ହେଉ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ହେଉ ବା ଲକ୍ଷ୍ମୀ ଯୋଜନା- ସବୁ କାର୍ଯ୍ୟକ୍ରମ ମୁଁ ପ୍ରଥମେ ଏହିଠାରୁ ହିଁ ଆରମ୍ଭ କରି ଆସିଛି। ବଡପଡା ଶିକ୍ଷା ସୌଧ ପାଇଁ ଆନନ୍ଦ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ପିଲାମାନଙ୍କ ପାଠ ପଢାର ସୁବିଧା ତଥା ସେମାନଙ୍କ ବ୍ୟକ୍ତିତ୍ୱର ବିକାଶ ପାଇଁ ଏହି ଅନୁଷ୍ଠାନ ଗଢା ଯାଇଛି। ଏହି ସବୁ ସୁବିଧା ସହରର କୌଣସି ଆଧୁନିକ ଶିକ୍ଷା ଅନୁଷ୍ଠାନର ସୁବିଧାଠାରୁ କମ୍‌ ନୁହେଁ ବୋଲି ସେ କହିଥିଲେ। ସ୍ୱାଭିମାନ ଅଞ୍ଚଳର ପିଲାମାନେ ଏହାର ସୁଯୋଗ ନେଇ ନିଜ ପାଇଁ ଏକ ସୁନ୍ଦର ଭବିଷ୍ୟତ ଗଢିବେ ବୋଲି ସେ ଆଶା ଓ ବିଶ୍ୱାସ ପ୍ରକଟ କରିଥିଲେ। ଶୃଙ୍ଖଳା, ପ୍ରତିବଦ୍ଧତା ସହିତ କଠିନ ପରିଶ୍ରମ ଓ ନିଷ୍ଠାର ସହ କାମ କଲେ ସଫଳତାର ମାର୍ଗ ପ୍ରଶସ୍ତ ହୁଏ ବୋଲି ସେ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ। ଏହି ଶିକ୍ଷା ସୌଧରେ ଥିବା ସମସ୍ତ ସୁବିଧାର ଉପଯୋଗ କରି ନିଜର ପ୍ରତିଭାର ବିକାଶ ପାଇଁ କାମ କରିବାକୁ ସେ କହିଥିଲେ ଏବଂ ନିଜ ପରିବାର, ନିଜ ସ୍କୁଲ ଓ ନିଜ ଗାଁ ପାଇଁ ସୁନାମ ଆଣିବାକୁ ପରାମର୍ଶ ଦେଇଥିଲେ। ପିଲାଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ୫-ଟି ଉପକ୍ରମରେ ହାଇସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ପିଲାମାନଙ୍କ ମନରେ ବଡ ହେବା ପାଇଁ ଆତ୍ମବିଶ୍ୱାସ ସୃଷ୍ଟି କରିଛି। ଅନୁସୂଚିତ ଜାତି ଓ ଜନଜାତି ପିଲାମାନେ ପାଠପଢାଠାରୁ ଖେଳ ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ବହୁତ ଭଲ ପ୍ରଦର୍ଶନ କରୁଛନ୍ତି ମତ ଦେଇ ସେ ଏଥିପାଇଁ ଖୁସି ପ୍ରକାଶ କରିଥିଲେ। କାର୍ଯ୍ୟକ୍ରମରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଯୋଗଦେଇ କହିଥିଲେ ଯେ ଆଗାମୀ ଦିନରେ ସ୍ୱାଭିମାନ ଅଞ୍ଚଳରେ ଏକ ଦକ୍ଷତା ବିକାଶ କେନ୍ଦ୍ର ପ୍ରତିଷ୍ଠା କରାଯିବ। ଏହା ମାଧ୍ୟମରେ ସ୍ୱାଭିମାନ ଅଞ୍ଚଳର ଯୁବଗୋଷ୍ଠୀ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ପାଇବେ। ସେ ଆହୁରି ମଧ୍ୟ କହିଥିଲେ ଯେ ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ ମାଲକାନଗିରିରୁ ହିଁ କରାଯାଇଛି। ସ୍ୱାଭିମାନ ଅଞ୍ଚଳର ବିକାଶ ନିମନ୍ତେ ସେତୁ ଯୋଜନାର ପରିକଳ୍ପନା ଜରିଆରେ ଅଞ୍ଚଳରେ ଗମନାଗମନ, ସ୍ୱାସ୍ଥ୍ୟ ଓ ଶିକ୍ଷା ଭିତ୍ତିଭୂମିର ବିକାଶ ହୋଇପାରିଛି। କାର୍ଯ୍ୟକ୍ରମରେ ମାଲକାନଗିରି ଜିଲ୍ଲା ପରିଷଦ ସଭାପତି ସମାରୀ ଟାଙ୍ଗୁଲୁ ଏହି ଶିକ୍ଷା ସୌଧ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ୫-ଟି ଅଧ୍ୟକ୍ଷଙ୍କ ପ୍ରତ୍ୟକ୍ଷ ଉଦ୍ୟମର ଉଚ୍ଚପ୍ରଶଂସା କରିଥିଲେ। ମାଲକାନଗିରି ଜିଲ୍ଲାପାଳ ସ୍ୱାଗତ ଭାଷଣ ଦେଇଥିଲେ।

Post Views: 33
Share198Tweet124Send
Voice of Victims

Voice of Victims

Recent Posts

  • କେନ୍ଦ୍ରୀୟ ବଜେଟ୍ ଓଡ଼ିଶା ପାଇଁ ବିକାଶର ନୂତନ ଦ୍ୱାର ଖୋଲିବ: ଧର୍ମେନ୍ଦ୍ର ପ୍ରଧାନ
  • ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର, ଏହି ୧୦ ଟି ଟ୍ରେନର ଟିକେଟ୍ ଭଡ଼ା ହେବ ଶସ୍ତା
  • କାର୍ ଦୁର୍ଘଟଣାରେ ପରିବାରର ୨ ମୃତ, ୪ ଲକ୍ଷ ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ବିଜେଡିରୁ ନିଲମ୍ବିତ ହେଲେ କୃଷ୍ଣପ୍ରସାଦ ବ୍ଲକ ଅଧ୍ୟକ୍ଷ, ଦଳବିରୋଧ କାର୍ଯ୍ୟ ପାଇଁ ନିଲମ୍ବିତ
  • ଋଷିଆରେ ୪ ଭାରତୀୟ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ, ସମସ୍ତେ ଡାକ୍ତରଖାନାରେ ଭର୍ତ୍ତି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In