• About Us
  • Contact Us
Sunday, May 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଭୁଟାନ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

by Voice of Victims
March 15, 2024
in ଦେଶ ବିଦେଶ, ମୁଖ୍ୟ ଖବର
ଭୁଟାନ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତକାଲି ନୂଆଦିଲ୍ଲୀଠାରେ ଭୁଟାନର ପ୍ରଧାନମନ୍ତ୍ରୀ ମହାମହିମ ସେରିଂ ତୋଗବେଙ୍କୁ ସାକ୍ଷାତ କରିଛନ୍ତି। ପ୍ରଧାନମନ୍ତ୍ରୀ ସେରିଂ ତୋଗବେ ଏବେ ସରକାରୀ ଗସ୍ତରେ ଭାରତ ଆସିଛନ୍ତି। ୨୦୨୪ ମସିହା ଫେବୃଆରୀ ମାସରେ ଦେଶର ପ୍ରଧାନମନ୍ତ୍ରୀ ପଦରେ ଅଧିଷ୍ଠିତ ହେଲାପରେ ଏହା ତାଙ୍କର ପ୍ରଥମ ବିଦେଶ ଗସ୍ତ। ଉଭୟ ନେତା ଦ୍ୱିପାକ୍ଷିକ ସମ୍ପର୍କର ବିଭିନ୍ନ କ୍ଷେତ୍ରର କାର୍ଯ୍ୟପ୍ରଗତି ସଂପର୍କରେ ସମୀକ୍ଷା କରିଛନ୍ତି। ଏହିସବୁ କ୍ଷେତ୍ର ମଧ୍ୟରେ ଭିତ୍ତିଭୂମି ବିକାଶ, ସଂଯୋଗୀକରଣ , ଶକ୍ତି, ଜଳଶକ୍ତି କ୍ଷେତ୍ରରେ ସହଯୋଗ, ଜନଜନ ସଂପର୍କ ଓ ଭାବ ଆଦାନ ପ୍ରଦାନ ଏବଂ ବିକାଶମୂଳକ ସହଯୋଗ ଆଦି ସାମିଲ। ଭାରତ-ଭୁଟାନ ବନ୍ଧୁତାର ବିଶେଷ ଓ ସ୍ୱତନ୍ତ୍ର ସଂପର୍କକୁ ଆହୁରି ସୁଦୃଢ କରିବା ନିମନ୍ତେ ଉଭୟ ନେତା ସେମାନଙ୍କର ପ୍ରତିବଦ୍ଧତା ପ୍ରକଟ କରିଛନ୍ତି। ଭୁଟାନ ପ୍ରଧାନମନ୍ତ୍ରୀ ଭୁଟାନର ବିକାଶ କାର୍ଯ୍ୟକ୍ରମରେ ଭାରତର ନିର୍ଭରଯୋଗ୍ୟ, ବିଶ୍ୱସ୍ତ ଏବଂ ମୂଲ୍ୟବାନ ସହଭାଗିତାକୁ ଭୂୟସୀ ପ୍ରଶଂସା କରିଛନ୍ତି। ଭୁଟାନ ନରେଶଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ସେରିଂ ତୋଗବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆସନ୍ତା ସପ୍ତାହରେ ଭୁଟାନ ଗସ୍ତରେ ଯିବାପାଇଁ ଆମନ୍ତ୍ରଣ କରିଛନ୍ତି ଏବଂ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଏହି ନିମନ୍ତ୍ରଣକୁ ଗ୍ରହଣ କରିଛନ୍ତି।

Post Views: 45
Share198Tweet124Send
Voice of Victims

Voice of Victims

Recent Posts

  • ବାଲିଅନ୍ତା ଭିଡ଼ ହିଂସା ଘଟଣା; ଅତ୍ୟନ୍ତ କ୍ଷବ୍ଧ ମୁଖ୍ୟମନ୍ତ୍ରୀ ଦେଲେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ
  • ଆସନ୍ତା ୧୧ରୁ ପୁଣି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ
  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଜୟ, ସମାରୋହରେ ରାହୁଲ ଗାନ୍ଧୀ ସାମିଲ
  • ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! ୧୧ରେ ଲଘୁଚାପ ସମ୍ଭାବନା, ୧୩ ତାରିଖ ସୁଦ୍ଧା ସ୍ପଷ୍ଟ ହେବ ଚିତ୍ର
  • ‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ ! ହାଇକୋର୍ଟଙ୍କ ଅସନ୍ତୋଷ ପରେ ତତ୍ପର ପୂର୍ତ୍ତ ବିଭାଗ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In