• About Us
  • Contact Us
Friday, May 8, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବିଜେପି କାର୍ଯ୍ୟାଳୟରେ ହଙ୍ଗାମା କଲେ ଖୋର୍ଦ୍ଧା କର୍ମୀ

by Voice of Victims
March 30, 2024
in ମୁଖ୍ୟ ଖବର, ରାଜ୍ୟ
ବିଜେପି କାର୍ଯ୍ୟାଳୟରେ ହଙ୍ଗାମା କଲେ ଖୋର୍ଦ୍ଧା କର୍ମୀ

ଭୁବନେଶ୍ବର: ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀର କର୍ମୀମାନେ ହଙ୍ଗାମା କରିଛନ୍ତି। ଦଳିୟ କାର୍ଯ୍ୟାଳୟରେ ଏକ କାର୍ଯ୍ୟକ୍ରମ ଚାଲିଥିବା ବେଳେ ଖୋର୍ଦ୍ଧାର ବିଜେପି ନେତା କାଳୁ ଖଣ୍ଡାତରାୟଙ୍କ ସମର୍ଥକମାନେ ସେଠାକୁ ଧସେଇ ପଶିଥିଲେ। ମଞ୍ଚ ଉପକୁ ଚଢିଯାଇ ଅପରାଜିତାଙ୍କ ବିରୋଧରେ ସ୍ଲୋଗାନମାନ ଦେଉଥିଲେ। ଏପରିକି ସେଠାରେ ଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମଧ୍ୟ ଠେଲାପେଲା କରିଥିଲେ। ପରବର୍ତ୍ତି ସମୟରେ ବିଜେପି ମୁଖପାତ୍ର ସୋନାଲି ସାହୁଙ୍କୁ ମଧ୍ୟ କର୍ମିମାନେ ଘେରିଯାଇଥିଲେ। ଉଭୟ ସୋନାଲି ଏବଂ ପ୍ରଶାନ୍ତ ଜଗଦ୍ଦେବ ଉତ୍ୟେକ୍ତ କର୍ମିଙ୍କୁ ବୁଝାସୁଝା କରିବାକୁ ଚେଷ୍ଠା କରିଥିଲେ। ହେଲେ ଦୀର୍ଘ ସମୟ ଧରି ସେମାନେ ଉଭୟଙ୍କ ଚାରିପଟେ ଘେରି ରହିଥିଲେ। ଏପରି ପରିସ୍ଥିତି ଦେଖି ସେଠାରେ ରାଜ୍ୟ ସଭାପତି, ସାଂସଦ ଅପରାଜିତା ଷଡଙ୍ଗୀ ପ୍ରମୁଖ ତୁଙ୍ଗ ନେତା ଥିଲେ ମଧ୍ୟ କେହି ଆସି ନ ଥିଲେ। ତେବେ ଘଟଣାରୁ ପ୍ରକାଶ ଯେ, ସାଂସଦ ଅପରାଜିତା ଷଡଙ୍ଗୀ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳି ଅନ୍ତର୍ଗତ ଏକ ସ୍ଥାନରେ ଦଳିୟ ସଭା କରିଥିଲେ। ସେଠାରେ ବିଜେପି ନେତା ପ୍ରଶାନ୍ତ ଜଗଦ୍ଦେବ ମଧ୍ୟ ଉପସ୍ଥିତ ଥିଲେ। ସେହି ସଭାରେ ଅପରାଜିତା ଘୋଷଣା କରିଥିଲେ ଯେ, ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବ ବିଧାୟକ ପ୍ରାର୍ଥୀ ହେବେ। ଏହାର ଏକ ଭିଡିଓ ଭାଇରାଲ ହେବା ପରେ କାଳୁ ଖଣ୍ଡାୟତରାୟ କର୍ମି ଉତ୍ୟେକ୍ତ ହୋଇ ଉଠିଥିଲେ। ସେମାନେ ପ୍ରଥମେ ଖୋର୍ଦ୍ଧା ବିଜେପି କାର୍ଯ୍ୟାଳୟରେ ହାଙ୍ଗାମା କରିବା ପରେ ଭୁବନେଶ୍ବର ଆସି ରାଜ୍ୟ କାର୍ଯ୍ୟାଳୟରେ ମଧ୍ୟ ଗଣ୍ଡଗୋଳ କରିଥିଲେ। ପରିସ୍ଥିତିକୁ ଶାନ୍ତ କରିବା ପାଇଁ ପ୍ରଶାନ୍ତ ଜଗଦ୍ଦେବ ଘୋଷଣା କରିଥିଲେ ଯେ, ଖୋର୍ଦ୍ଧାରୁ କାଳୁଖଣ୍ଡାୟତ ରାୟ ଲଢେଇ କରିବେ। ମୁଁ ଯେତେବେଳେ ଦଳରେ ସାମିଲି ହେଲି ସେତେବେଳେ କୌଣସି ସର୍ତ୍ତ ରଖି ନାହିଁ। ଦଳରେ ଯୋଗଦେବା ପୂର୍ବରୁ କାଳୁଭାଇଙ୍କ ସହିତ କଥା ହୋଇଥିଲି। ସେ ମୋତେ ଆଣି ଦଳରେ ମିଶାଇଛନ୍ତି। ସେ ନିର୍ବାଚନ ଲଢନ୍ତୁ, ମୁଁ ତାଙ୍କୁ ସଂପୂର୍ଣ୍ଣ ସହଯୋଗ କରିବି ବୋଲି ପ୍ରଶାନ୍ତ ଜଗଦ୍ଦେବ କହିଥିଲେ। ଏହି ହାଙ୍ଗାମା ବେଳେ ଖୋଦ କାଳୁ ଖଣ୍ଡାୟତରାୟ ମଧ୍ୟ ସେଠାରେ ଉପସ୍ଥିତ ଥିଲେ। ସେ ଦାବୀ କରିଥିଲେ ଯେ, ମୁଁ ଦୀର୍ଘ ବର୍ଷ ଧରି ଖୋର୍ଦ୍ଧାରେ ସଂଗଠନକୁ ମଜବୁତ କରି ରଖିଛି। ସବୁ ବୁଥରେ କର୍ମି ତିଆରି କରିଛି। ଏତେ ବର୍ଷ ଧରି ପରିଶ୍ରମ କରିବା ପରେ ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବ ପ୍ରାର୍ଥୀ ହେବେ ବୋଲି କାହିଁକି କୁହାଯାଉଛି ବୋଲି ସେ ପ୍ରଶ୍ନ କରିଥିଲେ। ବହୁ ବୁଝାବୁଝି ପରେ କାଳୁ ଖଣ୍ଡାୟତରାୟଙ୍କ କର୍ମିମାନେ ଥଣ୍ଡା ପଡିଥିଲେ।

Post Views: 42
Share199Tweet124Send
Voice of Victims

Voice of Victims

Recent Posts

  • ବିଜୟଙ୍କ ଟିଭିକେକୁ ସମର୍ଥନ ଜଣାଇଲା ସିପିଆଇ, ସିପିଏମ୍ ଏବଂ ଭିସିକେ, ମୁଖ୍ୟମନ୍ତ୍ରୀ ହେବ ବିଜୟ
  • ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବେ ଶୁଭେନ୍ଦୁ ଅଧିକାରୀ, ଆସନ୍ତାକାଲି ୧୧ଟାରେ ଶପଥ ଗ୍ରହଣ
  • ବେଙ୍ଗଲରେ ପରାଜୟ ପରେ ମମତାଙ୍କୁ ଭେଟିଲେ ଅଖିଳେଶ, ବଢାଇଲେ ମନୋବଳ
  • ବିଜେପି ସରକାର ଓଡ଼ିଶା ପାଇଁ ବଡ଼ ବୋଝ କହିଲେ ନବୀନ
  • ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In