• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବିଜେଡ଼ିରେ ଯୋଗ ଦେଲେ ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀର ବିଜେପି ନେତା ଓ କର୍ମୀ

by Voice of Victims
April 25, 2024
in ମୁଖ୍ୟ ଖବର, ରାଜ୍ୟ
ବିଜେଡ଼ିରେ ଯୋଗ ଦେଲେ ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀର ବିଜେପି ନେତା ଓ କର୍ମୀ

ଭୁବନେଶ୍ୱର: ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀର ବିଜେପି ନେତା ଓ କର୍ମୀ ଆଜି ଶଙ୍ଖଭବନ ଠାରେ ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ଭୁବନେଶ୍ୱର ମହାନଗର ନିଗମ ମେୟର ସୁଲୋଚନା ଦାସ, ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର, କର୍ପୋରେଟର ମିହିର କୁମାର ରାଉତ, ନିର୍ମଳ ରାଉତ, ସନ୍ତୋଷ ନାଥ, ଜୟନ୍ତୀ ସାହୁ ଓ ସରପଞ୍ଚ ହେମନ୍ତ ପରିଡାଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ଦଳରେ ସାମିଲ୍ ହୋଇଥିବା ସମସ୍ତ ବିଜେପି ନେତା ଓ କର୍ମୀଙ୍କୁ ଶ୍ରୀ ରାଉତ, ଶ୍ରୀମତୀ ଦାସ, ଡକ୍ଟର ପାତ୍ର, ଶ୍ରୀ ମିହିର ରାଉତ, ଶ୍ରୀ ନିର୍ମଳ ରାଉତ, ଶ୍ରୀ ନାଥ, ଶ୍ରୀମତୀ ସାହୁ ଓ ଶ୍ରୀ ପରିଡା ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଆଜି ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ରାଉତ, ଶ୍ରୀମତୀ ଦାସ, ଡକ୍ଟର ପାତ୍ର, ଶ୍ରୀ ମିହିର ରାଉତ, ଶ୍ରୀ ନିର୍ମଳ ରାଉତ, ଶ୍ରୀ ନାଥ, ଶ୍ରୀମତୀ ସାହୁ ଓ ଶ୍ରୀ ପରିଡା କହିଥିଲେ। ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବିଜେପି ନେତାମାନେ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ। ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆମକୁ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବୁ।ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ । ଏହି ମିଶ୍ରଣ ପର୍ବରେ ବିଜେପି ଉତ୍ତର ଗ୍ରାମୀଣ ମଣ୍ଡଳ ସଭାପତି ଯତୀନ୍ଦ୍ର ମହାନ୍ତି, ବିଜେପି ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା ଉପସଭାପତି ଅକ୍ଷୟ କୁମାର ପତି, ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା କୃଷକ ମୋର୍ଚ୍ଚା ଜେନେରାଲ ସେକ୍ରେଟାରୀ ମନୋଜ ସାସ୍‌ମଲ, ଗ୍ରାମୀଣ ମଣ୍ଡଳ ଜେନେରାଲ ସେକ୍ରେଟାରୀ ପ୍ରିୟରଞ୍ଜନ କରଶର୍ମା, ପୂର୍ଣ୍ଣିମା ମିଶ୍ର, ଲିଲିବାଳା ରାଉତ, ପବିତ୍ର କୁମାର ଦାସ, ପୂର୍ଣ୍ଣଚନ୍ଦ୍ର ଭୋଇ, ଅକ୍ଷୟ କାଣ୍ଡି, ସନ୍ତୋଷ ତ୍ରିପାଠୀ, ବିଭୂତି ମହାନ୍ତି, ରଞ୍ଜିତା ଦାସ, ପଦ୍ମିନ ଗଉଡ଼, ବ୍ରଜ କିଶୋର ସାହୁ, ଦାମୋଦର ବେହେରା, ସୁଶାନ୍ତ କୁମାର ସାବତ, ରମାମଣୀ ସାହୁ, ଶ୍ୟାମ ସୁନ୍ଦର ପାଇକରାୟ, ପ୍ରଫୁଲ୍ଲ ବେହେରା, ମାନସ କୁମାର ମହାନ୍ତି, ଅଞ୍ଜନା ସାହୁ, ସ୍ନେହାଶ୍ରୀ ବେହେରା, ଜିତେନ୍ଦ୍ର କୁମାର ରାଉତ, ରଞ୍ଜିତ ନାୟକ, ଦେବପ୍ରସାଦ ମହାନ୍ତି, ସଞ୍ଜୀବ ବିଶୋଇ, ସଞ୍ଜୟ କୁମାର ଦାସଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ। ଏହି ମିଶ୍ରଣ ପର୍ବରେ ଅନ୍ୟମାନଙ୍କ ମଧ୍ୟରେ ମତ୍ସ୍ୟ ନିଗମ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ପାତ୍ର, ଉତ୍ତର ନିର୍ବାଚନମଣ୍ଡଳୀ ସଭାପତି ସୂର୍ଯ୍ୟକାନ୍ତୀ ଜେନା, ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା ସାଧାରଣ ସମ୍ପାଦକ ମନୋଜ ସାହୁ, ୬ନଂ ୱାର୍ଡ଼ କର୍ପୋରେଟର ପ୍ରୀତିନନ୍ଦା ରାଉତରାୟ, ୧୩ନଂ ୱାର୍ଡ଼ କର୍ପୋରେଟର ଇତିଶ୍ରୀ ଦାସ ଉପସ୍ଥିତ ଥିଲେ। ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

Post Views: 32
Share199Tweet124Send
Voice of Victims

Voice of Victims

Recent Posts

  • ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ବଦଳିଲା UPSC ନିୟମ
  • ରାଜସ୍ଥାନରେ ହନିମୁନ୍ ମର୍ଡର ୨.୦, ସ୍ବାମୀକୁ ମାରିବାକୁ ପତ୍ନୀ ରଚିଥିଲା ଭୟଙ୍କର ଷଡ଼ଯନ୍ତ୍ର
  • ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ
  • ବଡ଼ ଦୁର୍ଘଟଣାରୁ ଟଳିଲା, ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ
  • ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In