• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବିଜେଡିକୁ ଝଟକା, ଦଳ ଛାଡିଦେଲେ ସବୁ ସିନେ ଷ୍ଟାର୍‌

by Voice of Victims
March 30, 2024
in ମୁଖ୍ୟ ଖବର, ରାଜ୍ୟ
ବିଜେଡିକୁ ଝଟକା, ଦଳ ଛାଡିଦେଲେ ସବୁ ସିନେ ଷ୍ଟାର୍‌

ଭୁବନେଶ୍ୱର: ଓଡ଼ିଆ ସିନେ ଜଗତର ୪ ହିରୋ ବିଜେଡି ଛାଡି ଦେଇଛନ୍ତି। ସେମାନେ ହେଲେ ସିଦ୍ଧାନ୍ତ ମହାପାତ୍ର, ଅନୁଭବ ମହାନ୍ତି, ଆକାଶ ଦାସ ନାୟକ ଓ ଅରିନ୍ଦମ ରାୟ। ଏମାନଙ୍କ ମଧ୍ୟରୁ ଦୁଇ ଜଣ ଭାଜପାରେ ଯୋଗ ଦେଇ ସାରିଥିବା ବେଳେ ଆଉ ଦୁଇ ଜଣ ଆଜି ଦଳରୁ ଇସ୍ତଫା ଦେଇଛନ୍ତି। ଅରିନ୍ଦମ ରାୟ ମାର୍ଚ୍ଚ ୧୫ ତାରିଖରେ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିବା ବେଳେ ଦୁଇ ଦିନ ତଳେ ସିଦ୍ଧାନ୍ତ ମହାପାତ୍ର ବିଜେଡି ଛାଡି ଭାଜପାରେ ମିଶିଥିଲେ। ସିଦ୍ଧାନ୍ତ ମହାପାତ୍ର ଦୁଇ ଥର ବିଜେଡି ଟିକେଟରେ ଲୋକ ସଭାକୁ ନିର୍ବାଚିତ ହୋଇଛନ୍ତି। ୨୦୦୯ ଓ ୨୦୧୪ରେ ସେ ବ୍ରହ୍ମପୁର ଲୋକ ସଭା ଆସନରୁ ନିର୍ବାଚିତ ହୋଇଥିଲେ। ୨୦୧୯ରେ ଦଳ ଆଉ ତାଙ୍କୁ ଟିକେଟ ଦେଇ ନ ଥିଲା। ଆଜି ଆକାଶ ଦାସ ନାୟକ ଓ ଅନୁଭବ ମହାନ୍ତି ବିଜେଡିରୁ ଇସ୍ତଫା ଦେଇଛନ୍ତି। ଆକାଶ ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ କୋରେଇର ବିଧାୟକ ଥିଲେ। ୨୦୧୯ରେ ବିଜେଡି ତାଙ୍କୁ ଟିକେଟ ଦେଇ ନ ଥିଲା। ଯାହାକୁ ନେଇ ସେ ଅସନ୍ତୋଷ ଥିଲେ। ତେଣୁ ତାଙ୍କୁ ଦଳ ଅଶଦେଖା କରୁଥିବା ନେଇ ସେ ଇସ୍ତଫା ଦେଇଥିବା କହିଛନ୍ତି। ସେହିପରି ୨୦୧୯ରେ କେନ୍ଦ୍ରାପଡାରୁ ଏମ୍‌ପି ହୋଇଥିବା ଅନୁଭବ ମହାନ୍ତି ମଧ୍ୟ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଅନେକ ଦିନ ହେବ ସେ ବିଜେଡି ଛାଡିବା ନେଇ ଚର୍ଚ୍ଚା ହେଉଥିଲା। ଅନୁଭବ ତାଙ୍କ ଇସ୍ତଫାପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି।

Post Views: 38
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In