• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ବରୀ ପାଣିଗ୍ରାହୀ

by Voice of Victims
April 23, 2024
in ମୁଖ୍ୟ ଖବର, ରାଜ୍ୟ
ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ବରୀ ପାଣିଗ୍ରାହୀ

ଭୁବନେଶ୍ବର: ଆଜି ବିଜେଡି ଛାଡିଛନ୍ତି ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ବରୀ ପାଣିଗ୍ରାହୀ। ସେ ଆଜି ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ତାଙ୍କର ଇସ୍ତଫା ପତ୍ର ପଠାଇ ଦେଇଛନ୍ତି। ସେଥିରେ ସେ ଦଳର ପ୍ରାଥମିକ ସଦସ୍ୟ ସହିତ ସମସ୍ତ ପଦପଦବୀରୁ ଇସ୍ତଫା ଦେଲି ବୋଲି ଉଲ୍ଲେଖ କରିଛନ୍ତି। ରାସେଶ୍ବରୀ ସମ୍ବଲପୁରର ଏଥର ଟିକେଟ ପାଇବେ ବୋଲି ଆଶା ରଖିଥିଲେ। ହେଲେ ତାହାକୁ ଦଳ ଗ୍ରହଣ କଲା ନାହିଁ। ତାଙ୍କ ବଦଳରେ ପ୍ରସନ୍ନ ଆଚାର୍ଯ୍ୟା ଏବଂ ପରବର୍ତ୍ତି ସମୟରେ ପ୍ରାର୍ଥୀ ବଦଳାଇ ରୋହିତ ପୂଜାରୀଙ୍କୁ ପ୍ରାର୍ଥୀ କରାଯାଇଛି। ଯାହାକୁ ନେଇ ସେ ଅସନ୍ତୁଷ୍ଠ ବୋଲି ଜଣାପଡିଛି। ରାସେଶ୍ବରୀ 2014 ରୁ 2019 ପର୍ଯ୍ୟନ୍ତ ସମ୍ବଲପୁରର ବିଜେଡି ବିଧାୟିକା ଥିଲେ। ହେଲେ 2019 ରେ ସେ ବିଜେପିର ଜୟନାରାୟଣ ମିଶ୍ରଙ୍କଠାରୁ ହାରିଯାଇଥିଲେ। ଏଥର ସେ ଜୟନାରାୟଣଙ୍କୁ ପୁଣି ଟକ୍କର ଦେଇଥାଆନ୍ତେ ବୋଲି ଭାବି ଥିଲେ। ହେଲେ ବିଜେଡି ତାଙ୍କୁ ଟିକେଟ ନ ଦେଇ ରୋହିତଙ୍କୁ ପ୍ରାର୍ଥୀ କରିଛି।

Post Views: 31
Share198Tweet124Send
Voice of Victims

Voice of Victims

Recent Posts

  • ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ବଦଳିଲା UPSC ନିୟମ
  • ରାଜସ୍ଥାନରେ ହନିମୁନ୍ ମର୍ଡର ୨.୦, ସ୍ବାମୀକୁ ମାରିବାକୁ ପତ୍ନୀ ରଚିଥିଲା ଭୟଙ୍କର ଷଡ଼ଯନ୍ତ୍ର
  • ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ
  • ବଡ଼ ଦୁର୍ଘଟଣାରୁ ଟଳିଲା, ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ
  • ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In