• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ବାଲେଶ୍ବର ଲୋକସଭା ନିର୍ବାଚନ, ବିଜେପିର ନନା ବନାମ ବିଜେଡିର ନାନୀ

by Voice of Victims
April 12, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ବାଲେଶ୍ବର ଲୋକସଭା ନିର୍ବାଚନ, ବିଜେପିର ନନା ବନାମ ବିଜେଡିର ନାନୀ

ଭୁବନେଶ୍ବର: ଶେଷରେ ବିଜେଡି ତାହାର ବାଲେଶ୍ବର ଲୋକସଭା ପାଇଁ ପ୍ରାର୍ଥୀ ଭାବେ ଲେଖାଶ୍ରୀ ସାମନ୍ତସିଂହାରଙ୍କ ନାମ ଘୋଷଣା କରିଛି। ବିଜେଡି ସମସ୍ତ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିସାରିଥିଲେ ମଧ୍ୟ ଏକମାତ୍ର ବାଲେଶ୍ବର ଆସନରେ ପ୍ରାର୍ଥୀ ଦେଇ ନ ଥିଲା। ଲେଖାଶ୍ରୀ ବିଜେପି ଛାଡି ବିଜେଡିରେ ଯୋଗ ଦେବା ପରେ ସେହି ଆସନରେ ସେ ପ୍ରାର୍ଥୀ ହେବେ ବୋଲି ସ୍ପଷ୍ଟ ହେଲା। ବାଲେଶ୍ବର ଲୋକସଭା ପାଇଁ ଲେଖାଶ୍ରୀ ହିଁ ବିଜେଡିର ଉପଯୁକ୍ତ ପ୍ରାର୍ଥୀ କହିଲେ ଅତ୍ୟୁକ୍ତି ହେବ ନାହିଁ। କାରଣ ଗତଥର ସେଠାରେ ବିଜେଡିର ଯେ ସାଂସଦ ପ୍ରାର୍ଥୀ ଥିଲେ ସେ ହେଉଛନ୍ତି ରବିନ୍ଦ୍ର ଜେନା। ହେଲେ ସେ ବିଜେପିର ପ୍ରତାପ ଷଡଙ୍ଗୀଠାରୁ ହାରିଯାଇଥିଲେ। ଏଥର ତାଙ୍କୁ ଦଳ ପ୍ରାର୍ଥୀ ନ କରି ତାଙ୍କର ଧର୍ମପତ୍ନୀଙ୍କୁ ବସ୍ତାରୁ ବିଧାୟକ ପ୍ରାର୍ଥୀ କରିଛି। ତେଣୁ ରବିନ୍ଦ୍ରଙ୍କୁ ଆଉ ଟିକେଟ ମିଳିବ ନାହିଁ ବୋଲି ଜଣାପଡିଥିଲା। ରବିନ୍ଦ୍ରଙ୍କୁ ଛାଡିଦେଲେ ବାଲେଶ୍ବର ଲୋକସଭା ପାଇଁ ବିଜେଡିର ସେମିତି ଆଖିଦୃଶିଆ ପ୍ରାର୍ଥୀ କେହି ନ ଥିଲେ। ଫଳରେ ବିଜେଡି ଜାଣିଶୁଣି ସେହି ଆସନ ପାଇଁ ଘୋଷଣା ଝୁଲାଇ ରଖିଥିଲା। ବୋଧହୁଏ ସେତେବେଳେ ଲେଖାଶ୍ରୀଙ୍କ ସହିତ ଆଲୋଚନା ଚାଲିଥିଲା ବୋଲି ଅନୁମାନ କରାଯାଉଛି। ନଚେତ ଲେଖାଶ୍ରୀ ବିଜେଡିରେ ଯୋଗ ଦେବାର କିଛିଦିନ ପରେ ତାଙ୍କ ନାମ ଘୋଷଣା ହୋଇ ନ ଥାଆନ୍ତା। ତେବେ ବାଲେଶ୍ବର ଲୋକସଭା ଆସନ ପାଇଁ ଗୋଡ ଟେକି ବସିଥିଲେ ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି। ସେ ବିଜେପିରୁ ଇସ୍ତଫା ଦେଇସାରିଛନ୍ତି। ଏ ପର୍ଯ୍ୟନ୍ତ କୌଣସି ଦଳରେ ଯୋଗଦେଇ ନାହାଁନ୍ତି। ହେଲେ ଲେଖାଶ୍ରୀ ଯଦି ବିଜେପି ଛାଡି ବିଜେଡିରେ ଯୋଗ ଦେଇ ନ ଥାଆନ୍ତେ ବୋଧହୁଏ ଦଳ ରଘୁନାଥଙ୍କୁ ସେଠାରେ ପ୍ରାର୍ଥୀ କରିଥାଆନ୍ତା ବୋଲି ନିଷ୍ପତି କରାଯାଇଥିଲା। ଲେଖାଶ୍ରୀଙ୍କ ପାଇଁ ଆଉ ରଘୁଙ୍କୁ ସବୁଜ ସଙ୍କେତ ମିଳିପାରିଲା ନାହିଁ। ବର୍ତ୍ତମାନ ସେଠାରେ କଂଗ୍ରେସ ତାହାର ପ୍ରାର୍ଥୀଙ୍କ ନାମ ଘୋଷଣା କରି ନାହିଁ। ଗତଥର ସେଠାରୁ ପ୍ରାର୍ଥୀ ଥିଲେ ନିରଂଜନ ପଟ୍ଟନାୟକଙ୍କ ପୁଅ ନବଜ୍ୟୋତି ପଟ୍ଟନାୟକ। ହେଲେ ସେତେବେଳେ ରବିନ୍ଦ୍ର ଜେନାଙ୍କ ସହିତ ପ୍ରତାପ ଷଡଙ୍ଗୀଙ୍କ ସହିତ ଟକ୍କର ହୋଇଥିଲା। ତେବେ ବର୍ତ୍ତମାନ ସେଠାରେ କଂଗ୍ରେସ କାହାକୁ ପ୍ରାର୍ଥୀ କରିବ ତାହା ଘୋଷଣା ହୋଇ ନ ଥିଲେ ମଧ୍ୟ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ଜେନାଙ୍କ ନାମ ଚର୍ଚ୍ଚାରେ ରହିଛି। ବର୍ତ୍ତମାନ ବାଲେଶ୍ବର ଲୋକସଭା ପାଇଁ ବିଜେଡି ଲେଖାଶ୍ରୀ ସାମନ୍ତସିଂହାରଙ୍କ ସହିତ ବିଜେପିର ପ୍ରତାପ ଷଡଙ୍ଗୀଙ୍କ କଡା ଟକ୍କର ହେବ। ଶ୍ରୀକାନ୍ତ ଜେନା ପ୍ରାର୍ଥୀ ହେଲେ ମଧ୍ୟ ବର୍ତ୍ତମାନ ପରିସ୍ଥିତିରେ ଲୋକେ ତାହାକୁ କେତେ ଗ୍ରହଣ କରିବେ ତାହା ସନ୍ଦେହ ଯୁକ୍ତ।

Post Views: 25
Tags: Baleshwar Lok Sabha Election
Share198Tweet124Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In