• About Us
  • Contact Us
Thursday, September 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

କ୍ୟାବିନେଟ:ଚନ୍ଦ୍ରଶେଖରପୁରରେ ହେବ ଯାଦବ ଭବନ

by Voice of Victims
March 16, 2024
in ମୁଖ୍ୟ ଖବର, ରାଜ୍ୟ
କ୍ୟାବିନେଟ:ଚନ୍ଦ୍ରଶେଖରପୁରରେ ହେବ ଯାଦବ ଭବନ

ଭୁବନେଶ୍ୱର: ଶନିବାର ଅନୁଷ୍ଠିତ ହୋଇଛି ରାଜ୍ୟ କ୍ୟାବିନେଟ ବୈଠକ । ରାଜ୍ୟ ସରକାରଙ୍କ ପଞ୍ଚମ ପାଳିର ଏହା ଥିଲା ଶେଷ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମୋଟ ୧୪ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ନିର୍ବାଚନ ତାରିଖ ଘୋଷଣା ତଥା ଆଚରଣ ବିଧି ଲାଗୁ ପୂର୍ବରୁ ଏହା ଥିଲା ରାଜ୍ୟ କ୍ୟାବିନେଟର ଶେଷ ଗୁରୁତ୍ୱପୂର୍ଣ୍ଣ ବୈଠକ ।  ରାଜ୍ୟ ଜଳ ସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ  ଟୁକୁନି ସାହୁ,  ମୁଖ୍ୟ ଶାସନ ସଚିବ  ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ  ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପ୍ରମୁଖ ଶାସନ ସଚିବ  ସୁରେଶ କୁମାର ବଶିଷ୍ଠ  ଆଜିର କ୍ୟାବିନେଟ ବୈଠକରେ ପାରିତ ହୋଇଥିବା ୭ ଟି ବିଭିନ୍ନ ବିଭାଗର ୧୪ ଟି ପ୍ରସ୍ତାବ ଓ ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇଥିଲେ । ମନ୍ତ୍ରୀ ଟୁକୁନି ସାହୁ ଆଜିର କ୍ୟାବିନେଟ ବୈଠକରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଦେଇଥିବା ଗତ ୫ ବର୍ଷରେ ରାଜ୍ୟର ବିକାଶ ସମ୍ପକିତ ବିବୃତ୍ତି ସମ୍ପର୍କରେ ଆଲୋକପାତ କରିଥିଲେ କ୍ଷ  ତେବେ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ଅନୁଯାୟୀ ଚନ୍ଦ୍ରଶେଖରପୁରରେ ହେବ ଯାଦବ ଭବନ । ଉତ୍କଳ ଯାଦବ ମହାସଭାର ୫କୋଟି ୬୦ ଲକ୍ଷ ପ୍ରିମିୟମ ଛାଡ଼ ପାଇଁ କ୍ୟାବିନେଟ ଅନୁମୋଦନ ମିିଳିଛି। ସେହିପରି  ମହାନଦୀରେ ଆଉ ଏକ ସେତୁ ନିର୍ମାଣ କରାଯିବ । ଏହି ପ୍ରସ୍ତାବକୁ କ୍ୟାବିନେଟରେ ମଞ୍ଜୁରୀ ମିଳିଛି । ସାଲେପୁର ବ୍ଲକ ବ୍ରାହ୍ମଣଖଣ୍ଡ-ସାହୁଖେତ ରାସ୍ତାରେ ସେତୁ ନିର୍ମାଣ କରାଯିବ । ସେତୁ ନିର୍ମାଣରେ ୧୨୮ କୋଟି ଟଙ୍କା ଖର୍ଚ୍ଚ ହେବାକୁ ଥିବାବେଳେ ୩ ବର୍ଷରେ ନିର୍ମାଣ କାମ ଶେଷ କରିବାକୁ ଲକ୍ଷ୍ୟ ଧାର୍ୟ୍ୟ କରାଯାଇଛି ।   ତାଳଚେର ଫର୍ଟିଲାଇଜର ଲିମିଟେଡକୁ ୮୫୬ ଏକର ଜାଗା ପଞ୍ଜିକରଣ ହେବ। ଷ୍ଟାମ୍ପ ଭେଣ୍ଡରଙ୍କ କମିସନ ବୃଦ୍ଧି। କଟକ ଚାଉଳିଆଗଞ୍ଜରେ ହେବ ଡିଏଭି ଏସସିବି ମେଡିକାଲ ପବ୍ଲିକ ସ୍କୁଲ। ଅଢେଇ ଏକର ଜମି ବିନା ପ୍ରିମିୟମରେ ପ୍ରଦାନ କରାଯିବି। ୨୯ କୋଟି ୩୭ ଲକ୍ଷ ପ୍ରିମିୟମ ଛାଡ ପାଇଁ କ୍ୟାବିନେଟରେ ନଷ୍ପତ୍ତି ହୋଇଛି।

Post Views: 114
Share198Tweet124Send
Voice of Victims

Voice of Victims

Recent Posts

  • ସୋଆ ଆଇଡିଏସ୍ ପ୍ରଫେସର ଜାତୀୟ ସଂସ୍ଥାର ସଭାପତି ନିର୍ବାଚିତ
  • କାର୍ଯ୍ୟକାରୀ ହେଲା ବହୁ ପ୍ରତୀକ୍ଷିତ ନୟାଗଡ଼-ଶରଣକୁଳ-ଓଡ଼ଗାଁ ନୂତନ 33 କେଭି ଲାଇନ, ସୁଇଚ ଟିପି ଜିଲ୍ଲାପାଳ କଲେ ଲୋକାର୍ପଣ, ଉପକୃତ ହେବେ 50 ହଜାର ବିଦ୍ୟୁତ ଉପଭୋକ୍ତା
  • ବିହାର ସମସ୍ତିପୁରରେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ; ଭିଡିଓ ଭାଇରାଲ, ୪ ଅଭିଯୁକ୍ତ ଗିରଫ
  • ଚଳନ୍ତା ବସରେ ଭୟଙ୍କର ଅଗ୍ନିକାଣ୍ଡ, ୯ ମୃତ
  • କଟକରେ ପନିରକୁ ନେଇ ବଡ଼ ଖୁଲାସା, ମିଶୁଛି ମଇଦା ଓ ଡିଟରଜେଣ୍ଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In