• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବିଜେଡ଼ିରେ ଯୋଗ ଦେଲେ ପୂର୍ବତନ ବିଜେପି ବିଧାୟକ ପ୍ରାର୍ଥୀ ବିଶ୍ୱଜିତ ନାୟକ

by Voice of Victims
May 8, 2024
in ମୁଖ୍ୟ ଖବର, ରାଜ୍ୟ
ବିଜେଡ଼ିରେ ଯୋଗ ଦେଲେ ପୂର୍ବତନ ବିଜେପି ବିଧାୟକ ପ୍ରାର୍ଥୀ ବିଶ୍ୱଜିତ ନାୟକ

ଭୁବନେଶ୍ୱର: ଯାଜପୁର ଜିଲ୍ଲା ଅନ୍ତର୍ଗତ କୋରେଇ ନିର୍ବାଚନ ମଣ୍ଡଳୀର ୨୦୧୪ ସାଧାରଣ ନିର୍ବାଚନର କଂଗ୍ରେସ ବିଧାୟକ ପ୍ରାର୍ଥୀ ଏବଂ ୨୦୧୯ ସାଧାରଣ ନିର୍ବାଚନର ବିଜେପି ବିଧାୟକ ପ୍ରାର୍ଥୀ ବିଶ୍ୱଜିତ ନାୟକଙ୍କ ସହ ଶତାଧିକ ବିଜେପି କର୍ମୀ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ଦଳରେ ସାମିଲ୍ ହୋଇଥିବା ବିଶ୍ୱଜିତ ନାୟକ ଓ ଶତାଧିକ ବିଜେପି କର୍ମୀଙ୍କୁ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଆଜି ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି କୋରେଇ ନିର୍ବାଚନମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର କହିଥିଲେ। ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବିଜେପି ନେତା ବିଶ୍ୱଜିତ ନାୟକ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି। ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି। ଦଳରେ ମୋତେ ଓ ମୋ ସହ ଯୋଗ ଦେଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ। ଏହି ମିଶ୍ରଣ ପର୍ବରେ ବିକ୍ରମ ବିଶ୍ୱାଳ, ପ୍ରମୋଦ ନାୟକ, ରବିନ୍ଦ୍ର ବେହେରା, ବିକ୍ରମ ରାଜ, ଗୌରାଙ୍ଗ ମଲିକ, ଘବିନା ଦଳେଇ, ହେମନ୍ତ ସେଠୀ, କ୍ଷୀରୋଦା ଦାଶ, ଭାଗ୍ୟଶ୍ରୀ ମଲ୍ଲିକ, ରମେଶ ଦୁଆରି, ସନ୍ଧ୍ୟାରାଣୀ ରାଉତ, ସୁରଜ ଦାସ, ପ୍ରସନ୍ନ ରାଉତ, ମମତା ଘଡ଼େଇ, ରବୀନ୍ଦ୍ର ବେହେରା, ବିଜୟ ଘଡ଼େଇ, ଶଶୀଭୂଷଣ ସେନାପତି, ମାୟାଧର ପଲେଇ, ଅମ୍ଳାନ କୁମାର ସାହୁ, ସନ୍ଦୀପ ପରିଡ଼ା, ଲିଳାବତୀ ସ୍ୱାଇଁ, ଗୋକୁଳ ପରିଡ଼ା, ରବୀନ୍ଦ୍ର ବାରିକ, କାଶୀନାଥ ବାରିକ, ରଘୁନାଥ ସାହୁ, ସତ୍ୟବ୍ରତ ଦାସ, ଏସ୍‌କେ. ଝାମ୍ପୋ, ସୁବାସ ନାଥ, ଲକ୍ଷ୍ମୀଧର ବିଶ୍ୱାଳ, ଜଗଦିଶ ସାହୁଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ। ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

Post Views: 31
Share199Tweet124Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In