• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଗ୍ରୀଷ୍ମପ୍ରବାହ ପ୍ରତି ସତର୍କ ରହିବାକୁ ଏସ୍‌ଆରସିଙ୍କ ନିର୍ଦ୍ଦେଶ

by Voice of Victims
March 30, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଗ୍ରୀଷ୍ମପ୍ରବାହ ପ୍ରତି ସତର୍କ ରହିବାକୁ ଏସ୍‌ଆରସିଙ୍କ ନିର୍ଦ୍ଦେଶ

heat wave in the city and hand showing thermometer for high temperature

ଭୁବନେଶ୍ୱର: ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହକୁ ଆଖି ଆଗରେ ରଖି ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷାପୂର୍ବକ କିପରି ଏହାର ପ୍ରତିକାର ଓ ମୁକାବିଲା କରାଯାଇ ପାରିବ ଏ ସଂପର୍କରେ ସ୍ୱତନ୍ତ୍ର ରିଲିଫ୍ କମିଶନର ସତ୍ୟବ୍ରତ ସାହୁଙ୍କ ପକ୍ଷରୁ ସମସ୍ତ ବିଭାଗକୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।
ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ଓ ଗୃହନିର୍ମାଣ ଓ ନ ଗର ଉନ୍ନୟନ ବିଭାଗ ପକ୍ଷରୁ ବିଭନ୍ନ ଗ୍ରାମ, ପଡ଼ା ଓ ୱାର୍ଡରେ ଜଳସଂକଟ ଥିବା ଅଞ୍ଚଳକୁ ଚିହ୍ନଟ କରିବା ସହ ପାନୀୟ ଜଳ ଯୋଗାଣ ସୁନିଶ୍ଚିତ କରିବା ପାଇଁ ୱାଟର ଟ୍ୟାଙ୍କର ମାଧ୍ୟମରେ ଜଳ ଯୋଗାଇଦେବାକୁ କୁହାଯାଇଛି । ବଜାରଘାଟ, ବସ୍‌ଷ୍ଟାଣ୍ଡ ଓ ଅନ୍ୟ ଜନଗହଳିପୂର୍ଣ୍ଣ ସ୍ଥାନଗୁଡ଼ିକରେ ପାନୀୟ ଜଳ ସେବା କେନ୍ଦ୍ର ଓ ଜଳଛତ୍ର ଖୋଲିବାକୁ ନିର୍ଦ୍ଦେଶ ହୋଇଛି । ଜଳସଂପଦ ବିଭାଗ ପକ୍ଷରୁ ଜଳଭଣ୍ଡାରଗୁଡ଼ିକରୁ କେନାଲକୁ ଆବଶ୍ୟକ ଜଳ ଯୋଗାଇ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ମତ୍ସ୍ୟପାଳନ ଓ ପଶୁସଂପଦ ବିକାଶ ବିଭାଗ ପକ୍ଷରୁ ବୁଲା ପଶୁ ଗୋରୁଗାଈମାନଙ୍କ ପାଇଁ ପିଇବା ପାଇଁ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ବିଦ୍ୟାଳୟ, ମହାବିଦ୍ୟାଳୟ, ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକ ପରିସରରେ ଥିବା ଅଚଳ ନଳକୂପଗୁଡ଼ିକ ସଜାଡ଼ିବା ସହ ପ୍ରଚୁର ପରିମାଣର ଓଆରଏସ୍ ମହଜୁଦ ରଖିବା ସହ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଖରା ସମୟରେ ବାହ୍ୟ କାର୍ଯ୍ୟକଳାପକୁ ନିଷିଦ୍ଧ କରାଯାଇଛି । ବିଦ୍ୟାଳୟର ସମୟ, ଗ୍ରୀଷ୍ମ ପ୍ରବାହର ଆଗୁଆ ସୂଚନା ଅନୁସାରେ ପରିବର୍ତ୍ତନ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି । ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ କେବଳ ସକାଳବେଳା ଖୋଲା ରଖିବା ସହ ପାନୀୟ ଜଳ ବ୍ୟବସ୍ଥା ଓ ଆବଶ୍ୟକ ପରିମାଣର ଓଆରଏସ୍ ପ୍ୟାକେଟ୍ ଆଶା ଓ ଅଙ୍ଗନବାଡ଼ି କର୍ମୀମାନଙ୍କୁ ଯୋଗାଇଦେବା ପାଇଁ ମହିଳା ଓ ଶିଶୁ ବିକାଶ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ଜିଲ୍ଲା ସଦର ମହକୁମା ଚିକିତ୍ସାଳୟଗୁଡ଼ିକରେ ଅଂଶୁଘାତ ରୋଗୀମାନଙ୍କର ଚିକିତ୍ସାର ବ୍ୟବସ୍ଥା କରିବା ସହ ଜୀବନ ରକ୍ଷାକାରୀ ଔଷଧ, ସାଲାଇନ୍ ଓ ଓଆରଏସ୍ ମହଜୁଦ୍ ରଖିବାକୁ କୁହାଯାଇଛି । ଜନସାଧାରଣଙ୍କ ମଧ୍ୟରେ ଅଂଶୁଘାତଜନିତ ସଚେତନତା ପାଇଁ ପ୍ରଚାର ବ୍ୟବସ୍ଥା କରିବା ଓ ଜିଲ୍ଲାସ୍ତରୀୟ ମେଡ଼ିକାଲ ଅଫିସର ଓ ଅନ୍ୟ ସମସ୍ତ ମେଡ଼ିକାଲ ଅଫିସରମାନଙ୍କୁ ରାଜ୍ୟର ୩୭୭ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅଂଶୁଘାତ ଓ ଗ୍ରୀଷ୍ମପ୍ରବାହଜନିତ ସ୍ୱାସ୍ଥ୍ୟ ପରିଚାଳନା କ୍ଷେତ୍ରରେ ତାଲିମ ଦିଆଯିବ । ଏଥି ପାଇଁ ଓସ୍‌ଡମା ପକ୍ଷରୁ ପାଣ୍ଠି ଯୋଗାଇ ଦିଆଯିବ । ଏ ସଂପର୍କରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ ଓସ୍‌ଡମାକୁ ନିର୍ଦ୍ଦେଶ ଦିଆଯାଇଛି ।
ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଖରା ସମୟରେ ବସ ଚଳାଚଳ ସମୟ ପରିବର୍ତ୍ତନ ସହ ଯାତ୍ରୀମାନଙ୍କ ପାଇଁ ପାନୀୟ ଜଳ, ପ୍ରାଥମିକ ଚିକିତ୍ସା ବାକ୍ସର ବ୍ୟବସ୍ଥା କରିବା ପାଇଁ ବାଣିଜ୍ୟ ଓ ପରିବହନ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି । ନିର୍ମାଣ ଶ୍ରମିକମାନଙ୍କୁ କାର୍ଯ୍ୟକ୍ଷେତ୍ର ସ୍ଥଳରେ ପାନୀୟ ଜଳ ସହ ଆଶ୍ରୟ ବ୍ୟବସ୍ଥା କରିବା ଓ ଖରା ସମୟରେ ଗ୍ରୀଷ୍ମପ୍ରବାହକୁ ଆଖି ଆଗରେ ରଖି କାର୍ଯ୍ୟ ସମୟରେ ପରିବର୍ତ୍ତନ କରିବା ପାଇଁ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି । ଗ୍ରୀଷ୍ମପ୍ରବାହ ସମୟରେ ନିରବଚ୍ଛିନ୍ନ ବିଦ୍ୟୁତ ସଂଚାର ବ୍ୟବସ୍ଥାକୁ ସୁନିଶ୍ଚିତ କରିବା ପାଇ ଶକ୍ତି ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି । ଜଙ୍ଗଲ ଅଗ୍ନିକୁ ରୋକିବା ଓ ପ୍ରତିହତ କରିବା ପାଇଁ ବିଭିନ୍ନ ଗୋଷ୍ଠୀ ମଧ୍ୟରେ ସଚେତନତା ସୃଷ୍ଟି କରିବା ସହ ବନାଗ୍ନିଦାଉରୁ ବନ୍ୟପ୍ରାଣୀ, ପକ୍ଷୀମାନଙ୍କୁ ରକ୍ଷା କରିବା ପାଇଁ ସ୍ଥାନୀୟ ଗୋଷ୍ଠୀ, ବନ ସୁରକ୍ଷା ସମିତି, ପଞ୍ଚାୟତିରାଜ ସଭ୍ୟ ଓ ସ୍ୱୟଂସହାୟକ ଗୋଷ୍ଠୀଗୁଡ଼ିକୁ ଏଥିରେ ଭାଗୀଦାର କରିବା ସହ ଚିଡ଼ିଆଖାନାଗୁଡ଼ିକୁ ବନ୍ୟପ୍ରାଣୀଙ୍କ ପାଇଁ ପିଇବା ପାଣି ଯୋଗାଇଦେବା ଓ ସହରାଞ୍ଚଳରେ ବନୀକରଣ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦିଆଯାଇଛି ।
ଥଣ୍ଡାଛାତ କାରିଗରୀ ବିଦ୍ୟାର ପ୍ରସାର ସଂପର୍କରେ ଜନସଚେତନତା ସୃଷ୍ଟି ଓ ଛାତ ଉପରେ ଧଳା ରଙ୍ଗର ଆସ୍ତରଣ ଦେବା ଦ୍ୱାରା ଘର ଭିତର କିପରି ଥଣ୍ଡା ରହିପାରିବ ଓ ରାଜ୍ୟ, ଜିଲ୍ଲାସ୍ତରରୁ ଆରମ୍ଭ କରି ନଗର ଉତ୍ତାପ ଆକ୍ସନ୍ ପ୍ଲାନ୍‌କୁ କିପରି ଉନ୍ନତିକରଣ କରାଯାଇ ରାଜ୍ୟରେ ଗ୍ରୀଷ୍ମପ୍ରବାହଜନିତ ପ୍ରଭାବ ମୁକାବିଲା ପରିଚାଳନା କରାଯାଇପାରିବ ଏ କ୍ଷେତ୍ରରେ ଓସ୍‌ଡମାକୁ ନିର୍ଦ୍ଦେଶ ଦିଆଯାଇଛି । ଗ୍ରୀଷ୍ମପ୍ରବାହ ସମୟରେ ଅଂଶୁଘାତ ସମ୍ବନ୍ଧୀୟ ଜୀବନହାନିକୁ ଏଡ଼ାଇବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିବା ପାଇଁ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

Post Views: 34
Share200Tweet125Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In