• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ସମସ୍ୟା ରାଜ୍ୟ

ଆସନ୍ତାକାଲି ଓଡିଶାରେ ନିର୍ବାଚନ, ଅଛନ୍ତି ୬୨ ଲକ୍ଷ ୮୭ ହଜାର ଭୋଟର, ମହିଳା ସଂଖ୍ୟା ଅଧିକ

by Voice of Victims
May 12, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଆସନ୍ତାକାଲି ଓଡିଶାରେ ନିର୍ବାଚନ, ଅଛନ୍ତି ୬୨ ଲକ୍ଷ ୮୭ ହଜାର ଭୋଟର, ମହିଳା ସଂଖ୍ୟା ଅଧିକ

ଭୁବନେଶ୍ବର: ଆସନ୍ତାକାଲି ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଦେଶର ଚତୁର୍ଥ ପର୍ଯ୍ୟାୟ ହୋଇଥିବା ବେଳେ ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଓଡ଼ିଶାରେ ୪ ଗୋଟି ସଂସଦୀୟ କ୍ଷେତ୍ର ଯଥା: କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ଏବଂ ଏସବୁ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ୨୮ଟି ବିଧାନସଭା କ୍ଷେତ୍ର ପାଇଁ କାଲି ନିର୍ବାଚନ ଅନୁଷ୍ଠିତ ହେବ। ଏହି ପର୍ଯ୍ୟାୟରେ ଚାରୋଟି ସଂସଦୀୟ କ୍ଷେତ୍ର ଅଧିନରେ ମୋଟ ୬୨,୮୭,୨୨୨ ଜଣ ମତଦାତା ନିଜ ନିଜର ମତାଧିକାର ସାବ୍ୟସ୍ତ କରିବେ। ଏମାନଙ୍କ ମଧ୍ୟରେ ୩୦,୯୭,୫୨୭ ପୁରୁଷ, ୩୧,୮୯,୦୬୦ ମହିଳା ଓ ୬୩୫ ତୃତୀୟ ଲିଙ୍ଗ ଭୋଟର ରହିଛନ୍ତି ଏବଂ ମତଦାତା ଲିଙ୍ଗ ଅନୁପାତ ୧୦୩୦ ରହିଛି । ପୁରୁଷ ଭୋଟରଙ୍କ ଅପେକ୍ଷା ମହିଳା ଭୋଟରଙ୍କ ସଂଖ୍ୟା ଅଧିକ ରହିଛି। ଏମାନଙ୍କ ମଧ୍ୟରେ ୧,୭୫,୧୩୪ ଜଣ ୧୮-୧୯ ବର୍ଷ ବୟସର ପ୍ରଥମ ଥର ମତଦାତା, ୨୦-୨୯ ବର୍ଷ ବୟସର ୧୪,୬୮,୫୦୪ ଜଣ ଯୁବ ମତଦାତା ରହିଛନ୍ତି। ଏହି ପର୍ଯ୍ୟାୟରେ ମୋଟ ୭୨୮୯ଟି ମତଦାନ କେନ୍ଦ୍ର ଓ ୧୪ଟି ଅତିରିକ୍ତ ମତଦାନ କେନ୍ଦ୍ର ରହିଛି । ପରିସୀମା ଭାବରେ ଏହି ପର୍ଯ୍ୟାୟରେ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ସବୁଠୁ ସାନ ଓ କୋରାପୁଟ ସବୁଠାରୁ ବଡ଼ ସଂସଦୀୟ କ୍ଷେତ୍ର । ବିଧାନସଭା କ୍ଷେତ୍ରମାନଙ୍କ ମଧ୍ୟରେ ବ୍ରହ୍ମପୁର ସବୁଠାରୁ ସାନ ଓ ମାନକାନଗିରି ସବୁଠାରୁ ବଡ଼ ସଂସଦୀୟ କ୍ଷେତ୍ର ଅଟେ । ମତଦାତା ସଂଖ୍ୟା ହିସାବରେ କୋରାପୁଟ ସଂସଦୀୟ କ୍ଷେତ୍ରରେ ସର୍ବନିମ୍ନ ୧୪୮୦୯୨୨ ଜଣ ମତଦାତା ଓ କଳାହାଣ୍ଡି ସଂସଦୀୟ କ୍ଷେତ୍ରରେ ସର୍ବାଧିକ ୧୭,୦୦,୭୮୦ ଜଣ ମତଦାତା ରହିଛନ୍ତି । ବିଧାନସଭା କ୍ଷେତ୍ରଗୁଡ଼ିକ ମଧ୍ୟରେ ଲକ୍ଷ୍ମୀପୁରରେ ସର୍ବନିମ୍ନ ୧,୭୩,୭୨୧ ଜଣ ଓ ଧର୍ମଗଡ଼ରେ ସର୍ବାଧିକ ୨,୬୧,୭୦୮ ଜଣ ମତଦାତା ରହିଛନ୍ତି । ଏହି ଚତୁର୍ଥ ପର୍ଯ୍ୟାୟରେ ସାମଗି୍ରକ ଭାବରେ ୩୯,୯୯୫ ଜଣ ୮୫ ବର୍ଷରୁ ଊଦ୍ଧ୍ୱର୍ ମତଦାତା, ୧୨୯୪ ଜଣ ୧୦୦ ବର୍ଷ ବୟସରୁ ଊଦ୍ଧ୍ୱର୍ ମତଦାତା, ୩୧ ଜଣ ପ୍ରବାସୀ ମତଦାତା ଓ ୬୨୯୬ ଜଣ ସର୍ଭିସ୍‌ ଭୋଟର ରହିଛନ୍ତି ।

Post Views: 29
Tags: Elections in Odisha tomorrowthere are 62 lakh 87 thousand voters
Share198Tweet124Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In