• About Us
  • Contact Us
Sunday, August 9, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ବିଜେଡ଼ିରେ ମିଶିଲେ ଜର୍ଜ ତିର୍କୀଙ୍କ ପୁଅ ରୋହିତ ଯୋଶେଫ ତିର୍କୀ, ଗତଥର ଥିଲେ କଂଗ୍ରେସ ପ୍ରାର୍ଥୀ

by Voice of Victims
April 4, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ବିଜେଡ଼ିରେ ମିଶିଲେ ଜର୍ଜ ତିର୍କୀଙ୍କ ପୁଅ ରୋହିତ ଯୋଶେଫ ତିର୍କୀ, ଗତଥର ଥିଲେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର: ୨୦୧୯ ସାଧାରଣ ନିର୍ବାଚନର ବୀରମିତ୍ରପୁର ନିର୍ବାଚନମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ଜର୍ଜ ତିର୍କୀଙ୍କ ପୁଅ ରୋହିତ ଯୋଶେଫ ତିର୍କୀ ଆଜି ଶଙ୍ଖଭବନ ଠାରେ  ମନ୍ତ୍ରୀ ସାରଦା ନାୟକ ଓ ପ୍ରୀତିରଞ୍ଜନ ଘଡ଼ାଇ, ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ରୋହିତ ଯୋଶେଫ ତିର୍କୀଙ୍କୁ ଶ୍ରୀ ନାୟକ, ଶ୍ରୀ ଘଡ଼ାଇ ଓ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଆଜି ଯୋଶେଫ ତିର୍କୀଙ୍କ ଯୋଗଦାନ ଫଳରେ ବିଶେଷକରି ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ନାୟକ, ଶ୍ରୀ ଘଡ଼ାଇ ଓ ଡକ୍ଟର ପାତ୍ର କହିଥିଲେ। ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ପୂର୍ବତନ କଂଗ୍ରେସ ବିଧାୟକ ପ୍ରାଥୀଁ ରୋହିତ ଯୋଶେଫ ତିର୍କୀ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ବିକାଶମୂଳକ କାର୍ଯ୍ୟକୁ ଲୋକଙ୍କ ପାଖରେ ପହଞ୍ଚାଇବି। ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି। ଦଳରେ ମୋତେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି। ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

Post Views: 50
Share198Tweet124Send
Voice of Victims

Voice of Victims

Recent Posts

  • ଭୁବନେଶ୍ବରରେ ତ୍ରିରଙ୍ଗା ପଦଯାତ୍ରା, ସାମିଲ ହେଲେ ମୁଖ୍ୟମନ୍ତ୍ରୀ
  • ଖୋଲିଲା ହୀରାକୁଦର ଆଉ ୪ ଗେଟ୍, ୧୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ
  • ଯୁବକଙ୍କୁ ଧକ୍କା ଦେଲା କଶ୍ମୀର ଉପମୁଖ୍ୟମନ୍ତ୍ରୀଙ୍କ କାରକେଡ୍, ଯୁବକଙ୍କ ମୃତ୍ୟୁ
  • ଫୁକେଟ୍-ଦିଲ୍ଲୀ ବିମାନରେ ଭୟଙ୍କର ଟର୍ବୁଲାନ୍ସ ଘଟଣା, ପାଇଲଟଙ୍କ ଡୋପ୍ ଟେଷ୍ଟ ପଜେଟିଭ୍
  • ମୋଦିଙ୍କୁ ଫୋନ୍ କଲେ ଜେଡି ଭାନ୍ସ, ଆହୁରି ମଜଭୁତ ହେବ ଭାରତ-ଆମେରିକା ସମ୍ପର୍କ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In