• About Us
  • Contact Us
Friday, May 8, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବିଜେଡ଼ିରେ ଯୋଗଦେଲେ ବିଜେପି ନେତା ରାମଚନ୍ଦ୍ର ପାଙ୍ଗୀ ଓ କଂଗ୍ରେସ ନେତା ଅଭିରାମ ହନ୍ତାଳ

by Voice of Victims
April 4, 2024
in ମୁଖ୍ୟ ଖବର, ରାଜ୍ୟ
ବିଜେଡ଼ିରେ ଯୋଗଦେଲେ ବିଜେପି ନେତା ରାମଚନ୍ଦ୍ର ପାଙ୍ଗୀ ଓ କଂଗ୍ରେସ ନେତା ଅଭିରାମ ହନ୍ତାଳ

ଭୁବନେଶ୍ୱର: କୋରାପୁଟ ଜିଲ୍ଲା ଅନ୍ତର୍ଗତ ପଟ୍ଟାଙ୍ଗୀ ନିର୍ବାଚନମଣ୍ଡଳୀର ୨୦୧୯ ସାଧାରଣ ନିର୍ବାଚନର ବିଜେପି ବିଧାୟକ ପ୍ରାର୍ଥୀ ରାମଚନ୍ଦ୍ର ପାଙ୍ଗୀ ଓ କଂଗ୍ରେସ ନେତା ଅଭିରାମ ହନ୍ତାଳଙ୍କ ସମେତ ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର, ନବରଙ୍ଗପୁର ଜିଲ୍ଲା ପର୍ଯ୍ୟବେକ୍ଷକ ଈଶ୍ୱର ପାଣିଗ୍ରାହୀ, ପୂର୍ବତନ ବିଧାୟକ ତଥା ୨୦୨୪ ସାଧାରଣ ନିର୍ବାଚନର ପଟ୍ଟାଙ୍ଗୀ ବିଧାୟକ ପ୍ରାର୍ଥୀ ପ୍ରଫୁଲ୍ଲ ପାଙ୍ଗୀଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ବିଜେପି ନେତା ରାମଚନ୍ଦ୍ର ପାଙ୍ଗୀ ଓ କଂଗ୍ରେସ ନେତା ଅଭିରାମ ହନ୍ତାଳଙ୍କ ସହ ଶତାଧିକ ବିଜେପି ଓ କଂଗ୍ରେସ କର୍ମୀଙ୍କୁ ଡକ୍ଟର ପାତ୍ର, ଶ୍ରୀ ପାଣିଗ୍ରାହୀ ଓ ଶ୍ରୀ ପାଙ୍ଗୀ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି ବିଜେପି ଓ କଂଗ୍ରେସ କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ପଟ୍ଟାଙ୍ଗୀ ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର, ଶ୍ରୀ ପାଣିଗ୍ରାହୀ ଓ ଶ୍ରୀ ପାଙ୍ଗୀ କହିଥିଲେ । ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବିଜେପି ନେତା ରାମଚନ୍ଦ୍ର ପାଙ୍ଗୀ ଓ କଂଗ୍ରେସ ନେତା ଅଭିରାମ ହନ୍ତାଳ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ । ନୂତନ ଓଡ଼ିଶା ଗଠନ ଦିଗରେ ମୁଖ୍ୟମନ୍ତ୍ରୀ ଆମକୁ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବୁ । ଦଳରେ ଆମକୁ ଓ ଆମ ସହ ଯୋଗ ଦେଇଥିବା ସମସ୍ତ ବିଜେପି ଓ କଂଗ୍ରେସ କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ । ଏହି ମିଶ୍ରଣ ପର୍ବରେ କଂଗ୍ରେସର ଶ୍ୟାମ ହନ୍ତାଳ, ହରିରାମ ଖୋରା, ସୋମୁ ଶିଶା, ପିଟୁ ଖୋରା, ଧୋନୁ ଘୁଣ୍ଠା, ବୀରେନ୍ଦ୍ର ଘୁଣ୍ଠା, ବିଜୟ ହନ୍ତାଳ, ନୋନା ମୋଣ୍ଡ, ମନୋଜ ଦୁରିଆ, ବିଜେପି ନେତା ଦାମୋଦର ସେଠୀ, ନାଗେଶ୍ୱର ପୂଜାରୀ, ନକୁଳ ନାୟକ, ଉପେନ୍ଦ୍ର ହନ୍ତାଳ, ଶ୍ୟାମସୁନ୍ଦର ଘୁଣ୍ଠା, ଉଗ୍ରେସେନ ପେଟିଆ, ମୁକୁନ୍ଦ ଘୁଙ୍ଗୋ, ପର୍ଶୁରାମ ପାଙ୍ଗୀ, ଜଗତରାୟ ଖିଲୋ, ରାମ ଦାସ ଖମୁନ୍ଦୁ, ଦାଶରଥୀ ଖିଲୋ, ପର୍ଶୁରାମ ପାଙ୍ଗୀ, ରାଜେନ୍ଦ୍ର ପ୍ରଧାନ, ଗୁନା ପାଙ୍ଗୀଙ୍କ ସହ ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ । ଏହି ମିଶ୍ରଣ ପର୍ବରେ ଅନ୍ୟମାନଙ୍କ ମଧ୍ୟରେ ପଟ୍ଟାଙ୍ଗୀ ନିର୍ବାଚନମଣ୍ଡଳୀ ପର୍ଯ୍ୟବେକ୍ଷକ ବାଲା ରାୟ ଉପସ୍ଥିତ ଥିଲେ । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Post Views: 43
Share199Tweet125Send
Voice of Victims

Voice of Victims

Recent Posts

  • ବିଜୟଙ୍କ ଟିଭିକେକୁ ସମର୍ଥନ ଜଣାଇଲା ସିପିଆଇ, ସିପିଏମ୍ ଏବଂ ଭିସିକେ, ମୁଖ୍ୟମନ୍ତ୍ରୀ ହେବ ବିଜୟ
  • ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବେ ଶୁଭେନ୍ଦୁ ଅଧିକାରୀ, ଆସନ୍ତାକାଲି ୧୧ଟାରେ ଶପଥ ଗ୍ରହଣ
  • ବେଙ୍ଗଲରେ ପରାଜୟ ପରେ ମମତାଙ୍କୁ ଭେଟିଲେ ଅଖିଳେଶ, ବଢାଇଲେ ମନୋବଳ
  • ବିଜେପି ସରକାର ଓଡ଼ିଶା ପାଇଁ ବଡ଼ ବୋଝ କହିଲେ ନବୀନ
  • ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In