• About Us
  • Contact Us
Friday, May 8, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ନାମକୁ ମାତ୍ର ଲଢିବ ଓଡ଼ିଶା କଂଗ୍ରେସ୍‌

by Voice of Victims
April 9, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ନାମକୁ ମାତ୍ର ଲଢିବ ଓଡ଼ିଶା କଂଗ୍ରେସ୍‌

ଭୁବନେଶ୍ବର: ରଜ୍ୟରେ କଂଗ୍ରେସର ନେତାମାନଙ୍କ ସ୍ଥିତିକୁ ଦେଖିଲେ ଯାହା ଜଣାପଡ଼ୁଛି, ଚଳିତ ନିର୍ବାଚନରେ ଦଳ ଜିତିବା ପାଇଁ ନୁହେଁ କେବଳ ନିଜ ନାମ ରକ୍ଷା କରିବା ପାଇଁ ନିର୍ବାଚନ ଲଢ଼ିବ ବୋଲି ଆଲୋଚନା ହେଉଛି। କାରଣ କଂଗ୍ରେସ ନେତାମାନେ ଏବେ ରାଜ୍ୟର ଶାସନ କ୍ଷମତାେର ଥିବା ବିଜେଡି ଓ ମୁଖ୍ୟ ବିରୋଧୀ ଦଳ ବିଜେପିରେ ଯୋଗ ଦେଇ ପ୍ରାର୍ଥୀ ହେବାରେ ସଫଳ ହେଉଛନ୍ତି।
                              ରାଜ୍ୟ କଂଗ୍ରେସର ନେତାମାନେ ଜାଣଗଲେଣି ଯେ ସେମାନେ କଂଗ୍ରେସରେ ରହିଲେ ନିର୍ବାଚନ ଜିତିପାରିବେ ନାହିଁ। ତେଣୁ ସେମାନେ ନିଜ ଭବସିଷ୍ୟତକୁ ସୁରକ୍ଷିତ କରିବା ପାଇଁ ଉପରୋକ୍ତ ଦୁଇଟି ଦଳରେ ଯୋଗ ଦେଉଛନ୍ତି। ୨୦୦୦ରୁ ରାଜ୍ୟରେ ଚାଲିଥିବା ବିଜେପି-ବିଜେଡି ମେଣ୍ଟ ୨୦୦୯ରେ ଭାଙ୍ଗିଯାଇଥିଲା। ଏହାପରଠାରୁ ନିର୍ବାଚନ ଲଢ଼ିବା ପାଇଁ ବିଜେଡିର କଂଗ୍ରେସ ନେତାମାନଙ୍କ ଉପରେ ନିର୍ଭରଶୀଳତା ଆରମ୍ଭ ହୋଇଥିଲା, ଯାହାକି ଏବେ ଶୀର୍ଷ ସ୍ତରରେ ପହଞ୍ଚିଛି। ୨୦୦୯ରେ ବିଜେଡି ଯୁବ କଂଗ୍ରେସ ସଭାପତି ରୋହିତ ପୂଜାରୀ ଓ ୨୦୦୪ ନିର୍ବାଚନରେ ପୁରୀ ଲୋକସଭା ଆସନରେ ବିଜେଡି ସାଂସଦ ପ୍ରାର୍ଥୀଙ୍କଠାରୁ ହାରଥିବା କଂଗ୍ରେସ ନେତା ପିନାକୀ ମିଶ୍ରଙ୍କୁ ଦଳକୁ ଆଣି ପ୍ରାର୍ଥୀ କରିଥିଲା। ରୋହିତ ରେଢ଼ାଖୋଲରୁ ବିଧାୟକ ହୋଇଥିବାବେଳେ ପିନାକୀ ପୁରୀରୁ ସାଂସଦ ନିର୍ବାଚିତ ହୋଇଥିଲେ। ପାଲଲହଡ଼ାର କଂଗ୍ରେସ ବିଧାୟକ ନୃସିଂହ ସାହୁ ବିଜେଡିକୁ ଆସି ନିର୍ବାଚନ ଲଢ଼ିଥିଲେ। ସେହିପରି କେନ୍ଦୁଝର ଲୋକସଭାରୁ ପୂର୍ବରୁ ହାରିଥିବା କଂଗ୍ରେସ ପ୍ରାର୍ଥୀ ଯଶବନ୍ତ ନାରାୟଣ ଲାଗୁରୀ ବିଜେଡିରେ ଯୋଗଦେଇ ଲୋକସଭା ନିର୍ବାଚନ ଲଢ଼ିଥିଲେ। ଏପରିକି ତାଙ୍କ ପତ୍ନୀ ଶକୁନ୍ତଳା ଲାଗୁରୀ ୨୦୧୪ରେ ଲୋକସଭା ନିର୍ବାଚନ ଲଢ଼ିଥିଲେ। ଏହାପରେ ୨୦୧୪ ନିର୍ବାଚନରେ ବିରୋଧୀଦଳ ନେତା ତଥା କଂଗ୍ରେସ ବିଧାୟକ ଭୂପିନ୍ଦର ସିଂହ, ବ୍ରଜରାଜନଗରରୁ ନିର୍ବାଚିତ କଂଗ୍ରେସ ବିଧାୟକ ଅନୁପାଏ ବିଜେଡିରେ ଯୋଗ ଦେଇଥିଲେ। ୨୦୧୭ରେ ବିଜେପୁରର କଂଗ୍ରେସ ବିଧାୟକ ସୁବଳ ସାହୁଙ୍କ ବିୟୋଗ ପରେ ତାଙ୍କ ପତ୍ନୀ ରୀତା ସାହୁଙ୍କୁ ବିଜେଡିକୁ ଅଣାଯାଇ ଉପନିର୍ବାଚନରେ ପ୍ରାର୍ଥୀ କରାଯାଇଥିଲା। ୨୦୧୯ ନିର୍ବାଚନ ପୂର୍ବରୁ ଝାରସୁଗୁଡ଼ାର କଂଗ୍ରେସ ବିଧାୟକ ନବ ଦାସ, ବ୍ରହ୍ମପୁରର ପୂର୍ବତନ ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଚନ୍ଦ୍ରଶେଖର ସାହୁ, କଂଗ୍ରେସ ନେତା ବିକ୍ରମ ପଣ୍ଡା, ଢେଙ୍କାନାଳର କଂଗ୍ରେସ ନେତା ସୁଧୀର ସାମଲ ବିଜେଡିରେ ଯୋଗ ଦେଇ ନିର୍ବାଚନ ଲଢ଼ିଥିଲେ। କଂଗ୍ରେସ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ୱାଳ ସୁନ୍ଦରଗଡ଼ ଲୋକସଭା ପାଇଁ ପ୍ରାର୍ଥୀ ହୋଇଥିବାବେଳେ କଂଗ୍ରେସ ବିଧାୟକ ଯୋଗେଶ ସିଂହ ସୁନ୍ଦରଗଡ଼ ବିଧାନସଭା ପାଇଁ ବିଜେଡି ପ୍ରାର୍ଥୀ ହୋଇଥିଲେ। ବର୍ତ୍ତମାନ ବିଜଦର କ୍ରାଇସିସ୍‍ ମ୍ୟାନେଜର ହୋଇଥିବା ମାନସ ମଙ୍ଗରାଜଙ୍କ ଉତ୍ପତ୍ତି ମଧ୍ୟ କଂଗ୍ରେସରୁ ହୋଇଛି। ସେ କଂଗ୍ରେସ ଟିକଟରେ ଚିଲିକାରୁ ଲଢ଼ି ପରାଜିତ ହୋଇଥିଲେ। ଏହିପରି ଆହୁରି ଅନେକ କଂଗ୍ରେସ ନେତା ବିଜେଡିରେ ଯୋଗ ଦେଇଥିଲେ। ପୂର୍ବର ୩ଟି ନିର୍ବାଚନ ଅପେକ୍ଷା ଚଳିତ ୨୦୧୪ ନିର୍ବାଚନ କଂଗ୍ରେସ ନେତାମାନଙ୍କୁ ବିଜେଡି ପ୍ରାର୍ଥୀ କରିବାରେ ସମସ୍ତ ରେକର୍ଡ ପଛରେ ପକାଇ ଦେଇଛି। ଚଳିତ ନିର୍ବାଚନରେ କଂଗ୍ରେସ ନେତା ପ୍ରଦୀପ ମାଝୀ, ଅଂଶୁମାନ ମହାନ୍ତି, ମନ୍ମଥ ରାଉତରାୟ, ସୁରେନ୍ଦ୍ର ସିଂହ ଭୋଇ, ଧନୁର୍ଜୟ ସିଦ୍ଧୁ, କେ, ସୂରୟା ରାଓ, ରୋହିତ ତିର୍କୀ, ଅଧିରାଜ ପାଣିଗ୍ରାହୀଙ୍କୁ ବିଜେଡି ପକ୍ଷରୁ ଚଳିତ ନିର୍ବାଚନରେ ପ୍ରାର୍ଥ କରାଯାଇଛି। ସେହିପରି କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ, ଗଣେଶ୍ୱର ବେହେରା, ବାପି ସର୍ଖେଲ, ପ୍ରଦୀପ ସାହୁ ପ୍ରମୁଖ ବିଜେଡିରେ ଯୋଗ ଦେଇ ପ୍ରାର୍ଥୀ ହେବାକୁ ଅପେକ୍ଷା କରିଥିବାବେଳେ କଂଗ୍ରେସ ନେତା ସନ୍ତୋଷ ସିଂହ ସାଲୁଜା, ରମେଶ ଜେନା, ତାରାପ୍ରସାଦ ବାହିନୀପତି ବିଜେଡିରେ ଯୋଗ ଦେବେ ବୋଲି ଚର୍ଚ୍ଚା ହେଉଛି। କେବଳ ବିଜେଡି ନୁହେଁ ବିଜେପି ମଧ୍ୟ କେତେକ ଆସନରେ କଂଗ୍ରେସ ନେତାମାନଙ୍କୁ ଚଳିତ ନିର୍ବାଚନରେ ପ୍ରାର୍ଥୀ କରିଛି। ସେମାନଙ୍କ ମଧ୍ୟରେ ଅତାବିରାରୁ ନିହାର ମହାନନ୍ଦ, ଧର୍ମଶାଳାରୁ ସ୍ମୃତିରେଖା ପହିଙ୍କୁ ପ୍ରାର୍ଥୀ କରିସାରିଛି। ଭଦ୍ରକର ପୂର୍ବତନ ବିଧାୟକ ନରେନ ପଲେଇ ବିଜେପିରେ ଯୋଗଦେଇ ପ୍ରାର୍ଥୀ ହେବା ଆଶାରେ ଅଛନ୍ତି।

Post Views: 40
Share198Tweet124Send
Voice of Victims

Voice of Victims

Recent Posts

  • ବିଜୟଙ୍କ ଟିଭିକେକୁ ସମର୍ଥନ ଜଣାଇଲା ସିପିଆଇ, ସିପିଏମ୍ ଏବଂ ଭିସିକେ, ମୁଖ୍ୟମନ୍ତ୍ରୀ ହେବ ବିଜୟ
  • ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବେ ଶୁଭେନ୍ଦୁ ଅଧିକାରୀ, ଆସନ୍ତାକାଲି ୧୧ଟାରେ ଶପଥ ଗ୍ରହଣ
  • ବେଙ୍ଗଲରେ ପରାଜୟ ପରେ ମମତାଙ୍କୁ ଭେଟିଲେ ଅଖିଳେଶ, ବଢାଇଲେ ମନୋବଳ
  • ବିଜେପି ସରକାର ଓଡ଼ିଶା ପାଇଁ ବଡ଼ ବୋଝ କହିଲେ ନବୀନ
  • ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In